Posted inଖେଳ

ମହିଳା ବିଗ୍‌ ବାସ୍‌ ଲିଗ୍‌: ସିଡ୍‌ନୀ ଥଣ୍ଡରକୁ ଦ୍ୱିତୀୟ ଟାଇଟଲ୍‌

ସିଡନୀ,୨୯।୧୧: ଅଷ୍ଟ୍ରେଲିଆରେ ଅନୁଷ୍ଠିତ ମହିଳା ଟି୨୦ ପ୍ରତିଯୋଗିତା ବିଗ୍‌ ବାସ୍‌ ଲିଗ୍‌ରେ ସିଡ୍‌ନୀ ଥଣ୍ଡର ଏଥର ଚାମ୍ପିୟନ ହୋଇଛି। ଶନିବାର ସ୍ଥାନୀୟ ନର୍ଥ ସିଡ୍‌ନୀ ଓଭାଲ ଗ୍ରାଉଣ୍ଡରେ ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ସିଡ୍‌ନୀ ଥଣ୍ଡର ୭ ଉଇକେଟରେ ମେଲବୋର୍ନ ଷ୍ଟାର୍ସକୁ ପରାସ୍ତ କରି ଦ୍ୱିତୀୟ ଥର ପାଇଁ ଟାଇଟଲ ହାସଲ କରିଛି। ଦକ୍ଷିଣ ଆଫ୍ରିକା ବୋଲର ଶବନୀମ ଇସ୍‌ମାଇଲ୍‌ ପ୍ଳେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
ଟସ୍‌ ଜିତି ମେଲବୋର୍ନ ପ୍ରଥମେ ବ୍ୟାଟିଂ କରି ୯ ଉଇକେଟ ହରାଇ ୮୬ ରନ ସଂଗ୍ରହ କରିଥିଲା। ଜବାବରେ ସିଡ୍‌ନୀ ଥଣ୍ଡର ୧୩.୪ ଓଭରରେ ୩ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରିନେଇଥିଲା। ସିଡ୍‌ନୀ ତରଫରୁ ହିଦର ନାଇଟ ୨୬ ଓ ଅଧିନାୟିକା ରାଚେଲ ହେନ୍ସ ୨୧ ରନ କରି ଅପରାଜିତ ରହିବା ସହ ଦଳକୁ ଜିତାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ରାଚଲେ ଟ୍ରେନ୍‌ମ୍ୟାନ ୨୩, ଟାମି ବିୟୁମାଉଣ୍ଟ ୧୬ ରନ୍‌ ସଂଗ୍ରହ କରିଥିଲେ। ବୋଲିଂରେ ମେଲବୋର୍ନ ତରଫରୁ ନାଟଲି ସ୍କିଭର, ଆଲାନା କିଙ୍ଗ୍‌, ଟେସ୍‌ ଫ୍ଲିଣ୍ଟଫ୍‌ ଗୋଟଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ମେଲବୋର୍ନ ତରଫରୁ କାଥେରାଇନ ବ୍ରଣ୍ଟ ସର୍ବାଧିକ ଅପରାଜିତ ୨୨, ଅନାବେଲ ସଦରଲାଣ୍ଡ ୨୦, ନାଟାଲି ସ୍କିଭର ୧୧, ଅଧିନାୟିକା ମେଗ୍‌ ଲାନିଂ ୧୩ ରନ ସଂଗ୍ରହ କରିଥିଲେ। ବୋଲିଂରେ ସିଡ୍‌ନୀ ତରଫରୁ ଇସ୍‌ମାଇଲ ଓ ସାମି ଜୋ ଜନସନ ୨ଟି ଲେଖାଏ, ସାମନ୍ଥା ବେଟ୍ସ, ହାନା ଡାର୍ଲିଂଟନ, ଲାଉରେନ ସ୍ମିଥ୍‌ ଓ ହିଦର ନାଇଟ୍‌ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ୍‌ ଇତିହାସରେ ସର୍ବାଧିକ ରନ୍‌ ଚେଜ୍‌

କୋଲକାତା, ୨୭।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ କରିଥିବା ୨୬୧ ରନ ପର୍ଯ୍ୟାପ୍ତ ହେଲାନି। ଜନି ବେୟାରଷ୍ଟୋଙ୍କ ଅପରାଜିତ ଶତକ ସହାୟତାରେ ପଞ୍ଜାବ କିଙ୍ଗ୍ସ...

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri