ମଣିପୁର ହିଂସା ବିରୋଧରେ ମହିଳା କଂଗ୍ରେସର ବିକ୍ଷୋଭ

ଭଦ୍ରକ,୨୮।୭(ସନାତନ ରାଉତ): ମଣିପୁରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ହିଂସା ଓ ଦୁଇ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ପରେଡ୍‌ କରାଇବା ଘଟଣାକୁ ବିରୋଧ କରି କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଅବସରରେ କଂଗ୍ରେସ କର୍ମୀମାନେ ପ୍ରଧାନମନ୍ତ୍ରୀ ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ କୁଶପୁତ୍ତଳିକା ଦାହ କରିଥିଲେ।
ଜିଲା କଂଗ୍ରେସ କାର୍ଯ୍ୟାଳୟରୁ ଜିଲା ସଭାନେତ୍ରୀ ସବିତା ଚାନ୍ଦଙ୍କ ନେତୃତ୍ୱରେ ମହିଳାମାନେ ବ୍ୟାନର ଏବଂ ପ୍ଲାକାର୍ଡ ଧରି ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ ଅଫିସ ଆଗରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ l ଏପରିକି ପ୍ରଧାନମନ୍ତ୍ରୀ ଏବଂ ମଣିପୁର ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିଲେ। ମହିଳା କଂଗ୍ରେସ ଜିଲା ଉପସଭାନେତ୍ରୀ ଶର୍ମିଷ୍ଠା ପଣ୍ଡା, ଜିଲା ସଭାପତି ଅଶୋକ ଦାଶ, ପୂର୍ବତନ ସଭାପତି ସୁବ୍ରତ ଦାଶ, ନେତା ନଳିନୀ ମହାନ୍ତି, ଜିଲା ଯୁବ କଂଗ୍ରେସ ସଭାପତି ହେମନ୍ତ ମହାପାତ୍ର, ଲୋକ ସଭା ନେତ୍ରୀ ମଧୁମିତା ସେଠି ପ୍ରମୁଖ ବକ୍ତବ୍ୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା…

ପଡିକଲଙ୍କ ଶତକ, ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ୩୫୭/୬

କଲମ୍ବୋ,୮ା୮: ଶ୍ରୀଲଙ୍କା ଏକାଦଶ ବିପକ୍ଷରେ ଚାଲିଥିବା ଓ୍ବାର୍ମଅପ୍‌ ମ୍ୟାଚ୍‌ର ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଦେବଦତ୍ତ ପଡିକଲଙ୍କ ଅପରାଜିତ ଶତକ ବଳରେ ଭାରତ ୬ ଉଇକେଟ ହରାଇ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri