ନ୍ୟାୟ ପାଇଁ କ୍ୱାର୍ଟର୍ସ ଆଗରେ ସ୍ତ୍ରୀଙ୍କ ଧାରଣା

ବ୍ରହ୍ମପୁର ଅଫିସ,୨୪ା୯: ଅଧିକ ଯୌତୁକ ଦାବି ନେଇ ଜଣେ ରେଲଓ୍ବେ କର୍ମଚାରୀ ତାଙ୍କ ସ୍ତ୍ରୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇଥିବା ଶୁକ୍ରବାର ସରକାରୀ ରେଳବାଇ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ କରୁଛି। ସେପଟେ ସ୍ତ୍ରୀ ସ୍ବପ୍ନା ନାୟକ ସ୍ବାମୀଙ୍କ ସହିତ ରହିବା ପାଇଁ ତାଙ୍କ ସରକାରୀ ବାସଭବନ ବ୍ରହ୍ମପୁର ରେଳବାଇ କ୍ୱାର୍ଟର୍ସ ସମ୍ମୁଖରେ ଧାରଣାରେ ବସିଛନ୍ତି। ନ୍ୟାୟ ନ ମିଳିବା ଯାଏ ସେ ଧାରଣାରେ ବସିବେ ବୋଲି କହିଛନ୍ତି। ସ୍ବପ୍ନାଙ୍କ ସହିତ ଧାରଣାସ୍ଥଳରେ ସମାଜସେବୀ ପ୍ରମିଳା ତ୍ରିପାଠୀ ମଧ୍ୟ ବସିଛନ୍ତି।
୨୦୧୨ ଜାନୁୟାରୀ ୧୮ରେ ସ୍ବପ୍ନା ବୁଗୁଡା ଥାନା ଅନ୍ତର୍ଗତ କରଡ଼ାବାଡ଼ି ଗ୍ରାମର କାହ୍ନୁ ଚରଣ ନାୟକଙ୍କୁ ବିବାହ କରିଥିଲେ। ସେମାନଙ୍କର ୨ଟି ସନ୍ତାନ ଅଛନ୍ତି। ଅଧିକ ଯୌତୁକ ଦାବିରେ ସ୍ବପ୍ନାଙ୍କୁ ସ୍ବାମୀ, ନଣନ୍ଦ, ନଣନ୍ଦେଇ, ଭଣଜା ମିଶି ଅଧିକ ଯୌତୁକ ଆଣିବାକୁ ଚାପ ପକାଉଥିଲେ। ଏପରିକି ୨୦୧୮ରେ ସେମାନେ ଘରୁ ତଡି ଦେବାରୁ ସ୍ବପ୍ନା ଆସି ବାପ ଘରେ ରହୁଛନ୍ତି। ନ୍ୟାୟ ଦାବିରେ ଶୁକ୍ରବାର ଜିଆରପି ଥାନାରେ ଅଭିଯୋଗ କରିଥବଲେ। ଏ ନେଇ ନଂ.୭୨/୨୨ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri