Posted inଜାତୀୟ

ସେଣ୍ଟ୍ରାଲ ଜେଲରେ ମହିଳା କଏଦୀ ପାଳିଲେ କରଓ୍ବା ଚୌଥ

ଇନ୍ଦୋର,୧୩।୧୦: ସାରା ଦେଶରେ ଗୁରୁବାର କରଓ୍ବା ଚୌଥ ବ୍ରତ ପାଳନ କରାଯାଉଛି। ବିବାହିତା ମହିଳାମାନେ ନିଜ ସ୍ବାମୀଙ୍କ ଦୀର୍ଘାୟୁ ଆୟୁଷ ପାଇଁ ଏହି ବ୍ରତ ପାଳନ କରିଥାନ୍ତି। ଏହି ବ୍ରତ ନିର୍ଜଳା ଉପବାସ ରଖାଯାଇଥାଏ। ବ୍ରତଧାରୀମାନେ ଦିନଯାକ ଟୋପାଏ ପାଣି ମଧ୍ୟ ପିଅନ୍ତି ନାହିଁ। ରାତିରେ ଜହ୍ନକୁ ପୂଜା କରି ସାରିବା ପରେ ଉପବାସ ଭାଙ୍ଗିଥାନ୍ତି। ଇତିମଧ୍ୟରେ ମଧ୍ୟପ୍ରଦେଶ ଇନ୍ଦୋରର ସେଣ୍ଟ୍ରାଲ ଜେଲରେ ମହିଳା କଏଦୀମାନେ କରଓ୍ବା ଚୌଥ ବ୍ରତ ପାଳନ କରିଛନ୍ତି। ଜେଲରେ ଦଣ୍ଡ ଭୋଗୁଥିବା ମୁସ୍‌ଲିମ୍‌ ଦମ୍ପତିମାନେ ମଧ୍ୟ ଏଥିରେ ସାମିଲ ହୋଇଥିବା ଜଣାପଡ଼ିଛି। ସେଣ୍ଟ୍ରାଲ ଜେଲର ମ୍ୟାନେଜମେଣ୍ଟ ଦ୍ୱାରା ଏହି ବ୍ୟବସ୍ଥା କରାଯାଇଥିଲା। ଜେଲ ପରିସରରେ ଥିବା ସମୁଦାୟ ୨୦ଜଣ ଦମ୍ପତି ସାମୂହିକ ଭାବେ ପୂଜାର୍ଚ୍ଚନା କରି ଏହି ପର୍ବ ପାଳିଛନ୍ତି ବୋଲି ଜେଲର ଅଧୀକ୍ଷକ ଅଲକା ସୋନକର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ଆମେରିକା-ଇରାନ ଶାନ୍ତି ଚୁକ୍ତି ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଦାବି, ଇରାନ ସମସ୍ତ ସର୍ତ୍ତ ଗ୍ରହଣ…

ଓ୍ବାଶିଂଟନ,୩ା୭: ଆମେରିକା ଏବଂ ଇରାନ ମଧ୍ୟରେ ଏକ ସମ୍ଭାବ୍ୟ ଶାନ୍ତି ଚୁକ୍ତିନାମା ସମ୍ପର୍କରେ ଆଲୋଚନା ପରେ, ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଦାବି କରିଛନ୍ତି…

ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ଆସିଥିବା ଆରାଘଚିଙ୍କ ସହ ଗାଲିବାଫଙ୍କୁ ହତ୍ୟା କରିବାକୁ ଚାହୁଁଛି ଇସ୍ରାଏଲ! ହତ୍ୟା ଷଡ଼ଯନ୍ତ୍ରର…

ଜେରୁଜେଲମ,୩।୭: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଉତ୍ତେଜନା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଦାବି ସାମ୍ନାକୁ ଆସିଛି। ଆମେରିକୀୟ ଖବରକାଗଜ ନ୍ୟୁୟର୍କ ଟାଇମ୍ସର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ…

ନାସାର ବଡ଼ ଘୋଷଣା: ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩ା୭:ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି। ଯଦି…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri