ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତାରେ ଭାଗ ନେବେ ମହିଳା

ସମ୍ବଲପୁର,୧୨ା୩(ବ୍ୟୁରୋ): ସମ୍ବଲପୁର ଜିଲାରେ ୧୦ବର୍ଷ ବ୍ୟବଧାନରେ ଶନିବାର ଆରମ୍ଭ ହେବାକୁଯାଉଛି ରାଜ୍ୟସ୍ତରୀୟ ସୁନ୍ଦର ସ୍ବାସ୍ଥ୍ୟ ପ୍ରତିଯୋଗିତା। ପ୍ରତିଯୋଗୀତା ୧୨ ଓ ୧୩ ତାରିଖ ଦୁଇଦିନ ଧରି ଚାଲିବ। କଳିଙ୍ଗ ବଡି ବିଲ୍ଡିଂ ଆଣ୍ଡ ଫିଟ୍‌ନେସ ଆସୋସିଏଶନ ଓ ଜିଲା ଆସୋସିଏଶନ ମିଳିତ ଆନୁକୂଲ୍ୟରେ ପ୍ରତିଯୋଗିତା ହେବ। ଏଥିରେ ମହିଳାଙ୍କ ସମେତ ୨୫୦ଜଣ ପ୍ରତିଯୋଗୀ ଭାଗ ନେବେ ବୋଲି ଆୟୋଜକ କର୍ମକର୍ତ୍ତା ସୂଚନା ଦେଇଛନ୍ତି।

ସୂଚନା ମୁତାବକ, ଜିଲାରେ ଅନୁଷ୍ଠିତ ହେଉଥିବା ପ୍ରତିଯୋଗିତାରେ ରାଜ୍ୟର ୨୦ରୁ ଅଧିକ ଜିଲାର ପ୍ରତିଯୋଗୀ ସାମିଲ ହେବେ। ଖେଳାଳିମାନଙ୍କୁ ଟ୍ରଫି ସହ ଆର୍ଥତ୍କ ରାଶି ପୁରସ୍କାର ଦିଆଯିବ। ୧୮ ବିଭାଗରେ ପ୍ରତିଯୋଗିତା କରାଯିବ। ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ଖେଳାଳିମାନେ ଜଜ୍‌ ଦାୟିତ୍ୱ ତୁଲାଇବେ। ଆର୍ଥତ୍କବର୍ଷ ୨୦୨୧-୨୨ ପାଇଁ ରାଜ୍ୟର ଟାଇଟଲ ଲାଗି ପ୍ରତିଯୋଗିତା ହେବ। ଅନୁଷ୍ଠାନର ସମ୍ବଲପୁର ଜିଲା ସଭାପତି ସତିଶ ବିଶିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସଭାପତି ସନ୍ତୋଷ ମହାନ୍ତି, କାର୍ଯ୍ୟକାରୀ ସଭାପତି ନିଶାନ୍ତ ବହିଦାର, ସାଧାରଣ ସମ୍ପାଦକ ଅମିତାଭ ପରିଡା, ଉପସଭାପତି ମହମ୍ମଦ ଅଲିମ, ଜିିଜି ଜୋଶେଫ, ଶୁଭ୍ରାଂଶୁ ପଟ୍ଟନାୟକ, ଆସିଫ ଖାନ, ସାଙ୍ଗଠନିକ ସମ୍ପାଦକ ଦୁଲାଲଚନ୍ଦ୍ର ରାୟ, ସୁରେନ୍ଦ୍ର କୁମାର ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri