‘ନାରୀ ନିଜ ସ୍ବତନ୍ତ୍ରତା ବଜାୟ ରଖିବା ଉଚିତ’

ଭୁବନେଶ୍ୱର,୩୧।୭: ମୈତ୍ରେୟୀ ଲେଖିକା ସଂଗଠନ ତରଫରୁ ଆଭାସୀ ମଞ୍ଚରେ ‘ଓଡ଼ିଶାରେ ନାରୀବାଦର ବିମର୍ଷ ଶୀର୍ଷକ’ ଆଲୋଚନା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବକ୍ତା ଭାବେ ସାହିତି୍ୟକା କମଳା ଶତପଥୀ, ସାମ୍ବାଦିକ ଶାଶ୍ୱତୀ କର ଯୋଗଦେଇ ନିଜ ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲେ ।

‘ଓଡ଼ିଶାରେ ନାରୀବାଦର ବିମର୍ଷ ଶୀର୍ଷକ’ ବିଷୟକୁ ନେଇ ଜ୍ୟୋତ୍ସ୍ନା ମହାପାତ୍ର, ଶର୍ମିଷ୍ଠା ମହାପାତ୍ର, ଅମ୍ବିକା ସ୍ବାଇଁ ପ୍ରବନ୍ଧ ପାଠ କରିଥିବା ବେଳେ ପ୍ରତିଭା ପ୍ରିୟଦର୍ଶିନୀ, ସୁସ୍ମିତା ମହାପାତ୍ର, ରଶ୍ମି ସାହୁ, ମିରିନା ମହାନ୍ତି, ଶକ୍ତିପ୍ରଭା ମିଶ୍ର, ଗାୟତ୍ରୀ ଆର୍ଯ୍ୟ, ଅନିତା ପାଣି ପ୍ରମୁଖ ସ୍ବରଚିତ କବିତା ଆବୃତ୍ତି କରିଥିଲେ।

ନାରୀ ନିଜ ସ୍ବତନ୍ତ୍ରତା ବଜାୟ ରଖିବା ଜରୁରୀ ବୋଲି ଆଲୋଚନାରେ ମତପ୍ରକାଶ ପାଇଥିଲା। ମୈତ୍ରେୟୀ ସଂଗଠନର ବରିଷ୍ଠ ସଦସ୍ୟା ସାମାଜିକ କର୍ମୀ ଭବାନୀ ଭୂୟାଁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଆଭାସୀ ମଞ୍ଚକୁ ନିଜର ସୁଲଳିତ ସଂଯୋଜନା ମାଧ୍ୟମରେ ଆକର୍ଷଣୀୟ କରିଥିଲେ ମୈତ୍ରେୟୀ କାର୍ଯ୍ୟନିର୍ବାହୀ ସଦସ୍ୟ ବିଜୟଲକ୍ଷ୍ମୀ ପାଣିଗ୍ରାହୀ। ସଂଗଠନର ଦେବ ରଞ୍ଜନ, ଅମୀୟ ବେଜ, ଓମ୍‌ ଅଭିଜ୍ଞାନ ସାହୁ, ମୀନକେତନ ପଶାୟତ, ରତ୍ନାକର ବେହେରା, କ୍ଷୀରୋଦ ବିଶ୍ୱାଳ, ପ୍ରିୟମ୍ବଦା ରଥ ପ୍ରମୁଖ ଯୋଗଦେଇ ଥିଲେ। ସୁପ୍ତି କର ଧନ୍ୟବାଦ ଅର୍ପଣ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶ୍ରୀମୟୀଙ୍କ ପୋଷ୍ଟକୁ ନେଇ କଡ଼ା କାଉଣ୍ଟର କଲେ ସ୍ନେହାଙ୍ଗିନୀ: ରାଜ୍ୟ ରାଜନୀତିରେ ହଇଚଇ 

ଭୁବନେଶ୍ୱର,୨୩।୧୨: ଶଙ୍ଖ ଭବନରେ ମହିଳା ନେତ୍ରୀଙ୍କ ବୈଠକ ପରେ ବିଜେଡିରେ ସୁଜାତା ଏଣ୍ଟ୍ରି କଲେ କି ପ୍ରଶ୍ନରେ ଉତ୍ତର ରଖିଲେ ସ୍ନେହାଙ୍ଗିନୀଙ୍କ ଛୁରିଆ। ସେ କହିଛନ୍ତି,ନବୀନ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri