Posted inଖେଳ

ଭାରତରେ ମହିଳା ଏସିଆନ କପ୍‌ ଫୁଟ୍‌ବଲ

ନୂଆଦିଲ୍ଲୀ,୨୯।୧(ପି.ଟି.): ୨୦୨୨ରେ ମହିଳା ଏସିଆନ କପ୍‌ ଫୁଟବଲ ଭାରତରେ ଆୟୋଜନ ହେବ। ଏହି ମେଗା ଇଭେଣ୍ଟ ଜାନୁୟାରୀ ୨୦ ତାରିଖରୁ ଆରମ୍ଭ ହୋଇ ଫେବୃୟାରୀ ୬ ତାରିଖରେ ଶେଷ ହେବ ବୋଲି ଏସିଆନ ଫୁଟବଲ କନ୍‌ଫେଡେରେଶନ (ଏଏଫ୍‌ସି) ତରଫରୁ ସୂଚନା ଦିଆଯାଇଛି। ଟୁର୍ନାମେଣ୍ଟରେ ମୋଟ ୧୨ଟି ଦଳ ଅଂଶଗ୍ରହଣ କରିବେ। ଗତ ସଂସ୍କରଣରେ ୮ଟି ଦଳ ଅଂଶଗ୍ରହଣ କରିଥିଲେ। ଏଥର ଆଉ ୪ଟି ଦଳକୁ ସାମିଲ କରାଯାଇଛି। ଦଳଗୁଡିକୁ ୩ଟି ଗ୍ରୁପ୍‌ରେ ବିଭକ୍ତ କରାଯାଇଛି। ୧୮ ଦିନ ମଧ୍ୟରେ ଟୁର୍ନାମେଣ୍ଟରେ ମୋଟ ୨୫ଟି ମ୍ୟାଚ ଖେଳାଯିବ। ୮ଟି ଦଳ ନୂଆକରି ଆରମ୍ଭ କରାଯାଇଥିବା କ୍ୱାର୍ଟରଫାଇନାଲକୁ ଉନ୍ନୀତ ହେବେ।
୨୦୨୩ ଫିଫା ମହିଳା ବିଶ୍ୱକପ୍‌ ପାଇଁ ଏହି ଟୁର୍ନାମେଣ୍ଟ କ୍ୱାଲିଫାଇଙ୍ଗ୍‌ ଇଭେଣ୍ଟ ଭାବେ ପରିଗଣିତ ହେବ। ବିଶ୍ୱକପ୍‌ରେ ଏଥର ଅଷ୍ଟ୍ରେଲିଆକୁ ବାଦ୍‌ ଦେଲେ ୫ଟି ଏସୀୟ ଦଳ ସାମିଲ ରହିବେ। ବିଶ୍ୱକପ୍‌ରେ ମୋଟ ଉପରେ ୩୨ଟି ଦଳ ଅଂଶଗ୍ରହଣ କରିବେ। ୨୦୨୨ ଏଏଫ୍‌ସି ମହିଳା ଏସିଆନ୍‌ କପ୍‌ ପାଇଁ ସେପ୍ଟେମ୍ବର ୧୩ରୁ ୨୫ ତାରିଖ ମଧ୍ୟରେ କ୍ୱାଲିଫାୟର୍ସ ଟୁର୍ନାମେଣ୍ଟ ଖେଳାଯିବ। ଗତ ସଂସ୍କରଣରେ ଶୀର୍ଷରେ ଥିବା ପ୍ରଥମ ୩ଟି ଦଳ (ଜାପାନ, ଅଷ୍ଟ୍ରେଲିଆ ଓ ଚାଇନା) , ଆୟୋଜକ ଭାରତ ବ୍ୟତୀତ ଆଉ ୮ଟି ଦଳ ଟୁର୍ନାମେଣ୍ଟରେ ଭାଗ ନେବେ। ଆୟୋଜକ ହିସାବରେ ଭାରତ ସିଧାସଳଖ ଏହି ଟୁର୍ନାମେଣ୍ଟ ଖେଳିବ। ଏହି ଟୁର୍ନାମେଣ୍ଟକୁ ବାଦ୍‌ ଦେଲେ ଭାରତ ଆସନ୍ତାବର୍ଷ ଫିଫା ୧୭ ବର୍ଷରୁ କମ୍‌ ବିଶ୍ୱକପ୍‌ ମଧ୍ୟ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଭାରତ ମଧ୍ୟ ପୂର୍ବରୁ ୨୦୧୬ରେ ଏଏଫ୍‌ସି ୧୬ ବର୍ଷରୁକମ୍‌ ଚାମ୍ପିୟନଶିପ୍‌ ଓ ଫିଫା ୧୭ ବର୍ଷରୁ କମ୍‌ ବିଶ୍ୱକପ୍‌ ୨୦୧୭ରେ ସଫଳତାର ସହ ଆୟୋଜନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜିମ୍ବାଓ୍ବେର ଏହି ଫାଷ୍ଟ ବୋଲର ୨ ବର୍ଷ ବାସନ୍ଦ

ନୂଆଦିଲ୍ଲୀ,୧୪ା୪: ଆଇପିଏଲ୍‌ରେ ଖେଳିବା ପାଇଁ ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌) ଛାଡ଼ିଥିବା ଜିମ୍ବାଓ୍ବେ ଫାଷ୍ଟ ବୋଲର ବ୍ଲେସିଂ ମୁଜରାବାନୀଙ୍କୁ ମଙ୍ଗଳବାର ଦୁଇ ବର୍ଷ ଲାଗି ପାକିସ୍ତାନ କ୍ରିକେଟ…

ବିଶ୍ୱକପ୍‌ ପୂର୍ବରୁ ଘାନାକୁ ମିଳିଲା ନୂଆ କୋଚ୍‌, ଜାଣନ୍ତୁ…

ଘାନା,୧୪ା୪: ଫିଫା ବିଶ୍ୱକପ୍‌କୁ ମାତ୍ର ଦୁଇ ମାସରୁ କମ୍‌ ସମୟ ଥିବା ବେଳେ ଘାନା କାର୍ଲୋସ କ୍ୟୁରୋଜଙ୍କୁ ଜାତୀୟ ପୁରୁଷ ଫୁଟ୍‌ବଲ ଦଳର ନୂଆ କୋଚ୍‌ ଭାବେ…

ରାତାରାତି ଷ୍ଟାର ପାଲଟିଗଲେ ପ୍ରଫୁଲ୍ଲ: ୨୪ ଘଣ୍ଟାରେ ବଦଳିଗଲା ଭାଗ୍ୟ

ନୂଆଦିଲ୍ଲୀ,୧୪।୪: ପ୍ରଫୁଲ୍ଲ ହିଙ୍ଗେ ଆଇପିଏଲ ଇତିହାସରେ ଏପରି କିଛି ହାସଲ କରିଛନ୍ତି ଯାହା ଜସପ୍ରୀତ ବୁମରା, ମହମ୍ମଦ ଶାମି, ମିଚେଲ ଷ୍ଟାର୍କ ଏବଂ ଡେଲ ଷ୍ଟେନଙ୍କ ପରି…

ଖରାପ ପାଗ ସତ୍ତ୍ୱେ ସଫଳ ହୋଇଥିଲା ମ୍ୟାଚ୍‌: ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କୁ ମିଳିଲା ୨୫ଲକ୍ଷ ଟଙ୍କା ପୁରସ୍କାର

ଗୁଆହାଟୀ, ୧୪ା୪: ଖରାପ ପାଗ ସତ୍ତ୍ୱେ ଚଳିତ ସିଜନରେ ୩ଟି ଆଇପିଏଲ୍‌ ମ୍ୟାଚ ସଫଳତା ସହିତ ଆୟୋଜନ କରିପାରିଥିବାରୁ ଆସାମ କ୍ରିକେଟ ଆସୋସିଏଶନ (ଏସିଏ) ଗ୍ରାଉଣ୍ଡ ଷ୍ଟାଫ୍‌ଙ୍କ…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

IPL ମଧ୍ୟରେ ପ୍ରେମିକାଙ୍କ ସହ ଗୁରୁଦ୍ୱାର ପହଞ୍ଚିଲେ ଅର୍ଶଦୀପ, ଏହି ଅଭିନେତ୍ରୀଙ୍କୁ ଡେଟ୍‌ କରୁଥିବା ଚର୍ଚ୍ଚା

ନୂଆଦିଲ୍ଲୀ,୧୪।୪: କ୍ରିକେଟର ଏବଂ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କ ସାଧାରଣ, ଅନେକ ପୁରୁଷ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ବିବାହ କରିଛନ୍ତି। ସଦ୍ୟତମ ପ୍ରକାଶିତ ବ୍ୟକ୍ତି ହେଉଛନ୍ତି ଅର୍ଶଦୀପ ସିଂହ,…

କିଏ ସେହି ପ୍ରଫୁଲ୍ଲ ହିଙ୍ଗେ, ଯିଏ ଡେବ୍ୟୁ ମ୍ୟାଚ୍‌ରେ ରଚିଲେ ଇତିହାସ, ବାପା ଜଣେ…

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି…

IPL ଇତିହାସରେ ପ୍ରଥମଥର ଘଟିଲା ଏମିତି: କମାଲ କଲେ ପ୍ରଫୁଲ୍ଲ

ନୂଆଦିଲ୍ଲୀ,୧୪।୪: ସନରାଇଜର୍ସ ହାଇଦ୍ରାବାଦ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ସମସ୍ତଙ୍କ ନଜର ଅଭିଷେକ ଶର୍ମା ଏବଂ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ ଥିଲା। କିନ୍ତୁ କେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri