ମହିଳା କିଣିବେ କାର୍‌, ଟଙ୍କା ଦେବେ ସରକାର! ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୪।୧୦: ଦୀପାବଳି ପୂର୍ବରୁ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଫ୍ଲାଗ୍‌ସିପ୍‌ ଯୋଜନା ସୁଭଦ୍ରା ସାରା ରାଜ୍ୟରେ ଚର୍ଚ୍ଚା ସାଉଁଟିଥିଲା । ଏବେ ମହିଳାଙ୍କ ପାଇଁ ଆଉ ଏକ ବଡ଼ ଯୋଜନା ଆସିବାକୁ ଯାଉଛି । ମହିଳାଙ୍କୁ ଆତ୍ମନିର୍ଭର କରିବା ପାଇଁ ଆରମ୍ଭ ହେବ ନୂଆ ଯୋଜନା । ଯାହାର ନାଁ ରହିବ ଆତ୍ମନିର୍ଭର ମହିଳା ସୁବାହକ ବା ଆମ ସୁବାହକ ଯୋଜନା। ଏହି ଯୋଜନା ଅଧୀନରେ ରାଜ୍ୟର ମହିଳାଙ୍କୁ କାର୍‌ କିଣାଇ ଦେବେ ସରକାର । ଋଣ କରି କାର୍‌ କିଣିବେ ମହିଳା । ଆଉ ସବୁ ସୁଧ ସୁଝିବେ ରାଜ୍ୟ ସରକାର । ମହିଳାଙ୍କୁ ଆହୁରି ଆତ୍ମନିର୍ଭରଶୀଳ କରିବା ପାଇଁ ସରକାର ଏଭଳି ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି ।

ଯେଉଁମାନେ ବି ଋଣ କରି କାର୍‌ କିଣିବାକୁ ଚାହିଁବେ ସେମାନଙ୍କୁ କାର୍‌ କିଣାଇ ଦେବେ ରାଜ୍ୟ ସରକାର । ପ୍ରତ୍ୟେକ ମହିଳାଙ୍କୁ ୧୦ ଲକ୍ଷ ଟଙ୍କା ଯାଏଁ ଋଣ ଯୋଗାଇ ଦିଆଯିବ । ଆଉ ଯେଉଁ ମହିଳାମାନେ କାର୍‌ କିଣିବାକୁ ଋଣ ନେବେ ତାହାକୁ ୫ ବର୍ଷ ମଧ୍ୟରେ ସୁଝିପାରିବେ । ମହିଳାମାନେ ଲୋନ୍‌ କରି କାର୍‌ ତ କିଣିବେ ସତ କିନ୍ତୁ ସବୁ ସୁଧ ସୁଝିବେ ସରକାର।

ପ୍ରତ୍ୟେକ ମହିଳାଙ୍କୁ ମିଳିବ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସୁଧ ମୁକ୍ତ ଋଣ । ୪ ବର୍ଷରେ ୧୧୦୦ ମହିଳାଙ୍କୁ କାର୍ କିଣି ଟ୍ୟାକ୍ସି ଭାବେ ବ୍ୟବହାର କରିବାକୁ ଋଣ ଯୋଗାଇ ଦେବେ ସରକାର । ଯାହା ଫଳରେ ମହିଳାଙ୍କୁ ଆଉ ସୁଧ ବାବଦକୁ ଟେନସନ୍ ନେବାକୁ ପଡିବନି । ବ୍ୟାଙ୍କରୁ ପ୍ରତି ମହିଳାଙ୍କୁ ୧୦ ଲକ୍ଷ ଟଙ୍କା ଯାଏଁ ଋଣ ଯୋଗାଇ ଦିଆଯିବ । ଋଣର କିସ୍ତି ମହିଳା ମାନେ ୫ ବର୍ଷରେ ସୁଝିବେ ଏବଂ ରାଜ୍ୟ ସରକାର ବାର୍ଷିକ ୧୧% ହାରରେ ସୁଧ ସୁଝିବେ । ବାଣିଜ୍ୟ ଓ ପରିବହନ ବିଭାଗର ଏହି ଯୋଜନାକୁ ଅନୁମୋଦନ ଦେଇଛନ୍ତି ରାଜ୍ୟ ସରକାର । ଆସନ୍ତା ୨୩ ତାରିଖରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ।

Dharitri – Odisha’s No.1 Trusted Odia Daily

 

 

 


Enter your email to get our daily news in your inbox.

All Right Reserved By Dharitri.Com

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

ନବଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ, ମହଙ୍ଗା ପଡିଲା ‘୫୦୦ କୋଟି’ ମନ୍ତବ୍ୟ

ନୂଆଦିଲ୍ଲୀ,୮।୧୨: ମୁଖ୍ୟମନ୍ତ୍ରୀ ପଦ ପାଇଁ କଂଗ୍ରେସ ‘୫୦୦ କୋଟି ଟଙ୍କାର ସୁଟକେସ୍’ ନେଇଥାଏ ବୋଲି ଅଭିଯୋଗ କରି ରାଜନୈତିକ ବିବାଦ ସୃଷ୍ଟି କରିଥିବା ପଞ୍ଜାବ କଂଗ୍ରେସ...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri