Posted inଜାତୀୟ

୩୦୦ କୋଟି ପାଇଁ ମର୍ଡର, ଶ଼୍ବଶୁରକୁ ଷଡ଼ଯନ୍ତ୍ର କରି ମାରିଲା ବୋହୁ

ନୂଆଦିଲ୍ଲୀ, ୧୨।୬: ମହାରାଷ୍ଟ୍ରର ନାଗପୁର ଜିଲାରେ ଗତ ମାସରେ ଘଟିଥିବା ହିଟ୍‌ ଆଣ୍ଡ୍‌ ରନ୍‌ ମାମଲାରେ ଏକ ବଡ଼ ଧରଣର ଖୁଲାସା ହୋଇଛି। ଏହି ମାମଲାର ତଦନ୍ତ କରୁଥିବା ନାଗପୁର ପୋଲିସର ଅନୁସନ୍ଧାନରୁ ଏହି ମାମଲା ହିଟ୍‌ ଆଣ୍ଡ୍‌ ରନ୍‌ ପରିବର୍ତ୍ତେ ପ୍ରାୟୋଜିତ ହତ୍ୟାକାଣ୍ଡ ବୋଲି ଜଣାପଡ଼ିଛି । ନାଗପୁର ପୋଲିସ ହତ୍ୟାକାଣ୍ଡର ହୃଦୟ ବିଦାରକ ଷଡଯନ୍ତ୍ରର ଖୁଲାସା କରିଛି । ମୃତ ପୁରୁଷୋତ୍ତମ ପୁଟେୱାରଙ୍କ ବୋହୂ ସମେତ ୫ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସର ସୂଚନାନୁସାରେ, ଏହି ଷଡଯନ୍ତ୍ରର ପୁରା ମାଷ୍ଟରମାଇଣ୍ଡ ହେଉଛି ମୃତଙ୍କ ବୋହୂ । ସେ ୩ ଶହ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଲୋଭରେ ପଡ଼ି ଏହି ଷଡଯନ୍ତ୍ର ରଚିଛନ୍ତି।

ମିଳିଥିବା ସୂଚନା ଅନୁସାରେ, ୨୨ ମେ ୨୦୨୪ରେ ନାଗପୁରର ଅଜନୀ ଅଞ୍ଚଳରେ ଏକ ହିଟ୍‌ ଆଣ୍ଡ୍‌ ରନ୍‌ ଘଟଣା ସାମ୍ନାକୁ ଆସିଥିଲା। ଏହି ଘଟଣାରେ ପୁରୁଷୋତ୍ତମ ପୁତେୱାର ନାମକ ଜଣେ ବୃଦ୍ଧ ବ୍ୟକ୍ତିଙ୍କ ଉପରେ ଦୁଇଜଣ କାର ଆରୋହୀ ଗାଡ଼ି ଚଢ଼ାଇ ଦେଇଥିଲେ । ଏହି ଘଟଣାରେ ୭୨ ବର୍ଷ ବୟସ୍କା ପୁରୁଷୋତ୍ତମ ପୁତେୱାରଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଏହାପୂର୍ବରୁ ଏହି ପୂରା ଘଟଣା ଏକ ହିଟ୍‌ ଆଣ୍ଡ୍‌ ରନ୍‌ ଘଟଣା ପରି ମନେ ହେଉଥିଲା। କିନ୍ତୁ ଯେତେବେଳେ ନାଗପୁର ପୋଲିସ ଏହି ଯୋଜନା ସମ଼୍ବନ୍ଧରେ ସୂଚନା ପାଇଲା ସେତେବେଳେ ପୋଲିସ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲା ।

ପୋଲିସର ଅନୁସନ୍ଧାନରେ, ସୁଚିନ୍ତିତ ହତ୍ୟାକାଣ୍ଡର ଏକ ବଡ଼ ଷଡ଼ଯନ୍ତ୍ର ରହିଥିବା ଜାଣିବାକୁ ପାଇଥିଲା । ଏହାର ମାଷ୍ଟରମାଇଣ୍ଡ ମୃତ ବ୍ୟକ୍ତିଙ୍କ ବୋହୂ ଅର୍ଚ୍ଚନା ପୁତେୱାରଙ୍କ ବ୍ୟତୀତ ଆଉ କେହି ନୁହଁନ୍ତି। ପ୍ରକୃତରେ, ପୋଲିସ ଗୁପ୍ତ ସୂତ୍ରରୁ ସୂଚନା ପାଇଥିଲା ଯେ ମୃତ ପୁରୁଷୋତ୍ତମ ପୁତେୱାରଙ୍କ ୩ ଶହ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ହାସଲ କରିବା ପାଇଁ ବୋହୂ ଅର୍ଚ୍ଚନା ପୁତେୱାର ପ୍ରଥମେ ତାଙ୍କ ଘରୋଇ ଡ୍ରାଇଭରକୁ ପ୍ରଲୋଭନ ଦେଖାଇ ପରେ ତାଙ୍କ ସାହାଯ୍ୟରେ ଏହି ଷଡଯନ୍ତ୍ର କରିଥିଲେ। ଏଥିପାଇଁ ଦୁଇ ଜଣ ଡ୍ରାଇଭରଙ୍କୁ ୧କୋଟି ଟଙ୍କା ଏବଂ ପୁଣିଥରେ ଲାଇସେନ୍ସ ଦେବା ନେଇ ପ୍ରତିଶ୍ରୁତି ଦେଇ ଶ଼୍ବଶୁରଙ୍କ ଉପରେ ଗାଡ଼ି ଚଢ଼ାଇ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରାଯାଇଥିଲା।
ତେବେ ଏହି ଘଟଣାରେ ଜଡ଼ିତ ଥିବା ବୋହୁ ଅର୍ଚ୍ଚନା, ତାଙ୍କ ଭାଇ ପ୍ରଶାନ୍ତ, ପିଏ ପାୟଲଙ୍କୁ ପୋଲିସ ଗିରଫ କରିଛି । ଅନ୍ୟପଟେ ଅଭିଯୁକ୍ତ ଡ୍ରାଇଭର ଫେରାର ରହିଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri