Posted inଜାତୀୟ

ମହିଳା ସଂରକ୍ଷଣ ବିଲ୍‌ ଲୋକସଭାରେ ପାସ୍‌

ନୂଆଦିଲ୍ଲୀ,୨୦।୯: ମହିଳା ସଂରକ୍ଷଣ ବିଲ (ନାରୀ ଶକ୍ତି ବନ୍ଦନ ଅଧିନିୟମ-୨୦୨୩) ଲୋକସଭାରେ ପାରିତ ହୋଇଛି। ସ୍ଲିପ ଦ୍ୱାରା ଭୋଟିଂ କରାଯାଇଥିଲା। ବିଲ ସପକ୍ଷରେ ୪୫୪ ଭୋଟ ଏବଂ ବିରୋଧରେ ଦୁଇଟି ଭୋଟ ଦିଆଯାଇଥିଲା। ଭୋଟ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଉପସ୍ଥିତ ଥିଲେ। ବର୍ତ୍ତମାନ ଏହି ବିଲ ରାଜ୍ୟ ସଭାରେ ଉପସ୍ଥାପିତ ହେବ। ବୁଧବାର ସଂସଦର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଉପରେ ହୋଇଥିବା ଆଲୋଚନାରେ ପ୍ରାୟ ୬୦ ଏମ୍‌ପି ଅଂଶଗ୍ରହଣ କରିଥିଲେ। ଏହି ସମୟ ମଧ୍ୟରେ ଅଧିକାଂଶ ବିରୋଧୀ ଦଳ ଏହି ବିଲ୍‌କୁ ସମର୍ଥନ କରିଥିଲେ ଏବଂ ଏହାର ତୁରନ୍ତ କାର୍ଯ୍ୟକାରିତା ଏବଂ ଓବିସି କୋଟା ଅନ୍ତର୍ଭୂକ୍ତ କରିବାକୁ ଦାବି କରିଥିଲେ।
ଏହି ବିଲ ଉପରେ ଆଲୋଚନା ବେଳେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ସ୍ମୃତି ଇରାନୀ, ଅର୍ଜୁନ ମେଘୱାଲ ଏବଂ ଅନ୍ୟ ନେତାମାନେ ବିରୋଧୀଙ୍କ ଦାବିକୁ ଜବାବ ଦେଇଛନ୍ତି। ବିରୋଧୀ ଦଳ ପକ୍ଷରୁ ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଆଲୋଚନା ଆରମ୍ଭ କରିଥିଲେ। ଏହା ପରେ ଏନସିପି ଏମ୍‌ପି ସୁପ୍ରିୟା ସୁଲେ, ସମାଜବାଦୀ ପାର୍ଟି ଏମ୍‌ପି ଡିମ୍ପଲ ଯାଦବ, ଡିଏମକେ ଏମ୍‌ପ କନିମୋଝୀ ଏବଂ ଟିଏମସି ଏମ୍‌ପି ମହୁଆ ମୋଇତ୍ରାଙ୍କ ସମେତ ବହୁ ମହିଳା ବିପକ୍ଷ ଏମ୍‌ପି ସରକାରଙ୍କୁ ଟାର୍ଗେଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri