Posted inଖେଳ

ମହିଳା କ୍ରିକେଟ: ଦକ୍ଷିଣ ଆଫ୍ରିକାର ସିରିଜ ବିଜୟ

ଲକ୍ଷ୍ନୌ, ୨୨ା୩ (ପି.ଟି.)- ଭାରତ ବିପକ୍ଷ ଦ୍ୱିତୀୟ ମହିଳା ଟି୨୦ କ୍ରିକେଟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୬ଉଇକେଟରେ ବିଜୟ ଲାଭ କରିଛି। ଏଥିସହିତ ଦଳ ୨-୦ରେ ଅଗ୍ରଣୀ ସହ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ଆଗୁଆ କବ୍‌ଜା କରିନେଇଛି। ଅନ୍ତିମ ବଲ୍‌ରେ ଶେଷ ହୋଇଥିବା ଏହି ମ୍ୟାଚରେ ଭାରତର ୧୫୮/୪ ସ୍କୋରକୁ ଭ୍ରମଣକାରୀ ଦଳ ୨୦ ଓଭରରେ ୪ ଉଇକେଟ ବିନିମୟରେ ଅତିକ୍ରମ କରିଯାଇଥିଲା। ଟପ୍‌ ସ୍କୋରର ଓପନର ଲିଜେଲ ଲି ୭୦ ଓ ଲାଉରା ଓଲ୍‌ଭାଡଟ୍‌-୫୩ ରନ କରି ଅପରାଜିତ ରହିଥିଲେ।
ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳର ଓପନର ଶେଫାଳି ବର୍ମା ୪୭ ରନ (୩୧ ବଲ୍‌, ୬ ଚୌକା ଓ ୨ ଛକା) କରିଥିଲେ। ସେ ଓ ହାର୍ଲିନ ଦେଓଲ (୩୧) ତୃତୀୟ ଉଇକେଟରେ ୭୯ରନ ଯୋଗ କରିଥିଲେ। ରିଚା ଘୋଷ ଦଳର ଫିନିଶିଂ ଟଚ୍‌ ଦେଇଥିଲେ। ସେ ୨୬ ବଲରୁ ୪୪ ରନ କରି ଅପରାଜିତ ରହିଥିଲେ, ଯାହାଫଳରେ ଭାରତ ୧୫୦ ଅଙ୍କ ଅତିକ୍ରମ କରିପାରିଥିଲା।
ସଂକ୍ଷିପ୍ତ ସ୍କୋର
ଭାରତୀୟ ମହିଳା ଦଳ: ୨୦ ଓଭରରେ ୧୫୮/୪ (ଶେଫାଳି ବର୍ମା-୪୭, ରିଚା ଘୋଷ-୪୪*, ହାର୍ଲିନ ଦେଓଲ-୩୧; ନନ୍‌କୁଲୁଲେକୋ ମାଲାବା-୧/୨୭)।
ଦକ୍ଷିଣ ଆଫ୍ରିକା ମହିଳା ଦଳ: ୨୦ ଓଭରରେ ୧୫୯/୪ (ଲିଜେଲ ଲି’-୭୦, ଲାଉରା ଓଲ୍‌ଭାଡଟ୍‌-୫୩*; ରାଜେଶ୍ୱରୀ ଗାଏକ୍ୱାଡ-୧/୨୦)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri