ମୟୂରଭଞ୍ଜରେ ମହିଳା କାର୍ଡ

ବାରିପଦା ଅଫିସ,୭ା୬: ଇତି ମଧ୍ୟରେ ରାଜ୍ୟ ମନ୍ତ୍ରିମଣ୍ଡଳର ପରିବର୍ତ୍ତନ ହୋଇଛି। ମୟୂରଭଞ୍ଜ ଜିଲାରୁ କ୍ୟାବିନେଟ ମନ୍ତ୍ରୀ ଭାବେ ପ୍ରତିନିଧିତ୍ୱ କରୁଥିବା ସୁଦାମ ମାରାଣ୍ଡିଙ୍କୁ ବାଦ୍‌ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମଙ୍କୁ ମନ୍ତ୍ରିମଣ୍ଡଳରେ ସ୍ଥାନ ଦେଇଛନ୍ତି। ବାସନ୍ତୀଙ୍କୁ ମହିଳା ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ ମିଳିଛି। ମହିଳା ସଶକ୍ତୀକରଣକୁ ନେଇ ଜିଲାରେ ମହିଳା ସଙ୍ଗଠନ ଓ ଦଳୀୟ ସଙ୍ଗଠନକୁ ମଜବୁତ ଲକ୍ଷ୍ୟ ରଖି ବିଜେଡି ପକ୍ଷରୁ ଆଦିବାସୀ ମହିଳାକାର୍ଡ ଖେଳାଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଆଦିବାସୀ କାର୍ଡ ପ୍ରଚଳନ ଜୋର ଧରିଥିବା ବେଳେ ଜଣେ ଆଦିବାସୀ ମହିଳାଙ୍କୁ ମନ୍ତ୍ରୀପଦ ମିଳିବା ପରେ ଜିଲାର ବିକାଶ କେତେ ହୋଇପାରୁଛି ତାହାକୁ ନେଇ ଆଲୋଚନା ଚାଲିିଛି। ଅନ୍ୟପକ୍ଷରେ ଜିଲାର ଟାଣୁଆ ନେତା ଭାବେ ପରିଚିତ ସୁଦାମ ମାରାଣ୍ଡିଙ୍କ ସ୍ଥାନରେ ବାସନ୍ତୀଙ୍କୁ ଅବସ୍ଥାପିତ କରିବା ନେଇ ମନ୍ତ୍ରୀପଦ ପ୍ରଭାବଶୂନ୍ୟ ହେବକି ବୋଲି ଚର୍ଚ୍ଚା ଜୋର ଧରିଛି ।
ଗତ ପଞ୍ଚାୟତ ନିର୍ବାଚନରେ ବିଜେଡିକୁ ଅଭୂତପୂର୍ବ ସଫଳତା ମିଳିଥିଲା। ୫୬ ଜିଲା ପରିଷଦ ଆସନ ମଧ୍ୟରୁ ୫୩ଟି ବିଜେଡି ଖାତାକୁ ଯାଇଥିବା ବେଳେ ମାତ୍ର ତିନୋଟି ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ହାତେଇଥିଲା। ସେହିପରି ଜିଲାର ବ୍ଲକ ଅଧ୍ୟକ୍ଷ ଓ ପୌର ପରିଷଦ ନିର୍ବାଚନରେ ବିଜେଡିର ସଫଳତାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ। ତେବେ ମନ୍ତ୍ରିମଣ୍ଡଳ ପରିବର୍ତ୍ତନରେ ରାଜସ୍ବମନ୍ତ୍ରୀ ଥିବା ସୁଦାମ ମାରାଣ୍ଡିଙ୍କୁ ବାଦ୍‌ ଦିଆଗଲା। ଜଣେ ଲୋକପ୍ରିୟ ଏବଂ ଅଭିଜ୍ଞ ନେତାଙ୍କୁ ବାଦ୍‌ ଦିଆଯିବା ପଛରେ କେଉଁ ଉଦ୍ଦେଶ୍ୟ ରହିଛି ତାହାକୁ ନେଇ ଜିଲାରେ ଚର୍ଚ୍ଚା ବଢ଼ିଛି। ତତ୍‌କାଳୀନ ରାଜସ୍ବ ମନ୍ତ୍ରୀଙ୍କ ଜିଲାରେ ରାଜସ୍ବ ହରିଲୁଟ ଘଟଣାରେ ଏନ୍‌ଜିଟି ଛାଟକୁ ନେଇ ନବୀନ ସୁଦାମଙ୍କୁ ମନ୍ତ୍ରୀପଦରୁ ବିଦା କଲେ ବୋଲି ଆଲୋଚନା ହେଉଛି।
ନବୀନ ସରକାରଙ୍କ ଦୀର୍ଘ ୨୨ବର୍ଷ ଶାସନ କାଳରେ ମୟୂରଭଞ୍ଜ ଜିଲାକୁ ମନ୍ତ୍ରୀପଦ ମିଳିଆସୁଛି । ମାତ୍ର ଦୀପ ତଳ ଅନ୍ଧାର ସଦୃଶ ଜିଲାରେ କୌଣସି ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଜିଲାବାସୀ ସେତେଟା ଖୁସି ନାହାନ୍ତି। ଶିକ୍ଷା ଓ ସ୍ବାସ୍ଥ୍ୟ କ୍ଷେତ୍ରରେ ବହୁ ପଦବୀ ଫାଙ୍କା ପଡ଼ିଛି। ବେକାରୀ ସଂଖ୍ୟା ଦ୍ରୁତ ଗତିରେ ବଢ଼ୁଥିବା ବେଳେ ବହୁ ବେକାର ଯୁବତୀ ଯୁବକ କାମଧନ୍ଦା ନ ପାଇ ଦାଦନ ଖଟିବାକୁ ବାହାର ଜିଲା ଓ ରାଜ୍ୟକୁ ଯାଉଛନ୍ତି  । ଏସବୁ ପତି ଧ୍ୟାନ ଦିଆ ନ ଯାଇ ରାଜନୈତିକ ଉଦ୍ଦେଶ୍ୟ ହାସଲ କରିବାକୁ ରାଜ୍ୟ ସରକାର ମନ୍ତ୍ରୀ ପଦ ଦେଇ ଜିଲାବାସୀଙ୍କୁ ଭକୁଆ ବନାଉଛନ୍ତି ବୋଲି ଭଞ୍ଜସେନାର ପ୍ରତିଷ୍ଠାତା କଳିଙ୍ଗ କେଶରୀ ଜେନା ପ୍ରକାଶ କରିଛନ୍ତି। ତେବେ ସାଙ୍ଗଠନିକ ଦୃଷ୍ଟି କୋଣରୁ ଜିଲା ପରିଷଦ ସଭାପତି ଭାବେ ବାରିପଦା ଉପଖଣ୍ଡରୁ ମନୋନୀତ କରାଯାଇଥିବା ବେଳେ ଜିଲାର କରଞ୍ଜିଆ ଓ ରାଇରଙ୍ଗପୁର ଉପଖଣ୍ଡରେ ସଙ୍ଗଠନକୁ ସୁଦୃଢ କରିବା ପାଇଁ ବିଜେଡି ପକ୍ଷରୁ ଏଭଳି ପ୍ରୟାସ କରାଯାଇଛି ବୋଲି କେତେକ ଦଳୀୟ ନେତା ନାମ ଗୋପନ ରଖି ପ୍ରକାଶ କରିଛନ୍ତି  ।୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଜିଲାର ୯ ବିଧାନସଭା ଓ ଗୋଟିଏ ଲୋକସଭା ଆସନକୁ ବିଜେଡି ଅକ୍ତିଆର କରିବାକୁ ନେଇ ବ୍ଳୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି । ଅପରପକ୍ଷରେ ସୁଦାମ ମାରାଣ୍ଡି ମୟୂରଭଞ୍ଜ ଜିଲା ବିଜେଡି ସଭାପତି ଦାୟିତ୍ୱକୁ ସୁଚାରୁ ରୂପେ ତୁଲାଇବା ପାଇଁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି ବୋଲି ଦଳୀୟ ନେତାମାନେ ଆଲୋଚନା କରୁଛନ୍ତି । ମନ୍ତ୍ରୀ ପଦ ଥାଇ ମଧ୍ୟ ପଞ୍ଚାୟତ ନିର୍ବାଚନରେ ଅଭୂତପୂର୍ବ ସଫଳତା ହାସଲ କରିଥିବା ଟାଣୁଆ ନେତା ମନ୍ତ୍ରୀ ପଦ ହରାଇବା ପରେ ଦଳର ସାଙ୍ଗଠନିକ ବ୍ୟବସ୍ଥା ମଜବୁତ ହେବ ନା ମହଙ୍ଗା ପଡ଼ିବ ତାହାକୁ ନେଇ ଚର୍ଚ୍ଚା ବଢ଼ିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri