Posted inଜାତୀୟ

ମଧ୍ୟରାତ୍ରିରେ ଲାଗୁହେଲା ମହିଳା ସଂରକ୍ଷଣ ଆଇନ ୨୦୨୩

ନୂଆଦିଲ୍ଲୀ,୧୭।୪(ପି.ଟି.)ଆଇନ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି ଯେ, ୨୦୨୩ର ୧୦୬ତମ ସମ୍ବିଧାନ ସଂଶୋଧନ ଆଇନ ସେକ୍ସନ-୧ର ସବ୍‌ସେକ୍ସନ-୨ ଦ୍ୱାରା ପ୍ରଦତ୍ତ କ୍ଷମତାର ପ୍ରୟୋଗ କରି କେନ୍ଦ୍ର ସରକାର ୨୦୨୬ ଏପ୍ରିଲ ୧୬ରେ ମହିଳା ସଂରକ୍ଷଣ ଆଇନକୁ ତତ୍କାଳ କାର୍ଯ୍ୟକାରୀ କରିଛନ୍ତି।
୨୦୨୩ ସେପ୍ଟେମ୍ବରରେ ପାର୍ଲାମେଣ୍ଟରେ ନାରୀଶକ୍ତି ବନ୍ଦନ ଅଧିନିୟମ ପାରିତ ହୋଇଥିଲା। ମହିଳା ସଂରକ୍ଷଣ ଆଇନ ନାମରେ ପରିଚିତ ଏହି ଆକ୍ଟ ଲୋକ ସଭା ଓ ବିଧାନସଭାଗୁଡ଼ିକରେ ମହିଳାମାନଙ୍କ ପ୍ରତିନିଧିତ୍ୱ ତ୍ୱରାନ୍ବିତ କରିବା ଦିଗରେ ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ। ଏହି ଆଇନ ବଳରେ ମହିଳାମାନଙ୍କୁ ଏକ-ତୃତୀୟାଂଶ ବା ୩୩% ଆସନ ମିଳିବ। ତେବେ ୨୦୨୩ ଆଇନ ଅଧୀନରେ ୨୦୩୪ ମସିହା ପୂର୍ବରୁ ଏହି ସଂରକ୍ଷଣ କାର୍ଯ୍ୟକାରୀ ହୋଇପାରିବ ନାହିଁ। କାରଣ ୨୦୨୩ର ଆଇନ ଅନୁଯାୟୀ, ସଂରକ୍ଷଣ ବ୍ୟବସ୍ଥା ୨୦୨୭ ଜନଗଣନା ଆଧାରରେ କରାଯିବ।
୨୦୨୯ରେ ମହିଳା ସଂରକ୍ଷଣ ଆଇନକୁ କାର୍ଯ୍ୟକାରୀ କରାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌, ଡିଲିମିଟେଶନ୍‌ ବିଲ୍‌ ୨୦୨୬ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (ସଂଶୋଧନ) ବିଲ୍‌ ୨୦୨୬କୁ ନେଇ ଲୋକ ସଭାରେ ବିତର୍କ ଜାରି ରହିଛି। ଇତିମଧ୍ୟରେ ଅଧିକାରୀମାନେ କହିଛନ୍ତି, ଯଦିଓ ଉକ୍ତ ଆଇନ ଏବେ ଲାଗୁ ହୋଇଛି, ତଥାପି ବର୍ତ୍ତମାନ ଗୃହରେ ଏହାକୁ କାର୍ଯ୍ୟକାରୀ କରାଯାଇପାରିବ ନାହିଁ। ପରବର୍ତ୍ତୀ ଜନଗଣନା ଆଧାରରେ ନିର୍ବାଚନମଣ୍ଡଳୀ ସୀମା ପୁନଃ ନିର୍ଦ୍ଧାରଣ (ଡିଲିମିଟେଶନ) ପ୍ରକ୍ରିୟା ଶେଷ ହେବା ପରେ ଲୋକ ସଭା ଓ ବିଧାନସଭାଗୁଡ଼ିକରେ ମହିଳାଙ୍କୁ ସଂରକ୍ଷଣ ସୁବିଧା ମିଳିବ।
ଅନ୍ୟପକ୍ଷେ ସରକାରଙ୍କ ଏଭଳି ପଦକ୍ଷେପକୁ ସମ୍ପୂର୍ଣ୍ଣ ବିଚିତ୍ର କହି କଂଗ୍ରେସ ସମାଲୋଚନା କରିଛି। ସଂଶୋଧିତ ବିଧେୟକ ଉପରେ ଶୁକ୍ରବାର ବିତର୍କ ପରେ ମତଦାନ ହେବାକୁ ଥିବାବେଳେ ପୁରୁଣା ଆଇନକୁ ରାତିଅଧିଆ ଲାଗୁକରି ସରକାର ଦ୍ୱନ୍ଦ୍ୱାତ୍ମକ ସ୍ଥିତି ସୃଷ୍ଟି କରିଛନ୍ତି ବୋଲି କଂଗ୍ରେସ ନେତା ଜୟରାମ ରମେଶ Xରେ ଉଲ୍ଲେଖ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ରୋହୀ ଟିଏମସି ଏମପିଙ୍କୁ ସର୍ବଦଳୀୟ ବୈଠକ ପାଇଁ ନିମନ୍ତ୍ରଣ କରାଯିବାକୁ ନେଇ ବିରୋଧୀ କ୍ଷୁବ୍ଧ

ନୂଆଦିଲ୍ଲୀ,୧୯।୭: ସଂସଦୀୟ ଅଧିବେଶନ ପୂର୍ବରୁ ଡକାଯାଇଥିବା ସର୍ବଦଳୀୟ ବୈଠକରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ଏମପିମାନଙ୍କୁ ମଧ୍ୟ ଯୋଗଦେବାକୁ ନିମନ୍ତ୍ରଣ…

ଜଗନ୍ନାଥପ୍ରସାଦ NAC ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ୧୨ ଓ୍ବାର୍ଡରେ ହେବ ବିଭକ୍ତ, ଆସନ ସଂରକ୍ଷଣ ନେଇ…

ଜଗନ୍ନାଥପ୍ରସାଦ,୧୯ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଅଞ୍ଚଳକୁ ନେଇ ନବଗଠିତ ବିଜ୍ଞାପିତ ଅଞ୍ଚଳ ପରିଷଦ(NAC)ର ଓ୍ବାର୍ଡ ସୀମା ନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ନେଇ ଅଧିସୂଚନା…

ଫେସବୁକ ଡାଉନ: ଲଗଇନ ଠାରୁ ୱେବସାଇଟ ପର୍ଯ୍ୟନ୍ତ ସେବା ଠପ

ନୂଆଦିଲ୍ଲୀ,୧୯।୭: ଯଦି ଆଜି ସକାଳ ଠାରୁ ଆପଣଙ୍କର ଫେସବୁକ ଠିକ ଭାବରେ କାମ କରୁନାହିଁ, ତେବେ ଆପଣ ଏକା ନୁହଁନ୍ତି। ସାରା ବିଶ୍ୱରେ ହଜାର ହଜାର ଉପଭୋକ୍ତା…

ଗାଁକୁ ଆସି ପାରିଲାନି ଜନନୀ ଏକ୍ସପ୍ରେସ୍‌, ଗର୍ଭବତୀଙ୍କୁ ଷ୍ଟ୍ରେଚରରେ ୨ କିଲୋମିଟର ବୋହିଲେ ଗ୍ରାମବାସୀ

ଭବାନୀପାଟଣା/ଥୁଆମୂଳ ରାମପୁର,୧୯ା୭(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଦୁର୍ଗମ ଥୁଆମୂଳ ରାମପୁର ବ୍ଲକରେ ରାସ୍ତା ସମସ୍ୟା ପୁଣିଥରେ ସାଧାରଣ ଲୋକଙ୍କ ଦୁର୍ଦ୍ଦଶାକୁ ସାମ୍ନାକୁ ଆଣିଛି। ପ୍ରସବ…

ଆମେରିକା ସହିତ ସମସ୍ତ ଚୁକ୍ତିନାମା ବାତିଲ ଘୋଷଣା କରିଛି ଇରାନ, କହିଛି MOUର ଅଧ୍ୟାୟ ଏବେ ସମ୍ପୂର୍ଣ୍ଣ ବନ୍ଦ

ତେହରାନ,୧୯।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତି ଚୁକ୍ତିନାମା ଶନିବାର ସମ୍ପୂର୍ଣ୍ଣ ଭାବରେ ବାତିଲ ହୋଇଗଲା। ପାକିସ୍ତାନ ଦ୍ୱାରା ମଧ୍ୟସ୍ଥତା କରାଯାଇଥିବା ଏହି ଚୁକ୍ତିନାମା – ଇସଲାମାବାଦ…

‘ଡୋନାଲ୍ଡ ଟ୍ରମ୍ପ ଜଣେ ମହାନ ଶୈତାନ,’ ମୋଜତାବା ଖାମେନେଇ କହିଲେ – ‘ତାଙ୍କ ଦସ୍ତଖତ ସମ୍ପୂର୍ଣ୍ଣ ମୂଲ୍ୟହୀନ’

ତେହରାନ,୧୯।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ମୋଜତାବା ଖାମେନେଇ ଶନିବାର ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବଡ଼ ଆକ୍ରମଣ ଆରମ୍ଭ କରି ତାଙ୍କୁ ‘ମହାନ ଶୈତାନ’ ବୋଲି ଆଖ୍ୟା…

ପାକିସ୍ତାନର ପୋଲ୍‌ ଖୋଲିଲେ ନିଆଜି! ଅପରେଶନ ସିନ୍ଦୂରକୁ ନେଇ ବଡ଼ଦାବି କଲେଣି ଇମ୍ରାନଙ୍କ ଭଉଣୀ

ଇସଲାମାବାଦ,୧୯।୭: ‘ଅପରେଶନ ସିନ୍ଦୂର’ ସମୟରେ ଭାରତ ପାକିସ୍ତାନକୁ ପରାସ୍ତ କରିଥିଲା। ଭାରତୀୟ କ୍ଷେପଣାସ୍ତ୍ର ସାମ୍ନାରେ ପାକିସ୍ତାନୀ ସେନା ଆତ୍ମସମର୍ପଣ କରିବାକୁ ବସିଥିଲା। ଏହି ପରିପ୍ରେକ୍ଷୀରେ, ପୂର୍ବତନ ପାକିସ୍ତାନୀ…

ଇରାନ ଆମେରିକା ସହିତ ପୁଣିଥରେ ଯୁଦ୍ଧ ଆରମ୍ଭ କରିବାରୁ କ୍ଷୁବ୍ଧ ହେଲା ପାକିସ୍ତାନ, ବିଶେଷଜ୍ଞ କହିଲେ -‘ଏହା ଶକ୍ତି ନୁହେଁ ବରଂ…’

ଇସଲାମାବାଦ,୧୯।୭: ଆମେରିକା ସହିତ ବଢୁଥିବା ଉତ୍ତେଜନା ମଧ୍ୟରେ, ଇରାନ ଇସଲାମାବାଦ ବୁଝାମଣାପତ୍ର ଅନୁଯାୟୀ ସମସ୍ତ ଦାୟିତ୍ୱକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖିଛି। ପାକିସ୍ତାନ ମଧ୍ୟ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri