Posted inଜାତୀୟ

ଅଶ୍ଳୀଳ ଭିଡିଓ ପ୍ରସ୍ତୁତ କରି ପ୍ରଫେସରଙ୍କୁ ୧୦ ଲକ୍ଷ ଟଙ୍କା ମାଗିଲେ ମହିଳା, ଆଉ ତା’ ପରେ…

ଲକ୍ଷ୍ନୌ,୨୦।୨: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଜଣେ ମହିଳା ଜଣେ ପ୍ରଫେସରଙ୍କୁ ବ୍ଲାକମେଲ କରି ୧୦ ଲକ୍ଷ ଟଙ୍କା ମାଗିବା ପରି ଏକ ଘଟଣା ସାମ୍ନାକୁ ଆସିଛି। ଅଭିଯୁକ୍ତ ମହିଳା ଜଣକ ତାଙ୍କର ଦୁଇ ବନ୍ଧୁଙ୍କ ସହ ମିଶି ପ୍ରଫେସରଙ୍କୁ ଲୁଟିଛନ୍ତି। ପ୍ରଫେସର ଏନେଇ ପୋଲିସରେ ମାମଲା ଦାୟର କରିଛନ୍ତି। ପୋଲିସ ଘଟଣାର ତଦନ୍ତ କରୁଛି।

ସୂଚନାନୁଯାୟୀ, ପ୍ରଫେସରଙ୍କ ନିକଟକୁ ଜଣେ ଅଜଣା ମହିଳାଙ୍କ କଲ୍‌ ଆସିଥିଲା। ପ୍ରଫେସର ତାଙ୍କ ସହିତ କଥା ହେବା ପରେ ଏହି ସମ୍ପର୍କ ଆଗକୁ ବଢ଼ିଥିଲା। ପ୍ରତିଦିନ ପ୍ରଫେସରଙ୍କ ନିକଟକୁ ମହିଳାଙ୍କ କଲ ଆସୁଥିଲା ସେ ବି କଥା ହେଉଥିଲେ। ଦିନେ ମହିଳା ତାଙ୍କ ପିଲାର ଦେହ ଖରାପ ଥିବା କହି ପ୍ରଫେସରଙ୍କୁ ଘରକୁ ଡାକିଥିଲେ। ପ୍ରଫେସର ତାଙ୍କ ଘରେ ପହଞ୍ଚିବା ପରେ ସେଠାରେ ଦୁଇଜଣ ବ୍ୟକ୍ତି ଉପସ୍ଥିତ ଥିଲେ। ଏହା ପରେ ତାଙ୍କୁ ଘେରିଯାଇ ପୋଷାକ ଖୋଲିବାକୁ କହିଥିଲେ। ମହିଳା ଜଣକ ଅଶ୍ଳୀଳ ଭିଡିଓ ପ୍ରସ୍ତୁତ କରି ପ୍ରଫେସରଙ୍କୁ ୧୦ ଲକ୍ଷ ଟଙ୍କା ନ ଦେଲେ ଏହାକୁ ଭାଇରାଲ କରିଦେବେ ବୋଲି ଧମକାଇଥିଲେ। ଖାଲି ଏତିକି ନୁହେଁ, ନିଜକୁ ଜଣେ ସାମ୍ବାଦିକ କହିବା ସହ ଏହି ଘଟଣାକୁ ମିଡିଆରେ ଦେଖାଇଦେବେ ବୋଲି ମଧ୍ୟ ଧମକାଇଥିଲେ।

ପ୍ରଫେସର କୌଣସି ପ୍ରକାରେ ତାଙ୍କ ନିକଟରୁ ଖସି ଆସି ପୋଲିସରେ ଖବର ଦେଇଥିଲେ। ପୋଲିସ ଅଭିଯୋଗକୁ ଆଧାର କରି ତଦନ୍ତ କରିବା ସହ ସଂପୃକ୍ତ ମହିଳାଙ୍କୁ ଗିରଫ କରିଛି। ଏନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri