ପୁରୁଷଙ୍କ ତୁଳନାରେ ମହିଳା ଭୋଟର ଅଧିକ

ମାଲକାନଗିରି, ୬ା୧(ଡି.ଏନ.ଏ.):ମାଲକାନଗିରି ଜିଲା ସଦରସ୍ଥିତ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଗୁରୁବାର ଭୋଟର ତାଲିକା-୨୦୨୩ ପ୍ରକାଶ ପାଇଛି। ଜିଲାପାଳ ବିଶାଲ ସିଂଙ୍କ ଉପସ୍ଥିତିରେ ସମସ୍ତ ରାଜନୈତିକ ଦଳଙ୍କୁ ଏହି ତାଲିକା ପ୍ରଦାନ କରାଯାଇଛି। ବିଗତ ଦିନରେ ଭଲଭାବେ ଭୋଟର ସଚେତନତା କାର୍ଯ୍ୟକ୍ରମ ହୋଇଥିବାରୁ ଜିଲାରେ ଭୋଟରଙ୍କ ଅନୁପାତରେ ବୃଦ୍ଧି ଘଟିଛି। ଆଦିମ ଜନଜାତି ଭୋଟରଙ୍କ ଅନୁପାତ ମଧ୍ୟ ବୃଦ୍ଧି ପାଇଛି ବୋଲି ଜିଲାପାଳ ସୂଚନା ଦେଇଛନ୍ତି। ଉପସ୍ଥିତ ଅତିରିକ୍ତ ଜିଲା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ତଥା ଅତିରିକ୍ତ ଜିଲାପାଳ ମହେଶ୍ୱର ଚନ୍ଦ୍ର ନାଏକ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ-୨୦୨୩ ସମୟରେ ରାଜନୈତିକ ଦଳଗୁଡିକର ସହଯୋଗ ଏବଂ ସମନ୍ବୟ ଯୋଗୁ ଏହି ତାଲିକା ପ୍ରକାଶ ପାଇପାରିଛି ବୋଲି କହିଥିଲେ। ଜିଲାରେ ପୁରୁଷଙ୍କ ତୁଳନାରେ ମହିଳା ଭୋଟରଙ୍କ ସଂଖ୍ୟା ଅଧିକ ରହିଛି। ପ୍ରତି ୧୦୦୦ ପୁରୁଷ ଭୋଟରଙ୍କ ଥିବା ବେଳେ ମହିଳା ଭୋଟରଙ୍କ ସଂଖ୍ୟା ୧୦୫୫ ରହିଛି ଉପଜିଲାପାଳ ଅକ୍ଷୟ ଖେମୁଣ୍ଡୁ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ-୨୦୨୩ରେ ଜିଲାରେ ଫର୍ମ-୬ ମାଧ୍ୟମରେ ୨୦ ହଜାର ୧୪୮ ଜଣ ନୂତନ ଭୋଟର ନାମ ପଞ୍ଜୀକରଣ ଲାଗି ଆବେଦନ କରିଥିଲେ। ୬,୭୧୧ ଜଣ ତ୍ରୁଟି ସଂଶୋଧନ ନିମନ୍ତେ ଫର୍ମ-୭ ମାଧ୍ୟମରେ ଦାଖଲ କରିଥିଲେ। ସେହିପରି ଫର୍ମ-୮ ମାଧ୍ୟମରେ ୩୨୬୨ ଜଣ ସ୍ଥାନାନ୍ତର ଓ ଭୋଟର ପରିଚୟ ପତ୍ର ସଂଶୋଧନ ପାଇଁ ଆବେଦନ କରିଥିଲେ। ଜିଲାରେ ମୋଟ ୩୦ ହଜାର ୧୨୧ ଜଣ ପଞ୍ଜୀକରଣ ନିମନ୍ତେ ଆବେଦନ କରିଥିଲେ। ତେବେ ମାଲକାନଗିରି ନିର୍ବାଚନମଣ୍ଡଳୀରେ ୧ ଲକ୍ଷ ୧୮ ହଜାର ୮୩୬ ଜଣ ମହିଳା, ୧ ଲକ୍ଷ ୧୫ ହଜାର ୧୫୫ ଜଣ ପୁରୁଷ ଓ ୩୧ ଜଣ ଅନ୍ୟାନ୍ୟ ଭୋଟର ରହିଛନ୍ତି। ସେହିପରି ଚିତ୍ରକୋଣ୍ଡା ନିର୍ବାଚନମଣ୍ଡଳୀରେ ୧ ଲକ୍ଷ ୨ ହଜାର ୪ ଶହ ମହିଳା, ୯୩ ହଜାର ୯୨୪ ଜଣ ପୁରୁଷ ଓ ୧୧ ଜଣ ଅନ୍ୟାନ୍ୟ ଭୋଟର ରହିଛନ୍ତି। ଜିଲାରେ ମୋଟ ୪ ଲକ୍ଷ ୩୦ ହଜାର ୩୫୭ ଜଣ ଭୋଟର ରହିଛନ୍ତି ବୋଲି ପ୍ରକାଶିତ ଭୋଟର ତାଲିକାରେ କୁହାଯାଇଛି। ଏହି ଅବସରରେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରମିଳା ମାଝି, ରାଜନୈତିକ ଦଳ ମଧ୍ୟରେ ବିଜୁ ଜନତା ଦଳ ପକ୍ଷରୁ ଧନୁର୍ଜୟ ମାଡ଼କାମି, ଭାଜପା ପକ୍ଷରୁ ମାଣିକ ଚକ୍ରବର୍ତ୍ତୀ, ସିପିଆଇ (ଏମ୍‌) ପକ୍ଷରୁ ବ୍ରଜ ମାଝି, ବିଏସ୍‌ପି ପକ୍ଷରୁ ଜାରାଶବର ମାଢୀ ଏବଂ ଆପ୍‌ ପକ୍ଷରୁ କେ. ଦେଶୀରାଜୁ ଆଚାରୀ ଉପସ୍ଥିତ ଥିଲେ। ସହାୟକ ଜିଲାପାଳ ଅଶୋକ ଚକ୍ରବର୍ତ୍ତୀ ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri