ହାତ ହରାଇଥିବା ରୀନାଙ୍କୁ ଭେଟିଲେ ମହିଳା ସମିତି ପ୍ରତିନିଧି ଦଳ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ରୋଜଗାର ପାଇଁ ମଧ୍ୟପ୍ରଦେଶ ଯାଇ ହାତ ହରାଇ ଫେରିଥିବା ରୀନା ମହାନନ୍ଦଙ୍କୁ ତାଙ୍କ ବିଜେପୁର ନିକଟ ପଡ଼ା ଗ୍ରାମକୁ ଯାଇ ବରଗଡ଼ ମହିଳା ସମିତିର ଏକ ପ୍ରତିନିଧି ଦଳ ଭେଟି ତାଙ୍କ ସମ୍ପର୍କରେ ପଚାରି ବୁଝିଥିଲେ। ଏହି ଅବସରରେ ସମିତି ପକ୍ଷରୁ ତାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ।
ସେଠାରୁ ଫେରି ପ୍ରତିନିଧି ଦଳ ବରଗଡ଼ରେ ଜିଲାପାଳଙ୍କୁ ଭେଟି ପୀଡ଼ିତା ରୀନାଙ୍କ ସମ୍ପର୍କରେ ଅବଗତ କରାଇଥିଲେ।

ରୀନାଙ୍କ ଅସ୍ତ୍ରୋପଚାର ହୋଇ ବାମ ହାତ ହରାଇଥିବା ଆଘାତ ଜନିତ ପୀଡା ଅତ୍ୟଧିକ ଥିବା ସାଙ୍ଗକୁ ତାଙ୍କୁ ଜ୍ୱର ହେଉଥିବାରୁ ସମିତି ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ଉଚିତ ଚିକିତ୍ସା ବ୍ୟବସ୍ଥା ସ୍ବରୂପ ତାଙ୍କୁ ବୁର୍ଲା ଭିମ୍‌ସାରକୁ ସ୍ଥାନାନ୍ତର କରି ତାଙ୍କ ସମ୍ପୂର୍ଣ୍ଣ ଚିକିତ୍ସା ଖର୍ଚ୍ଚ ଜିଲା ପ୍ରଶାସନ ବହନ କରିବାକୁ ସମିତି ପକ୍ଷରୁ ଜିଲା ପ୍ରଶାସନକୁ ଅନୁରୋଧ କରାଯାଇଛି।

ଜିଲାପାଳ ତୁରନ୍ତ ବିଜେପୁର ବିଡ଼ିଓଙ୍କୁ ରୀନାଙ୍କ ଆବଶ୍ୟକ ଚିକିତ୍ସା ସେବେ ଯୋଗାଇ ଦେବାକୁ ଫୋନ ଯୋଗେ ନିର୍ଦ୍ଦେଶ ଦେଇ ଯାହା ଆବଶ୍ୟକ ସବୁ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।

ଜିଲାପାଳଙ୍କ କାର୍ଯ୍ୟାଳୟ ବାହାରେ ବିଜେପୁର ବିଧାୟକ ସନତ ଗଡତିଆଙ୍କୁ ମହିଳା ସମିତିର ପ୍ରତିନିଧି ଦଳ ଭେଟି ଘଟଣା ସମ୍ପର୍କରେ ଅବଗତ କରାଇଥିଲେ । ସେ ମଧ୍ୟ ଆବଶ୍ୟକ ଦାୟୀତ୍ୱ ତୁଲାଇବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ବରଗଡ଼ ମହିଳା ସମିତି ପକ୍ଷରୁ ଘଟଣାର ପୋଲିସ ପ୍ରଶାସନ ସ୍ବତନ୍ତ୍ର ଭାବେ ତଦନ୍ତ କରି ଘଟଣାର ରହସ୍ୟ ଉନ୍ମୋଚନ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି। ଏପରିକି ଗରିବ ପରିବାରକୁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଆର୍ଥିକ ସହାୟତା ଯୋଗାଇ ଦେବାକୁ ସମିତି ପକ୍ଷରୁ ଅନୁରୋଧ କରାଯାଇଛି। ପ୍ରତିନିଧି ଦଳରେ ସମିତିର ସଭାନେତ୍ରୀ ଅଞ୍ଜନା ଦାସ, ସମ୍ପାଦିକା ସୁଧାଂଶୁବାଲା ଦାସ, ବରିଷ୍ଠ ସଦସ୍ୟା ମମତା ମିଶ୍ର ଏବଂ ମନ୍ଦାକିନୀ ପତି ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri