ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର ଅପରାହ୍ନରେ ଉଦଘାଟନ କରିଛନ୍ତି। ପ୍ରଥମେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର, ସିଆରପିସିଏମ ଓ ଏମବିକେମାନେ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିମାନଙ୍କୁ ଫୁଲ ତୋଡ଼ା ଓ ଉତ୍ତରୀୟ ପ୍ରଦାନ କରି ସ୍ବାଗତ କରିଥିଲେ।
ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବନବିହାରି ହରପାଲ ସଭାପତିତ୍ୱ କରିଥିଲେ। ମୁଖ୍ୟ ଅତିଥି ଭାବେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ମିଶନ ଶକ୍ତି କାଫେ ଗୃହକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ବାଲିଗୁଡା ଆଇଟିଡିଏପିଏ କୃପା ସିନ୍ଧୁ ବେହେରା, ତୁମୁଡିବନ୍ଧ ଏମ୍‌ପି ପ୍ରତିନିଧି ପୂର୍ଣ୍ଣ ଚନ୍ଦ୍ର ପାଢ଼ୀ, ତୁମୁଡିବନ୍ଧ ବ୍ଲକ ଉପାଧ୍ୟକ୍ଷ ସନ୍ତୋଷ କୁମାର ସାହୁ,ପୂର୍ବତନ ଭା ଜ ପା ଜିଲ୍ଲା ସଭାପତି ଜଗନାଥ ସାହୁ, ପୂର୍ବତନ ଜିଲା ପରିଷଦ ଉପାଧ୍ୟକ୍ଷ ନେତ୍ର ମାନସେଠ, ବରିଷ୍ଠ ନେତା ପଦ୍ମ ଚରଣ ଦାସ, ତୁମୁଡିବନ୍ଧ ମଣ୍ଡଳ ସଭାପତି ସର୍ବେଶ୍ୱର ମାଝୀ ବରିଷ୍ଠ ନେତା ଶ୍ରୀଚନ୍ଦ୍ର ପରାସେଠ ପ୍ରମୁଖ ଉପସ୍ଥିତ ଥିଲେ।

ଉଦଘାଟନ ପରେ କାଫେକୁ ଏମ୍‌ପି ବୁଲି ଦେଖିବା ସହିତ ପରିଚାଳନା ଦାୟିତ୍ୱ ନେଇଥିବା ମା’ ଗଜଳକ୍ଷ୍ମୀ ସ୍ବୟଂ ସହାୟକ ଗୋଷ୍ଠୀଙ୍କ ସହିତ ଅଲୋଚନ କରିଥିଲେ । ଏହି ଅବସରରେ ଏମ୍‌ପି ପାଣିଗ୍ରାହୀ କହିଥିଲେ, ତୁମୁଡିବନ୍ଧ ବ୍ଳକରେ ମିଶନ ଶକ୍ତି କାଫେ ନ ଥିଲା। ଯାହା ଫଳରେ ଦୂର ପଞ୍ଚାୟତ ମାନଙ୍କରୁ ବିଭିନ୍ନ କାର୍ଯ୍ୟରେ ଆସୁଥିବା ସାଧାରଣ ଲୋକମାନେ ବ୍ଲକ କାର୍ଯ୍ୟାଳୟକୁ ଆସି ନିଜ କାମ ସାରି ବଜାର ହୋଟେଲରେ ଅଧିକା ଟଙ୍କା ଦେଇ ଭୋଜନ କରି ନିଜ ଘରକୁ ଫେରିଥାନ୍ତି। ଏହା ବିଚାରକୁ ନେଇ ମିଶନ ଶକ୍ତି କାଫେରେ ମହିଳା ସ୍ବୟଂ ସହାୟିକା ଗୋଷ୍ଠି ମଧ୍ୟରେ ଚା’ ଜଳଖିଆ ଓ ଭୋଜନ ପ୍ରସ୍ତୁତ କରାଯାଇ ସୁଲଭ ମୂଲ୍ୟରେ ଲୋକମାନଙ୍କୁ ସ୍ବାଦିଷ୍ଟ ଭୋଜନ ଯୋଗାଇବା ଦିଆ ଯିବ।ଅନ୍ୟ ପକ୍ଷରେ ଅଞ୍ଚଳ ବାସୀ ଉତ୍ତମ ଖାଦ୍ୟ ଖାଇବା ପାଇଲେ ଓ ଆମ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମଧ୍ୟ ରୋଜଗାର କ୍ଷମ ହେଲେ ବୋଲି କହିଛନ୍ତି।ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ସିଡିପିଓ ଲତା ଦିଗାଲ, ମିଶନ ଶକ୍ତି ଏକାଉଣ୍ଟାଣ୍ଟ ବାବୁଲି ନାୟକ,ଓ ଏଲ ଏମର ବି ପି ଏମ ଅକ୍ଷୟ କୁମାର ପ୍ରଧାନ ,ବି ଏଲ ସି ବାଦଲ ପ୍ରଧାନ,ବିପିସି ସରୋଜ କୁମାର ଦିଗାଲ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ଉପସ୍ଥିତ ଥିଲେ। ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି କାର୍ଯ୍ୟକ୍ରମ ଶେଷ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?