ଧନୁଯାତ୍ରା ଦେଖିବାକୁ ଯାଇ ଗଣବଳାତ୍କାରର ଶିକାର! ଏଯାଏ ଧରାପଡିନାହାନ୍ତି ଅଭିଯୁକ୍ତ, ଉଦ୍‌ବେଗ ପ୍ରକାଶ କଲେ ମହିଳା ସମିତି

ବରଗଡ଼,୧୬।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସିଥିବା ଜଣେ ଯୁବତୀ ନିଖୋଜ ହୋଇଯିବା ଏବଂ ଘଟଣାର ୪୮ଘଣ୍ଟା ପରେ ବରଗଡ଼ ସହର ଉପକଣ୍ଠ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କ ଉଦ୍ଧାର ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ତେବେ ଘଟଣା ଚାରିଦିନ ବିତି ଯାଇଥିଲେ ସୁଦ୍ଧା ଅଭିଯୁକ୍ତମାନଙ୍କୁ ଠାବ କରିବାରେ ପୋଲିସର ବିଫଳତା ନେଇ ବରଗଡ଼ ମହିଳା ସମିତି ଗଭୀର ଉଦ୍‌ବେଗ ପ୍ରକାଶ କରିଛି । ସମିତିର ଏକ ପ୍ରତିନିଧି ଦଳ ଗୁରୁବାର ବୁର୍ଲା ହସ୍ପିଟାଲକୁ ଯାଇ ପୀଡିତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ନ୍ୟାୟ ପ୍ରଦାନ ପାଇଁ ମହିଳା ସମିତି ସବୁବେଳେ ତାଙ୍କ ସହିତ ରହିବେ ବୋଲି ପ୍ରତିଶ୍ରୁତି ଦେଇ ଶୀଘ୍ର ଆଶୁ ଆରୋଗ୍ୟ କାମନା କରିଛନ୍ତି। ପ୍ରତିନିଧି ଦଳ ଭିମ୍‌ସାର ନିର୍ଦ୍ଦେଶକ ଡ଼ା. ଭାବଗ୍ରାହୀ ରଥଙ୍କୁ ଭେଟି ପୀଡ଼ିତାଙ୍କ ସ୍ଥିତାବସ୍ଥା ଏବଂ ଚିକିତ୍ସା ସମ୍ପର୍କରେ ପଚାରି ବୁଝିଥିଲେ । ପୀଡ଼ିତାଙ୍କ ଗତକାଲି ସ୍କିନ ସର୍ଜରୀ ହୋଇଥିବା ଏବଂ ବିପଦମୁକ୍ତ ଥିବା ଡ଼ା. ରଥ ପ୍ରକାଶ କରିଛନ୍ତି। ଘଟଣା ସମ୍ପର୍କରେ ପୀଡ଼ିତାଙ୍କ ପରିବାର ପକ୍ଷରୁ ପ୍ରଥମ ଦିନ ରାତିରେ ପୋଲିସରେ ରିପୋର୍ଟ ସତ୍ତ୍ୱେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦିଗରେ ପୋଲିସର ଅବହେଳା, ସନ୍ଦିଗ୍ଧ ଅପରାଧୀମାନଙ୍କ ଫୋନ କଲ ରେକର୍ଡ ଥିବା ସତ୍ତ୍ୱେ ସେ ଦିଗରେ ତଦନ୍ତରେ ଅବହେଳା ଆଦି ପରିବାର ବର୍ଗ ସମିତିର ପ୍ରତିନିଧି ମଣ୍ଡଳୀଙ୍କଠାରେ ଅଭିଯୋଗ କରିଥିଲେ। ଏଭଳି ଏକ ସମ୍ବେଦନଶୀଳ ଘଟଣାର ପ୍ରଥମ ଦିନ ରିପୋର୍ଟକୁ ଗ୍ରହଣ ନ କରି ପୁଣି ତିନି ଦିନ ପରେ ଆଉଥରେ ରିପୋର୍ଟ ଦେବାକୁ ପୀଡ଼ିତା ପରିବାରଙ୍କୁ କୁହାଯିବା ରହସ୍ୟ ଘଟଣାକୁ ଚପାଇ ଦେବାକୁ ଉଦ୍ୟମ ନୁହେଁ କି ବୋଲି ମହିଳା ସମିତି ପକ୍ଷରୁ ଅସନ୍ତୋଷ ପ୍ରକାଶ କରାଯାଇଛି । ବରଗଡ଼ ଇତିହାସରେ ଧନୁଯାତ୍ରା ସମୟରେ ଏଭଳି ଜଘନ୍ୟ ଅଭାବନୀୟ ଘଟଣା କେବେ ଘଟିନଥିଲା । ଘଟଣା ଦିନ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଅବସରରେ ବରଗଡ଼ ସହର ପୋଲିସ ଛାଉଣୀରେ ପରିଣତ ହୋଇଥିବା ସତ୍ତ୍ୱେ ଗୋଟିଏ ଝିଅ ଅପହୃତ ହେବା ଏବଂ ୪୮ ଘଣ୍ଟା ପରେ ରକ୍ତାକ୍ତ ଉଦ୍ଧାର ହେବା ଅତ୍ୟନ୍ତ ଲଜ୍ଜାଜନକ ଘଟଣା ବୋଲି ମହିଳା ସମିତି ପକ୍ଷରୁ ତୀବ୍ର ନିନ୍ଦା କରାଯାଇଛି । ଏହି ଘଟଣାର ଉଚିତ୍‌ ତଦନ୍ତ ଓ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ ସହିତ ପୀଡ଼ିତାଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ ବରଗଡ଼ ମହିଳା ସମିତି ଦାବି କରିଛି। ସମିତିର ସଭାନେତ୍ରୀ ହର୍ଜିନ୍ଦର୍‌ କୌରଙ୍କ ନେତୃତ୍ୱରେ ମନ୍ଦାକିନୀ ପତି, ଇନ୍ଦ୍ରାଣୀ ଶତପଥୀ, ରାଧାରାଣୀ ମିଶ୍ର, ମମତା ମିଶ୍ର ଏବଂ ସମିତିର ଉପଦେଷ୍ଟା ପ୍ରିତମ ସିଂହ ଓ ପ୍ରସନ୍ନ ମିଶ୍ର ଏହି ପ୍ରତିନିଧି ମଣ୍ଡଳୀରେ ସାମିଲ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ପୋଷଣ ସହ ବଢ଼ିବ ମନୋବଳ: ଗୁଡ଼ାରିରେ ଯକ୍ଷ୍ମା ଆକ୍ରାନ୍ତଙ୍କୁ ପୋଷଣ ଖାଦ୍ୟ ବାସ୍କେଟ ବଣ୍ଟନ, ଏମ୍‌ସିଏଲ୍‌ର ପ୍ରଶଂସନୀୟ…

ଗୁଡ଼ାରି, ୨୨।୯(ପ୍ରମୋଦ କୁମାର ପତି): ‘ପ୍ରଧାନମନ୍ତ୍ରୀ ଯକ୍ଷ୍ମା ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ରାୟଗଡ଼ା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ଗୁଡ଼ାରି ବ୍ଲକରେ ଚିହ୍ନଟ ହୋଇଥିବା ୫୧…

ହାଟଡିହୀର ଦୀପ୍ତିମୟୀଙ୍କୁ ବଡ଼ ଦାୟିତ୍ୱ: କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି; ଛୁଟୁଛି ଶୁଭେଚ୍ଛାର…

ହାଟଡିହୀ,୨୨।୯(ଶୁଭକାନ୍ତ ନାୟକ): ଭାରତୀୟ ଜନତା ପାର୍ଟିର କେନ୍ଦୁଝର ଜିଲା ମହିଳା ମୋର୍ଚ୍ଚା ଉପସଭାପତି ଭାବେ ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ଦୀପ୍ତିମୟୀ ଖୁଣ୍ଟିଆଙ୍କୁ ମନୋନୀତ କରାଯାଇଛି। ଭାଜପା…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଆଉ ନାହାନ୍ତି ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ଡ. ଗୋପବନ୍ଧୁ ବେହେରା: କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଜଣେ ଅଗ୍ରଣୀ ଶିକ୍ଷାବିତ୍, ଆଦର୍ଶ ମାର୍ଗଦର୍ଶକ ତଥା ବିଶିଷ୍ଟ ରସାୟନ ବିଜ୍ଞାନ ପ୍ରଫେସର ଡକ୍ଟର ଗୋପବନ୍ଧୁ ବେହେରାଙ୍କର ୮୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?