ବେଆଇନ ଶ୍ମଶାନ ଚୁଲା, ମହିଳା ସମିତି ଘର ନିର୍ମାଣ

କୋଣାର୍କ,୧୮ା୯(ଡି.ଏନ୍‌.ଏ): କୋଣାର୍କ ଥାନା ଅଧୀନ ଅବଦାନ ପଞ୍ଚାୟତର ଏକ ଗୋଚର ଜମିରେ ଶ୍ମଶାନ ଚୁଲା ଓ ଗୋରୁ ପୋତା ହେଉଥିବା ଏକ ଜମିରେ ମହିଳା ସମିତି ଗୃହ ନିର୍ମାଣ ବେଆଇନ ଭାବେ ହେଉଥିବାର ଅଭିଯୋଗ ହୋଇଛି। ଏ ନେଇ ଗ୍ରାମବାସୀ ବିରୋଧ କରିବା ସହ ପ୍ରଶାସନକୁ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ କାର୍ଯ୍ୟ ବନ୍ଦ ହେଉ ନାହିଁ। ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଖବର ଅନୁଯାୟୀ, ଏହି ପଞ୍ଚାୟତର ଗୋଚରଜମି ଖାତା ନଂ ୫୦୯ ପ୍ଲଟ ନଂ ୧୬୨ରେ ୧ ଏକର ୩୪ ଡିସିମିଲି ଜାଗାରେ ସରକାରୀ ଅନୁଦାନ ୨ଲକ୍ଷ ୫୦ହଜାର ଟଙ୍କା ବ୍ୟୟରେ ୨ଟି ଶ୍ମଶାନ ଚୁଲା ନିର୍ମାଣ କରାଯାଇଛି। ଯେଉଁ ଜମି ୩ ଖଣ୍ଡି ମୌଜାର ଶହଶହ ଗୋରୁଙ୍କର ବର୍ଷାଦିନ ଚାରଣ ଭୂଇଁ। ଫଳରେ ଚଳିତବର୍ଷ ଏହି ସ୍ଥାନରେ ଗୋରୁ ଚରିବାକୁ ନ ପାଇ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଅପରପକ୍ଷେ ଓଶଳଙ୍ଗ ଗ୍ରାମର ସର୍ବସାଧାରଣରେ ମୃତ ଗୋରୁଙ୍କୁ ପୋତା ହେବା ପାଇଁ ଥିବା ଏକ ପଡ଼ିଆରେ ସରକାରୀ ଅନୁଦାନ ୫ଲକ୍ଷ ଟଙ୍କା ବ୍ୟୟରେ ଏକ ମହିଳା ସମିତି ଘର ନିର୍ମାଣ ଚାଲିଛି। ଏହାକୁ ନେଇ ସ୍ଥାନୀୟ ଲୋକେ ବିରୋଧ କରିବା ସହ ପ୍ରଶାସନକୁ ଅଭିଯୋଗ କରିଛନ୍ତି। ଉକ୍ତ ୨ଟି ଜାଗା ଗୋରୁଙ୍କ ପାଇଁ ଥିବାବେଳେ ଏଠାରେ ବେଆଇନ ଭାବେ ନିର୍ମାଣ କାର୍ଯ୍ୟ ହେଉଥିବା ସ୍ଥାନୀୟ ଲୋକେ କହିଛନ୍ତି । ତେଣୁ ଏହି କାର୍ଯ୍ୟର ତଦନ୍ତ ଜିଲାପାଳ କରନ୍ତୁ ବୋଲି ସ୍ଥାନୀୟ ବିଚିତ୍ରାନନ୍ଦ ଦାଶ, ଲକ୍ଷ୍ମୀ ନାରାୟଣ ଯେନା, ମୀନା ସେଠୀ, ସାଧୁ କାଣ୍ଡୀ ପ୍ରମୁଖ ଦାବି କରିଛନ୍ତି। ଏ ସମ୍ପର୍କରେ କନିଷ୍ଠ ଯନ୍ତ୍ରୀ ସୁଧୀର କୁମାର ବାରିକ କୁହନ୍ତି, ଗ୍ରାମବାସୀଙ୍କଠାରୁ ଅଭିଯୋଗ ପାଇଛି। ଖୁବଶୀଘ୍ର ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବି ବୋଲି ସେ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri