ବେଆଇନ ଶ୍ମଶାନ ଚୁଲା, ମହିଳା ସମିତି ଘର ନିର୍ମାଣ

କୋଣାର୍କ,୧୮ା୯(ଡି.ଏନ୍‌.ଏ): କୋଣାର୍କ ଥାନା ଅଧୀନ ଅବଦାନ ପଞ୍ଚାୟତର ଏକ ଗୋଚର ଜମିରେ ଶ୍ମଶାନ ଚୁଲା ଓ ଗୋରୁ ପୋତା ହେଉଥିବା ଏକ ଜମିରେ ମହିଳା ସମିତି ଗୃହ ନିର୍ମାଣ ବେଆଇନ ଭାବେ ହେଉଥିବାର ଅଭିଯୋଗ ହୋଇଛି। ଏ ନେଇ ଗ୍ରାମବାସୀ ବିରୋଧ କରିବା ସହ ପ୍ରଶାସନକୁ ବାରମ୍ବାର ଅଭିଯୋଗ କରିବା ସତ୍ତ୍ୱେ କାର୍ଯ୍ୟ ବନ୍ଦ ହେଉ ନାହିଁ। ଫଳରେ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଖବର ଅନୁଯାୟୀ, ଏହି ପଞ୍ଚାୟତର ଗୋଚରଜମି ଖାତା ନଂ ୫୦୯ ପ୍ଲଟ ନଂ ୧୬୨ରେ ୧ ଏକର ୩୪ ଡିସିମିଲି ଜାଗାରେ ସରକାରୀ ଅନୁଦାନ ୨ଲକ୍ଷ ୫୦ହଜାର ଟଙ୍କା ବ୍ୟୟରେ ୨ଟି ଶ୍ମଶାନ ଚୁଲା ନିର୍ମାଣ କରାଯାଇଛି। ଯେଉଁ ଜମି ୩ ଖଣ୍ଡି ମୌଜାର ଶହଶହ ଗୋରୁଙ୍କର ବର୍ଷାଦିନ ଚାରଣ ଭୂଇଁ। ଫଳରେ ଚଳିତବର୍ଷ ଏହି ସ୍ଥାନରେ ଗୋରୁ ଚରିବାକୁ ନ ପାଇ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଅପରପକ୍ଷେ ଓଶଳଙ୍ଗ ଗ୍ରାମର ସର୍ବସାଧାରଣରେ ମୃତ ଗୋରୁଙ୍କୁ ପୋତା ହେବା ପାଇଁ ଥିବା ଏକ ପଡ଼ିଆରେ ସରକାରୀ ଅନୁଦାନ ୫ଲକ୍ଷ ଟଙ୍କା ବ୍ୟୟରେ ଏକ ମହିଳା ସମିତି ଘର ନିର୍ମାଣ ଚାଲିଛି। ଏହାକୁ ନେଇ ସ୍ଥାନୀୟ ଲୋକେ ବିରୋଧ କରିବା ସହ ପ୍ରଶାସନକୁ ଅଭିଯୋଗ କରିଛନ୍ତି। ଉକ୍ତ ୨ଟି ଜାଗା ଗୋରୁଙ୍କ ପାଇଁ ଥିବାବେଳେ ଏଠାରେ ବେଆଇନ ଭାବେ ନିର୍ମାଣ କାର୍ଯ୍ୟ ହେଉଥିବା ସ୍ଥାନୀୟ ଲୋକେ କହିଛନ୍ତି । ତେଣୁ ଏହି କାର୍ଯ୍ୟର ତଦନ୍ତ ଜିଲାପାଳ କରନ୍ତୁ ବୋଲି ସ୍ଥାନୀୟ ବିଚିତ୍ରାନନ୍ଦ ଦାଶ, ଲକ୍ଷ୍ମୀ ନାରାୟଣ ଯେନା, ମୀନା ସେଠୀ, ସାଧୁ କାଣ୍ଡୀ ପ୍ରମୁଖ ଦାବି କରିଛନ୍ତି। ଏ ସମ୍ପର୍କରେ କନିଷ୍ଠ ଯନ୍ତ୍ରୀ ସୁଧୀର କୁମାର ବାରିକ କୁହନ୍ତି, ଗ୍ରାମବାସୀଙ୍କଠାରୁ ଅଭିଯୋଗ ପାଇଛି। ଖୁବଶୀଘ୍ର ଏହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବି ବୋଲି ସେ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri