Posted inଖେଳ

ମହିଳା ବିଗ୍‌ ବାସ୍‌ ଲିଗ୍‌: ସିଡ୍‌ନୀ ଥଣ୍ଡରକୁ ଦ୍ୱିତୀୟ ଟାଇଟଲ୍‌

ସିଡନୀ,୨୯।୧୧: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ମହିଳା ଟି୨୦ ପ୍ରତିଯୋଗିତା ବିଗ୍‌ ବାସ୍‌ ଲିଗ୍‌ରେ ସିଡ୍‌ନୀ ଥଣ୍ଡର ଏଥର ଚାମ୍ପିୟନ ହୋଇଛି। ଶନିବାର ସ୍ଥାନୀୟ ନର୍ଥ ସିଡ୍‌ନୀ ଓଭାଲ ଗ୍ରାଉଣ୍ଡରେ ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ସିଡ୍‌ନୀ ଥଣ୍ଡର ୭ ଉଇକେଟରେ ମେଲବୋର୍ନ ଷ୍ଟାର୍ସକୁ ପରାସ୍ତ କରି ଦ୍ୱିତୀୟ ଥର ପାଇଁ ଟାଇଟଲ ହାସଲ କରିଛି। ଦକ୍ଷିଣ ଆଫ୍ରିକା ବୋଲର ଶବନୀମ ଇସ୍‌ମାଇଲ୍‌ ପ୍ଳେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
ଟସ୍‌ ଜିତି ମେଲବୋର୍ନ ପ୍ରଥମେ ବ୍ୟାଟିଂ କରି ୯ ଉଇକେଟ ହରାଇ ୮୬ ରନ ସଂଗ୍ରହ କରିଥିଲା। ଜବାବରେ ସିଡ୍‌ନୀ ଥଣ୍ଡର ୧୩.୪ ଓଭରରେ ୩ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ସିଡ୍‌ନୀ ତରଫରୁ ହିଦର ନାଇଟ ୨୬ ଓ ଅଧିନାୟିକା ରାଚେଲ ହେନ୍ସ ୨୧ ରନ କରି ଅପରାଜିତ ରହିବା ସହ ଦଳକୁ ଜିତାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଚଲେ ଟ୍ରେନ୍‌ମ୍ୟାନ ୨୩, ଟାମି ବିୟୁମାଉଣ୍ଟ ୧୬ ରନ୍‌ ସଂଗ୍ରହ କରିଥିଲେ। ବୋଲିଂରେ ମେଲବୋର୍ନ ତରଫରୁ ନାଟଲି ସ୍କିଭର, ଆଲାନା କିଙ୍ଗ୍‌, ଟେସ୍‌ ଫ୍ଲିଣ୍ଟଫ୍‌ ଗୋଟଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ମେଲବୋର୍ନ ତରଫରୁ କାଥେରାଇନ ବ୍ରଣ୍ଟ ସର୍ବାଧିକ ଅପରାଜିତ ୨୨, ଅନାବେଲ ସଦରଲାଣ୍ଡ ୨୦, ନାଟାଲି ସ୍କିଭର ୧୧, ଅଧିନାୟିକା ମେଗ୍‌ ଲାନିଂ ୧୩ ରନ ସଂଗ୍ରହ କରିଥିଲେ। ବୋଲିଂରେ ସିଡ୍‌ନୀ ତରଫରୁ ଇସ୍‌ମାଇଲ ଓ ସାମି ଜୋ ଜନସନ ୨ଟି ଲେଖାଏ, ସାମନ୍ଥା ବେଟ୍ସ, ହାନା ଡାର୍ଲିଂଟନ, ଲାଉରେନ ସ୍ମିଥ୍‌ ଓ ହିଦର ନାଇଟ୍‌ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri