ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ ଦେଶୀ ମହୁଲି ଓ ବିଦେଶୀ ମଦ ବିକ୍ରି ବନ୍ଦ ଦାବିରେ ମହିଳାମାନେ ମଙ୍ଗଳବାର ପାଟଣା ଥାନା ଓ ଅବକାରୀ କାର୍ଯ୍ୟାଳୟରେ ଦାବିପତ୍ର ପ୍ରଦାନ କରିଛନ୍ତି।

କୁନ୍ତଳା ମହାନ୍ତ, ମିତା ମହାନ୍ତ ଓ ରତ୍ନମଣି ମହାନ୍ତଙ୍କ ନେତୃତ୍ୱରେ ୫୦ରୁ ଊର୍ଦ୍ଧ୍ୱ ମହିଳା ଏହି ଦାବିପତ୍ର ପ୍ରଦାନ କରିଥିଲେ। ବେଆଇନ ମଦ କାରବାର ଯୋଗୁଁ ଯୁବପିଢ଼ି ନିଶାଗ୍ରସ୍ତ ହେବା ସହ ପରିବାରରେ କଳହ, ଅଶାନ୍ତି ଓ ପାରିବାରିକ ହିଂସା ବଢ଼ୁଥିବା ମହିଳାମାନେ ଅଭିଯୋଗ କରିଛନ୍ତି। ଏହାଦ୍ୱାରା ମହିଳା ଓ ଶିଶୁମାନେ ଶାରୀରିକ ଏବଂ ମାନସିକ ନିର୍ଯାତନାର ଶିକାର ହେଉଥିବା ସେମାନେ କହିଛନ୍ତି।

ଅଞ୍ଚଳରେ ବେଆଇନ ମଦ ବିକ୍ରି ଉପରେ ରୋକ ଲଗାଇବା ସହ ସମ୍ପୃକ୍ତ ବ୍ୟବସାୟୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ମହିଳାମାନେ ଦାବି କରିଛନ୍ତି। ଦାବି ପୂରଣ ନହେଲେ ଆଗାମୀ ଦିନରେ ମହିଳାମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

ବିଜ୍ଞାନକୁ ବାଦ୍‌ ଦେଇ ଦେଶର ପ୍ରଗତି ପରିକଳ୍ପନା ଅସମ୍ଭବ

ଦିଗପହଣ୍ଡି, ୧୫।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଜ୍ଞାନଶ୍ରୀ ପବ୍ଲିକ୍‌ ସ୍କୁଲର ଷଷ୍ଠତମ ଜ୍ଞାନବିଜ୍ଞାନ ମେଳା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ହରିବନ୍ଧୁ ଦୋରା, କାଳୁଚରଣ…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

୨୦୨୭ ଯାଏ ୩ ରାଶିଙ୍କର ଚାଲିବ ଭଲ ସମୟ, କେତୁଙ୍କ ପ୍ରଭାବରେ ପ୍ରଚୁର ଧନ ଲାଭ ସହ ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ରରେ ଛାୟା ଗ୍ରହ କେତୁଙ୍କ ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଜ୍ୟୋତିଷୀଙ୍କ ମତ ଅନୁସାରେ, କେତୁ ପ୍ରାୟ ୧୮ ମାସ ପରେ ରାଶି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?