Posted inଖେଳ

ମହିଳା କ୍ରିକେଟ: ଭାରତକୁ ୭ ଉଇକେଟରେ ହରାଇଲା ଦକ୍ଷିଣ ଆଫ୍ରିକା

ଲକ୍ଷ୍ନୌ, ୧୫ା୩ (ପି.ଟି.): ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ ଉଇକେଟରେ ପରାସ୍ତ ହୋଇଛି। ଏଥିସହିତ ଭ୍ରମଣକାରୀ ଦଳ ୫ ମ୍ୟାଚ ବିଶିଷ୍ଟ ସିରିଜରେ ୩-୧ରେ ଅଗ୍ରଣୀ ଲାଭ କରିବା ସହ ଆଗୁଆ ସିରିଜ କବ୍‌ଜା କରିନେଇଛି। ଲିଜେଲି ଲି’ (୬୯), ଲଉରା ଭଲ୍‌ଭାଡଟ୍‌ (୫୩), ମିଗ୍‌ନନ୍‌ ଡୁ’ ପ୍ରିଜ୍‌ (୬୧) ଏବଂ ଲାରା ଗୁଡାଲ (୫୯*)ଙ୍କ ଉଲ୍ଲେଖନୀୟ ଅବଦାନ ଯୋଗୁ ୨୬୭ ରନ ବିଜୟ ଲକ୍ଷ୍ୟକୁ ଭ୍ରମଣକାରୀ ଦଳ ୪୮.୪ ଓଭରରେ ୩ ଉଇକେଟ ବିନିମୟରେ ହାସଲ କରିନେଇଥିଲା। ନୀତୁ ଡେଭିଡ୍‌ଙ୍କ ଅଧୀନରେ ନୂଆ କମିଟିର ଦୁର୍ବଳ ଦଳ ଚୟନ ଭାରତ ପରାଜୟର ମୁଖ୍ୟ କାରଣ ବୋଲି କୁହାଯାଉଛି। ଶେଫାଳି ବର୍ମାଙ୍କ ଭଳି ବିସ୍ଫୋରକ ବ୍ୟାଟ୍ସଓମ୍ୟାନ ଏବଂ ଶିଖା ପାଣ୍ଡେଙ୍କ ଭଳି ଅଭିଜ୍ଞ ବୋଲରଙ୍କୁ ଉପେକ୍ଷା କରାଯାଇଥିଲା। ଫଳରେ ପୁନମ ରାଉତ (୧୦୪*)ଙ୍କ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ ଏବଂ ଭେଟେରାନ ହରମନପ୍ରୀତ କୌରଙ୍କ ୩୫ ବଲ୍‌ରୁ ୫୪ରନ ବୃଥା ପ୍ରମାଣିତ ହୋଇଥିଲା। ମ୍ୟାଚରେ ଦକ୍ଷିଣ ଆଫ୍ରିକା ଓପନିଂ ଯୋଡ଼ି ଲିଜେଲି ଲି’ ଓ ଅଧିନାୟିକା ଲଉରା ଭଲ୍‌ଭାଡଟ୍‌ ୨୩ ଓଭରରେ ପ୍ରଥମ ଉଇକେଟରେ ମୂଲ୍ୟବାନ ୧୧୬ରନ କରି ଦଳର ବ୍ୟାଟିଂ ମୂଳଦୁଆ ପକାଇଥିଲେ। ଉଭୟ ସତର୍କତା ଅବଲମ୍ବନ ସହ ଆକ୍ରମଣାତ୍ମକ ମଧ୍ୟ ଖେଳିଥିଲେ।
ସଂକ୍ଷିପ୍ତ ସ୍କୋର
ଭାରତ ମହିଳା ଦଳ: ୫୦ ଓଭରରେ ୨୬୬/୪ (ପୁନମ ରାଉତ-୧୦୪*, ହରମନପ୍ରୀତ କୌର-୫୪, ମିଥାଲି ରାଜ-୪୫, ପ୍ରିୟା ପୁନିଆ-୩୨; ଟୁମି ଶେଖୁହୁନେ-୨/୬୩)।
ଦକ୍ଷିଣ ଆଫ୍ରିକା ମହିଳା ଦଳ: ୪୮.୪ ଓଭରରେ ୨୬୯/୩ (ଲିଜେଲି ଲି’-୬୯, ମିଗ୍‌ନନ୍‌ ଡୁ’ ପ୍ରିଜ୍‌-୬୧, ଲାରା ଗୁଡାଲ-୫୯*, ଲଉରା ଓଲ୍‌ଭାଡଟ୍‌-୫୩; ହରମନପ୍ରୀତ କୌଦ-୧/୩୮)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri