ଜିଲାପରିଷଦ-ବିଧାୟକ ମୁହାଁମୁହିଁ ଘଟଣା: ମହିଳା କମିଶନ ଓ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହେଲେ ଜିଲାପରିଷଦ ସଭ୍ୟ

ଆନନ୍ଦପୁର,୩ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ପରିସରରେ ଗତ ଅଗଷ୍ଟ ୩୦ରେ ହୋଇଥିବା ଚତୁର୍ଥ ପଞ୍ଚାୟତ ସମିତି ବୈଠକରେ ୩ ନଂ ଜୋନ୍‌ ଜିଲାପରିଷଦ ସଭ୍ୟା ଅସୀମା ମିଶ୍ର ଓ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦୀୟ ପରିସ୍ଥିତି ଭିନ୍ନମୋଡ଼ ନେବାରେ ଲାଗିଛି। ଅସୀମା ଶନିବାର ରାଜ୍ୟ ଭାଜପା ଉପସଭାପତି ସୁକେସି ଓରାମ, ରାଜ୍ୟ ଭାଜପା ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ, ନମାମି ଗଙ୍ଗେ ରାଜ୍ୟ ସଂଯୋଜକ ମହେଶ୍ୱର ସାହୁ, ଆନନ୍ଦପୁର ଭାଜପା ନେତା ଆଲୋକ ସେଠୀ, ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା, ଜିଲା ସାଧାରଣ ସମ୍ପାଦକ ଜ୍ଞାନରଞ୍ଜନ ସାମନ୍ତସିଂହାର, ଜିଲା ସମ୍ପାଦକ ଦୀପକ ଜେନା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପୃଥ୍ବୀରାଜ କୁଅଁର, କିରଣବାଲା ନାୟକ, ସୂର୍ଯ୍ୟ ପ୍ରକାଶ ସାହୁଙ୍କ ସହିତ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଓ ରାଜ୍ୟ ମାନବାଧିକାର କମିଶନ ଅଧ୍ୟକ୍ଷଙ୍କ ଦ୍ୱାରସ୍ଥ ହୋଇ ନିଜର ଅଭିଯୋଗପତ୍ର ଦାଖଲ କରିଛନ୍ତି। ଦାଖଲ କରିଥିବା ଅଭିଯୋଗପତ୍ରରେ ସେ ପୂର୍ବରୁ ଘଟଣା ସମ୍ପର୍କରେ ଆନନ୍ଦପୁର ଥାନାରେ ଲିଖିତ ଅଭିଯୋଗ କରିଥିବା ଏବଂ ଜିଲାପାଳ ଓ ଏସ୍‌ପିଙ୍କୁ ମଧ୍ୟ ଲିଖିତ ଭାବେ ଜଣାଇଥିବା ଦର୍ଶାଇଛନ୍ତି। ଅଦ୍ୟାବଧି ତାଙ୍କ ଦ୍ୱାରା ଦିଆଯାଇଥିବା ଅଭିଯୋଗ ଥାନାରେ ପଞ୍ଜୀକୃତ ହୋଇ ନ ଥିବା ମଧ୍ୟ ଦର୍ଶାଇଛନ୍ତି। ଏହି ଘଟଣାକୁ ନେଇ ବିବାଦୀୟ ପରିସ୍ଥିତି ଘନେଇବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri