Odisha Elections 2024
Posted inଜାତୀୟ

ପିଢି ପରେ ପିଢି ଏହି ନିଷ୍ପତ୍ତି ସହ ଏହି ଦିନର କରିବେ ଚର୍ଚ୍ଚା: ମୋଦି

ନୂଆଦିଲ୍ଲୀ,୨୨।୯: ସଂସଦର ଉଭୟ ଗୃହରେ ମହିଳା ସଂରକ୍ଷଣ ବିଲ ପାରିତ ହେବା ପରେ ଶୁକ୍ରବାର ଦିଲ୍ଲୀର ଭାଜପା ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସ୍ବାଗତ କରାଯାଇଛି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଭାଜପା ମୁଖ୍ୟାଳୟରେ ନାରୀ ଶକ୍ତି ବନ୍ଦନ-ଅଭିନନ୍ଦନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଥିଲେ।

ଦେଶର ମହିଳାମାନଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ମୁଁ ଦେଶର ପ୍ରତ୍ୟେକ ମା, ଭଉଣୀ ଏବଂ ଝିଅଙ୍କୁ ଅଭିନନ୍ଦନ ଜଣାଉଛି। ଗତକାଲି ଏବଂ ଏହାର ପୂର୍ବଦିନ ଆମେ ସମସ୍ତେ ଏକ ନୂତନ ଇତିହାସ ସୃଷ୍ଟି ହୋଇଥିବାର ଦେଖିଛୁ ଏବଂ ଆମେ ସମସ୍ତେ ଭାଗ୍ୟବାନ ଯେ ଲକ୍ଷ ଲକ୍ଷ ଲୋକ ଇତିହାସ ସୃଷ୍ଟି କରିବାକୁ ଆମକୁ ଏହି ସୁଯୋଗ ଦେଇଛନ୍ତି।
ସେ କହିଛନ୍ତି ଯେ ଏହି ନିଷ୍ପତ୍ତି ଏବଂ ଆଗାମୀ ପିଢି ପାଇଁ ଏହି ଦିନ ଆଲୋଚନାର ବିଷୟ ହେବ। ସଂସଦର ଉଭୟ ଗୃହରେ ବହୁ ସଂଖ୍ୟାରେ ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ପାସ କରିଥିବାରୁ ମୁଁ ସମଗ୍ର ଦେଶକୁ ଅଭିନନ୍ଦନ ଜଣାଉଛି। ପ୍ରଧାନମନ୍ତ୍ରୀ କହିଛନ୍ତି, ‘ନାରୀ ଶକ୍ତି ବନ୍ଦନ ଆକ୍ଟ’ ସଂସଦର ଉଭୟ ଗୃହ ରେକର୍ଡ ଭୋଟ ସହିତ ପାରିତ ହୋଇଛି। ଗତ କିଛି ଦଶନ୍ଧି ଧରି ଦେଶ ଯେଉଁ ସ୍ବପ୍ନକୁ ଅପେକ୍ଷା କରିଥିଲା ତାହା ବର୍ତ୍ତମାନ ପୂରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ...

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି...

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ଜୟରାମ ଠାକୁରଙ୍କ ତୃତୀୟ ଫିଲ୍ମ ‘କଙ୍ଗନା ମଣ୍ଡି କେ ଅଙ୍ଗନା’ ବି ହେବ ଫ୍ଲପ: ମୁଖ୍ୟମନ୍ତ୍ରୀ ସୁଖୁ

ଶିମଲା,୧୯୧।୫: ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ବିଲାସପୁରର ଜଗତଖାନା ଠାରେ ନିର୍ବାଚନ ପ୍ରଚାର କରିଥିଲେ। ସେ ହମିରପୁର ଆସନରୁ ଲୋକ ସଭା ପ୍ରାର୍ଥୀ ସତ୍ୟପାଲ ସିଂ...

ମୁଁ କେବେ ଏତେ ମୁଛୁଆ ଲୋକ ଦେଖି ନାହିଁ: ମୋଦିଙ୍କୁ ଟାର୍ଗେଟ କଲେ ଦିଗବିଜୟ

ନୂଆଦିଲ୍ଲୀ,୧୯।୫: ମଧ୍ୟପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ମତଦାନ ସମସ୍ତ ୨୯ ଟି ଆସନରେ ଚାରିଟି ପର୍ଯ୍ୟାୟରେ ଶେଷ ହୋଇଛି। ସେପଟେ ପୂର୍ବତନ...

ପଞ୍ଚମ ପର୍ଯ୍ୟାୟରେ ରାହୁଲ ଗାନ୍ଧୀ, ରାଜନାଥ ସିଂ, ସ୍ମୃତି ଇରନୀଙ୍କ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ସୋମବାର (୨୦ ମେ’) ରେ ହେବ। ଏହି ପର୍ଯ୍ୟାୟରେ ଆଠଟି ରାଜ୍ୟରେ ୪୯ ଟି...

ପ୍ରଧାନମନ୍ତ୍ରୀ ମୋଦି ବହୁତ ପାଓ୍ବାରଫୁଲ, ହେଲେ…: ଜେଲର କଥା ଉଠାଇ ମୋଦିଙ୍କୁ ଟାର୍ଗେଟ କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୧୯।୫: ଜାମିନରେ ଆସିବା ପରଠାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଭାଜପାଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କ୍ରମାଗତ ଟାର୍ଗେଟ କରୁଛନ୍ତି। କେଜରିୱାଲ ଦାବି କରିଛନ୍ତି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri