‘ସୁଭଦ୍ରା’ରେ ଆତ୍ମନିର୍ଭରଶୀଳ ହେବେ ମହିଳା

କେସିଙ୍ଗା,୧୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଓ ଏନ୍‌ଏସିର ମିଳିତ ଉଦ୍ୟମରେ ସୁଭଦ୍ରା ଯୋଜନା ପାଇଁ ପ୍ରଶାସନ ପକ୍ଷରୁ ଏକ ବିଶାଳ ପଦଯାତ୍ରା ସଚେତନ ପାଇଁ ଶୋଭାଯାତ୍ରା ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପଦ୍ମନାଭ ପୁରୋହିତ, ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବ, ନିର୍ବାହୀ ଅଧିକାରୀ ପ୍ରଣବ କୁମାର ଚାନ୍ଦ, ସିଡିପିଓ ସୁଷମା ମିଶ୍ର, ଜିଲା ମିଶନ ଶକ୍ତି ଫେଡେରେଶନ ସଭାନେତ୍ରୀ ବିଜୟଲକ୍ଷ୍ମୀ ପାଢ଼ୀ, ମିଶନ ଶକ୍ତି ବିପିସି, ଓଡ଼ିଶା ଜୀବନ ଜୀବିକା ମିଶନ , ବିପିଏମ୍‌ଙ୍କ ସମେତ ବିଭିନ୍ନ ମହିଳା ଗୋଷ୍ଠୀଙ୍କ ନେତୃତ୍ୱରେ ଶତାଧିକ ସିଆର୍‌ପି,ଏମ୍ବିକେ, ଫେଡେରେଶନ କର୍ମକର୍ତ୍ତା, ସ୍ବୟଂ ସହାୟକ ଗୋଷ୍ଠୀ, ଆଇସିଡିଏସ୍‌ କର୍ମୀମାନେ ଯୋଗ ଦେଇ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ଏହି ପଦଯାତ୍ରାଟି ବ୍ଲକ କାର୍ଯ୍ୟାଳୟରୁ ବାହାରି ସହରର ପୋଲିସ ଷ୍ଟେଶନ ଛକ ଯାଏ ପଦଯାତ୍ରା କରି ଘରେ ଘରେ ସୁଭଦ୍ରା ଯୋଜନା ନାରା ଦେଇ ଲୋକଙ୍କୁ ସଚେତନତା କରିଥିଲେ।
ଏହି ପରିପ୍ରେକ୍ଷୀରେ ଏକ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଡିଓଶ୍ରୀ ପୁରୋହିତ ସୁଭଦ୍ରା ଯୋଜନାକୁ ନେଇ ଯେମିତି ଲୋକଙ୍କ ପାଖରେ ଠିକ୍‌ ଭାବେ ପହଞ୍ଚିବ ଏବଂ ମହିଳାମାନେ ସମସ୍ତେ ଯତ୍ନବାନ ହେବା ସହ ଉପକୃତ ମହିଳାମାନେ କିପରି ସ୍ବାବଲମ୍ବୀ ଓ ଆତ୍ମନିର୍ଭରଶୀଳ ହୋଇ ପାରିବେ ତାହା ଉପରେ ବିସ୍ତୃତ ଭାବରେ ଆଲୋକପାତ କରିଥିଲେ। ସେହିପରି କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଏହି କାର୍ଯ୍ୟକ୍ରମ ପ୍ରଶାସନ ପକ୍ଷରୁ ପଦଯାତ୍ରା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ…

‘ପାକିସ୍ତାନୀମାନେ ଭାରତୀୟଙ୍କ ଶତ୍ରୁ ନୁହଁନ୍ତି,’ ଏମିତି କହି ଚର୍ଚ୍ଚାରେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ନୂଆଦିଲ୍ଲୀ,୮।୮: ଭାରତ-ପାକିସ୍ତାନ ସମ୍ପର୍କ ଉଲ୍ଲେଖ କରିବା ସାଧାରଣତଃ ଉତ୍ତେଜନା, ସୀମା ବିବାଦ ଏବଂ ଶତ୍ରୁତାର ଚିତ୍ର ସୃଷ୍ଟି କରେ। ଏହା ମଧ୍ୟରେ, ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ)…

ମାଈ ହାତୀର କଙ୍କାଳ ଠାବ: ବନବିଭାଗର ତଦନ୍ତ ଆରମ୍ଭ

ରିଆମାଳ, ୮।୮( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ନୂଆଁଡ଼ିହି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଖିଲେଇ ଗ୍ରାମ ନିକଟବର୍ତ୍ତୀ ଗୋଗୁଆ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ…

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ…

କାହିଁକି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଲେ ଅଜିଙ୍କ୍ୟ ରାହାଣେ, ଜଣାପଡିଲା ଅସଲ କାରଣ, ଏବେ ବାଛିଛନ୍ତି…

ନୂଆଦିଲ୍ଲୀ,୮।୮: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ବିଶ୍ୱର ବିଭିନ୍ନ ଲିଗରେ ଖେଳିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏହା ସହିତ,…

୨ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

କେସିଙ୍ଗା,୮ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ପୋଲିସ ଦ୍ୱାରା ଜଣେ ଚୋରା ବ୍ୟବସାୟୀଙ୍କ ସହ ୪୨ କେଜି ଚୋରା ଗଞ୍ଜେଇ ଧରାଯାଇଛି। କୌଣସି ସୂତ୍ରରୁ ଖବର…

ସ୍କୁଟିରେ ଗଞ୍ଜେଇ ଚାଲାଣ କରି ଜେଲ୍‌ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୮ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ କର୍ମଚାରୀ ଟିମ୍‌ ସ୍ଥାନୀୟ କୃଷି ବିଭାଗ କାର୍ଯ୍ୟାଳୟ ସମ୍ମୁଖ ୧୭ ନଂ ରାଜ୍ୟ ରାଜପଥରୁ ଏକ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri