ପୁରୁଷଙ୍କ ତୁଳନାରେ ମହିଳା ଭୋଟର ଅଧିକ

ମାଲକାନଗିରି, ୬ା୧(ଡି.ଏନ.ଏ.):ମାଲକାନଗିରି ଜିଲା ସଦରସ୍ଥିତ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଗୁରୁବାର ଭୋଟର ତାଲିକା-୨୦୨୩ ପ୍ରକାଶ ପାଇଛି। ଜିଲାପାଳ ବିଶାଲ ସିଂଙ୍କ ଉପସ୍ଥିତିରେ ସମସ୍ତ ରାଜନୈତିକ ଦଳଙ୍କୁ ଏହି ତାଲିକା ପ୍ରଦାନ କରାଯାଇଛି। ବିଗତ ଦିନରେ ଭଲଭାବେ ଭୋଟର ସଚେତନତା କାର୍ଯ୍ୟକ୍ରମ ହୋଇଥିବାରୁ ଜିଲାରେ ଭୋଟରଙ୍କ ଅନୁପାତରେ ବୃଦ୍ଧି ଘଟିଛି। ଆଦିମ ଜନଜାତି ଭୋଟରଙ୍କ ଅନୁପାତ ମଧ୍ୟ ବୃଦ୍ଧି ପାଇଛି ବୋଲି ଜିଲାପାଳ ସୂଚନା ଦେଇଛନ୍ତି। ଉପସ୍ଥିତ ଅତିରିକ୍ତ ଜିଲା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ତଥା ଅତିରିକ୍ତ ଜିଲାପାଳ ମହେଶ୍ୱର ଚନ୍ଦ୍ର ନାଏକ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ-୨୦୨୩ ସମୟରେ ରାଜନୈତିକ ଦଳଗୁଡିକର ସହଯୋଗ ଏବଂ ସମନ୍ବୟ ଯୋଗୁ ଏହି ତାଲିକା ପ୍ରକାଶ ପାଇପାରିଛି ବୋଲି କହିଥିଲେ। ଜିଲାରେ ପୁରୁଷଙ୍କ ତୁଳନାରେ ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି। ପ୍ରତି ୧୦୦୦ ପୁରୁଷ ଭୋଟରଙ୍କ ଥିବା ବେଳେ ମହିଳା ଭୋଟରଙ୍କ ସଂଖ୍ୟା ୧୦୫୫ ରହିଛି ଉପଜିଲାପାଳ ଅକ୍ଷୟ ଖେମୁଣ୍ଡୁ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ-୨୦୨୩ରେ ଜିଲାରେ ଫର୍ମ-୬ ମାଧ୍ୟମରେ ୨୦ ହଜାର ୧୪୮ ଜଣ ନୂତନ ଭୋଟର ନାମ ପଞ୍ଜୀକରଣ ଲାଗି ଆବେଦନ କରିଥିଲେ। ୬,୭୧୧ ଜଣ ତ୍ରୁଟି ସଂଶୋଧନ ନିମନ୍ତେ ଫର୍ମ-୭ ମାଧ୍ୟମରେ ଦାଖଲ କରିଥିଲେ। ସେହିପରି ଫର୍ମ-୮ ମାଧ୍ୟମରେ ୩୨୬୨ ଜଣ ସ୍ଥାନାନ୍ତର ଓ ଭୋଟର ପରିଚୟ ପତ୍ର ସଂଶୋଧନ ପାଇଁ ଆବେଦନ କରିଥିଲେ। ଜିଲାରେ ମୋଟ ୩୦ ହଜାର ୧୨୧ ଜଣ ପଞ୍ଜୀକରଣ ନିମନ୍ତେ ଆବେଦନ କରିଥିଲେ। ତେବେ ମାଲକାନଗିରି ନିର୍ବାଚନମଣ୍ଡଳୀରେ ୧ ଲକ୍ଷ ୧୮ ହଜାର ୮୩୬ ଜଣ ମହିଳା, ୧ ଲକ୍ଷ ୧୫ ହଜାର ୧୫୫ ଜଣ ପୁରୁଷ ଓ ୩୧ ଜଣ ଅନ୍ୟାନ୍ୟ ଭୋଟର ରହିଛନ୍ତି। ସେହିପରି ଚିତ୍ରକୋଣ୍ଡା ନିର୍ବାଚନମଣ୍ଡଳୀରେ ୧ ଲକ୍ଷ ୨ ହଜାର ୪ ଶହ ମହିଳା, ୯୩ ହଜାର ୯୨୪ ଜଣ ପୁରୁଷ ଓ ୧୧ ଜଣ ଅନ୍ୟାନ୍ୟ ଭୋଟର ରହିଛନ୍ତି। ଜିଲାରେ ମୋଟ ୪ ଲକ୍ଷ ୩୦ ହଜାର ୩୫୭ ଜଣ ଭୋଟର ରହିଛନ୍ତି ବୋଲି ପ୍ରକାଶିତ ଭୋଟର ତାଲିକାରେ କୁହାଯାଇଛି। ଏହି ଅବସରରେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରମିଳା ମାଝି, ରାଜନୈତିକ ଦଳ ମଧ୍ୟରେ ବିଜୁ ଜନତା ଦଳ ପକ୍ଷରୁ ଧନୁର୍ଜୟ ମାଡ଼କାମି, ଭାଜପା ପକ୍ଷରୁ ମାଣିକ ଚକ୍ରବର୍ତ୍ତୀ, ସିପିଆଇ (ଏମ୍‌) ପକ୍ଷରୁ ବ୍ରଜ ମାଝି, ବିଏସ୍‌ପି ପକ୍ଷରୁ ଜାରାଶବର ମାଢୀ ଏବଂ ଆପ୍‌ ପକ୍ଷରୁ କେ. ଦେଶୀରାଜୁ ଆଚାରୀ ଉପସ୍ଥିତ ଥିଲେ। ସହାୟକ ଜିଲାପାଳ ଅଶୋକ ଚକ୍ରବର୍ତ୍ତୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri