ହାତ ହରାଇଥିବା ରୀନାଙ୍କୁ ଭେଟିଲେ ମହିଳା ସମିତି ପ୍ରତିନିଧି ଦଳ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ରୋଜଗାର ପାଇଁ ମଧ୍ୟପ୍ରଦେଶ ଯାଇ ହାତ ହରାଇ ଫେରିଥିବା ରୀନା ମହାନନ୍ଦଙ୍କୁ ତାଙ୍କ ବିଜେପୁର ନିକଟ ପଡ଼ା ଗ୍ରାମକୁ ଯାଇ ବରଗଡ଼ ମହିଳା ସମିତିର ଏକ ପ୍ରତିନିଧି ଦଳ ଭେଟି ତାଙ୍କ ସମ୍ପର୍କରେ ପଚାରି ବୁଝିଥିଲେ। ଏହି ଅବସରରେ ସମିତି ପକ୍ଷରୁ ତାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ।
ସେଠାରୁ ଫେରି ପ୍ରତିନିଧି ଦଳ ବରଗଡ଼ରେ ଜିଲାପାଳଙ୍କୁ ଭେଟି ପୀଡ଼ିତା ରୀନାଙ୍କ ସମ୍ପର୍କରେ ଅବଗତ କରାଇଥିଲେ।

ରୀନାଙ୍କ ଅସ୍ତ୍ରୋପଚାର ହୋଇ ବାମ ହାତ ହରାଇଥିବା ଆଘାତ ଜନିତ ପୀଡା ଅତ୍ୟଧିକ ଥିବା ସାଙ୍ଗକୁ ତାଙ୍କୁ ଜ୍ୱର ହେଉଥିବାରୁ ସମିତି ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ଉଚିତ ଚିକିତ୍ସା ବ୍ୟବସ୍ଥା ସ୍ବରୂପ ତାଙ୍କୁ ବୁର୍ଲା ଭିମ୍‌ସାରକୁ ସ୍ଥାନାନ୍ତର କରି ତାଙ୍କ ସମ୍ପୂର୍ଣ୍ଣ ଚିକିତ୍ସା ଖର୍ଚ୍ଚ ଜିଲା ପ୍ରଶାସନ ବହନ କରିବାକୁ ସମିତି ପକ୍ଷରୁ ଜିଲା ପ୍ରଶାସନକୁ ଅନୁରୋଧ କରାଯାଇଛି।

ଜିଲାପାଳ ତୁରନ୍ତ ବିଜେପୁର ବିଡ଼ିଓଙ୍କୁ ରୀନାଙ୍କ ଆବଶ୍ୟକ ଚିକିତ୍ସା ସେବେ ଯୋଗାଇ ଦେବାକୁ ଫୋନ ଯୋଗେ ନିର୍ଦ୍ଦେଶ ଦେଇ ଯାହା ଆବଶ୍ୟକ ସବୁ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।

ଜିଲାପାଳଙ୍କ କାର୍ଯ୍ୟାଳୟ ବାହାରେ ବିଜେପୁର ବିଧାୟକ ସନତ ଗଡତିଆଙ୍କୁ ମହିଳା ସମିତିର ପ୍ରତିନିଧି ଦଳ ଭେଟି ଘଟଣା ସମ୍ପର୍କରେ ଅବଗତ କରାଇଥିଲେ । ସେ ମଧ୍ୟ ଆବଶ୍ୟକ ଦାୟୀତ୍ୱ ତୁଲାଇବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । ବରଗଡ଼ ମହିଳା ସମିତି ପକ୍ଷରୁ ଘଟଣାର ପୋଲିସ ପ୍ରଶାସନ ସ୍ବତନ୍ତ୍ର ଭାବେ ତଦନ୍ତ କରି ଘଟଣାର ରହସ୍ୟ ଉନ୍ମୋଚନ କରି ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରାଯାଇଛି। ଏପରିକି ଗରିବ ପରିବାରକୁ ମୁଖ୍ୟମନ୍ତ୍ରୀ ସ୍ବତନ୍ତ୍ର ଆର୍ଥିକ ସହାୟତା ଯୋଗାଇ ଦେବାକୁ ସମିତି ପକ୍ଷରୁ ଅନୁରୋଧ କରାଯାଇଛି। ପ୍ରତିନିଧି ଦଳରେ ସମିତିର ସଭାନେତ୍ରୀ ଅଞ୍ଜନା ଦାସ, ସମ୍ପାଦିକା ସୁଧାଂଶୁବାଲା ଦାସ, ବରିଷ୍ଠ ସଦସ୍ୟା ମମତା ମିଶ୍ର ଏବଂ ମନ୍ଦାକିନୀ ପତି ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…

ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌) ଅଧୀନରେ ଚାଉଳ ବଣ୍ଟନକୁ ନେଇ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ଖବର ବାଜିଲା, ପ୍ରଶାସନ ହଲିଲା : ଜିଲାପାଳ, ବିଧାୟକଙ୍କ ହସ୍ତକ୍ଷେପ ପରେ ଜଳ ନିଷ୍କାସନ କାର୍ଯ୍ୟ ଆରମ୍ଭ

ଛତ୍ରପୁର, ୨୭/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଗାଣ ବର୍ଷାରେ ଜଳବନ୍ଦୀ ହୋଇପଡ଼ିଥିବା ଛତ୍ରପୁର ପୌରପରିଷଦ ଅଞ୍ଚଳରେ ଏବେ ପ୍ରଶାସନିକ ତତ୍ପରତା ଦେଖିବାକୁ ମିଳିଛି। ଗଭୀର ଅବପାତ ପ୍ରଭାବରେ…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ସଚିନ ତେନ୍ଦୁଲକରଙ୍କ ୧୯ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିବାକୁ ପ୍ରସ୍ତୁତ ବିରାଟ, ଅପେକ୍ଷାରେ ଦର୍ଶକେ

ନୂଆଦିଲ୍ଲୀ,୨୭।୯: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ରବିବାର ତିରୁଭାନନ୍ତପୁରମରେ ଖେଳାଯିବ। ଗ୍ରୀନଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଅପରାହ୍ନ ୨ଟାରେ ଏହି ମ୍ୟାଚ ଆରମ୍ଭ ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?