ପାଣି ପାଇଁ ପଞ୍ଚାୟତରେ ହଟ୍ଟଗୋଳ କଲେ ମହିଳା

କୋକସରା,୨୫।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ କେନ୍ଦୁଡଙ୍ଗରୀ ଓ ବରାଡଙ୍ଗା ଗ୍ରାମରେ ଦୀର୍ଘ ୩ ମାସ ହେବ ପାନୀୟ ଜଳ ଯୋଗାଣ ବନ୍ଦ ରହିଛି। ଏହାକୁ ନେଇ ୨ ଗ୍ରାମର ମହିଳାମାନେ ପଞ୍ଚାୟତରେ ବୈଠକ ଚାଲିଥିବା ବେଳେ ଆସି ହଟ୍ଟଗୋଳ କରିଥିଲେ। ସୂଚନା ଅନୁସାରେ ବରାଡଙ୍ଗା ଗ୍ରାମ କମଳ ନଦୀ କୂଳରେ ଥିବା ଓଭରହେଡ଼ ପାଣି ଟାଙ୍କିରୁ ବରାଡଙ୍ଗା ଓ କେନ୍ଦୁଡଙ୍ଗରୀକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ହେଉଥିଲା। ବିଲ ପୈଠ ନ କରିବାରୁ ବିଦ୍ୟୁତ୍‌ ସଂଯୋଗ ବିଚ୍ଛିନ୍ନ କରାଯାଇଛି। ଫଳରେ ଉଭୟ ଗ୍ରାମର ୬ଟି ୱାର୍ଡର ପ୍ରାୟ ୩ ହଜାରରୁ ଊର୍ଦ୍ଧ୍ୱ ଲୋକ ପିଇବା ପାଣି ପାଇଁ ନାହିଁ ନ ଥିବା ଅସୁବିଧା ସମ୍ମୁଖୀନ ହେଉଛନ୍ତି। ଏ ନେଇ ପୂର୍ବରୁ ସରପଞ୍ଚ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଥିଲେ ବି ସମସ୍ୟା ସମାଧାନ ହୋଇ ନ ଥିବା ମହିଳାମାନେ ଅଭିଯୋଗ କରିଛନ୍ତି। ହେମଲତା ନାଏକ, କୈଶଲ୍ୟା ନାଏକ, ସୁରେନ୍ଦ୍ର ନାଗ, ସୁରୁମ ନାଏକ, ଗାୟତ୍ରୀ ଦାସ, ଡମେନ ବଚ୍ଛା, ନିଲିମା ଦାସ, ନବିନା ନାଏକଙ୍କ ସମେତ ପୂର୍ବତନ ସରପଞ୍ଚ ଗୋକୁଳ ନାଏକ, ସନ୍ତୋଷ ନାଏକ, ପବିତ୍ର ନାଏକ, କୁମର ନାଏକ, କରୁଣା ହରିଜନ ସହିତ ଗ୍ରାମବାସୀ ଏକତ୍ରିତ ହୋଇ ପଞ୍ଚାୟତ କାର୍ଯ୍ୟାଳୟରେ ପହଞ୍ଚତ୍ ପାଣି ଯୋଗାଇ ଦେବା ପାଇଁ ଅଡ଼ି ବସିଥିଲେ। ଏହାକୁ ନେଇ କିଛି ସମୟ ସେଠାରେ ଉତ୍ତେଜନା ଦେଖାଦେଇଥିଲା। ସରପଞ୍ଚ ନିରୁପମା ସେଠୀ ଆସନ୍ତା ୭ଦିନ ମଧ୍ୟରେ ପାନୀୟ ଜଳ ଯୋଗାଣ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ମହିଳାମାନେ ଶାନ୍ତ ହୋଇଥିଲେ। ଏ ନେଇ ଜିପିଇଓ ନାରାୟଣ ଭୋଇଙ୍କ ପ୍ରତିକ୍ରିୟା ନେବାରୁ ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ୨ ଲକ୍ଷ ୪୦ ହଜାର ଟଙ୍କା ବିଦ୍ୟୁତ୍‌ ଦେୟ ପୈଠ କରାଯାଇଛି। ସରପଞ୍ଚଙ୍କୁ ସମସ୍ୟା ସମାଧାନ ପାଇଁ କୁହାଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri