ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର ତଦନ୍ତ ପାଇଁ ମଙ୍ଗଳବାର ରାଜ୍ୟ ମହିଳା କମିଶନ ସଦସ୍ୟା ଉର୍ମିଳା ମହାପାତ୍ର ଘଟଣାସ୍ଥଳ ପରିଦର୍ଶନ କରିବା ପରେ ଦେଇଥିବା ଏକ ବିବାଦୀୟ ମନ୍ତବ୍ୟକୁ ନେଇ ସମାଲୋଚନା ଜୋର ଧରିଛି।

ଘଟଣାସ୍ଥଳ ପରିଦର୍ଶନ ପରେ ଉର୍ମିଳା ମହାପାତ୍ର କହିଛନ୍ତି, “ଝିଅମାନଙ୍କୁ ମୋର ଅନୁରୋଧ, ନିଛାଟିଆ ଜାଗାକୁ ଯଦି ରାତି ୮ଟାରେ ଗୋଟେ ଝିଅ ଆସେ କୌଣସି ପ୍ରକାର ଅଘଟଣ ବି ଘଟିପାରେ। ଏ ପ୍ରକାର ଭାବନା ଆମ ଭିତରେ ରହିବ ଉଚିତ।” ସେ ଆହୁରି ମଧ୍ୟ କହିଛନ୍ତି ଯେ ରାତିରେ ନିଛାଟିଆ ସ୍ଥାନକୁ ଝିଅମାନେ ଯିବା ଉଚିତ୍ ନୁହେଁ।

ଗତ ଡିସେମ୍ବର ୧୦ ତାରିଖରେ ଯୁକ୍ତ ଦୁଇରେ ପଢ଼ୁଥିବା ଜଣେ ୧୭ ବର୍ଷୀୟା ନାବାଳିକା ତାଙ୍କ ସମ୍ପର୍କୀୟ ପୁରୁଷ ବନ୍ଧୁଙ୍କ ସହ ଧଉଳୀ ଶାନ୍ତି ସ୍ତୁପ ବୁଲି ଫେରୁଥିବାବେଳେ ଦୟାନଦୀ ପଠା ନିକଟରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ଲୁଟ୍ କରିବା ସହ ତାଙ୍କ ପୁରୁଷ ବନ୍ଧୁଙ୍କ ସାମ୍ନାରେ ନାବାଳିକାଙ୍କୁ ଗଣବଳାତ୍କାର କରିଥିଲେ। ପୋଲିସ ଏହି ମାମଲାରେ ସୋମବାର ବିଭୁ ପ୍ରସାଦ ମିଶ୍ର ଓ କାଳନ୍ଦୀ ପାତ୍ର ନାମକ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି ଜେଲକୁ ପଠାଇଛି।

ଏହି ଘଟଣାର ମାଷ୍ଟରମାଇଣ୍ଡ କୁହାଯାଉଥିବା ଜେଲ ଫେରନ୍ତା ଅପରାଧୀ ଜୋକର ହାପି ଏପର୍ଯ୍ୟନ୍ତ ପୋଲିସ ହାତରେ ଧରା ପଡ଼ିନାହିଁ। ସେ ରାଜ୍ୟ ବାହାରକୁ ଚମ୍ପଟ ମାରିଥିବା ସନ୍ଦେହ କରାଯାଉଛି। ହାପି ନାବାଳିକାଙ୍କ ନଗ୍ନ ଭିଡିଓ ରେକର୍ଡ କରିଥିବା ଅଭିଯୋଗ ହୋଇଛି ଏବଂ ଭିଡିଓ ଭାଇରାଲ୍ କରିବାର ଆଶଙ୍କା ଥିବାରୁ ପୀଡ଼ିତା ଭୟଭୀତ ଅଛନ୍ତି। ହାପି ବିରୋଧରେ ପୂର୍ବରୁ ହତ୍ୟା ଉଦ୍ୟମ, ଲୁଟ୍, ଚୋରି ସମେତ ୨୦ରୁ ଅଧିକ ସଙ୍ଗୀନ ମାମଲା ରହିଛି। ପୋଲିସ ବିଭିନ୍ନ ଟିମ୍ ଗଠନ କରି ହାପିକୁ ଖୋଜୁଛି। ମହିଳା କମିଶନ ସଦସ୍ୟା ଘଟଣାସ୍ଥଳରେ ପେଟ୍ରୋଲିଂ ବ୍ୟବସ୍ଥା ସୁଦୃଢ଼ କରିବାକୁ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ଅଭିଯୁକ୍ତଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?