ମହିଳାଙ୍କ ନିଷ୍ପତ୍ତି ନେବାର କ୍ଷମତା ହେଉଛି ପ୍ରକୃତ ରୂପାନ୍ତର

ଭୁବନେଶ୍ବର,୧୦ା୧(ବ୍ୟୁରୋ): ମିଶନ ଶକ୍ତି କାର୍ଯ୍ୟକ୍ରମ ଜରିଆରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି)ଙ୍କୁ ଅଧିକ ସଶକ୍ତ ଓ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ ସୋମବାର ରାଜ୍ୟ ସରକାର ଅଢ଼େଇ ଲକ୍ଷ ମିଶନ ଶକ୍ତି ଗ୍ରୁପର ବ୍ୟାଙ୍କ ଖାତାକୁ ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି। ୨୦୨୨ ଏପ୍ରିଲରୁ ସେପ୍ଟେମ୍ବର ମଧ୍ୟରେ ମହିଳାମାନେ ଯେଉଁ ଋଣ ନେଇଥିଲେ ତାହାର ସୁଧ ସେମାନଙ୍କୁ ଫେରସ୍ତ କରାଯାଇଛି। ମାତ୍ର ୬ ମାସରେ ଏହି ସୁଧ ରିହାତି ଫେରସ୍ତ କରାଯାଇଛି। ଲୋକସେବା ଭବନ କନ୍‌ଭେନଶନ ସେଣ୍ଟରରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ମିଶନ ଶକ୍ତି ଗ୍ରୁପକୁ ଚେକ୍‌ ପ୍ରଦାନ କରି ଏହି କାର୍ଯ୍ୟକ୍ରମର

ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଜ୍ୟର ସବୁ ଜିଲା ଓ ବ୍ଲକ୍‌ରୁ ଭିଡିଓ କନଫରେନ୍ସ ଜରିଆରେ ଯୋଡ଼ି ହୋଇଥିବା ମହିଳାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାମାନେ ବର୍ତ୍ତମାନ ଘରର ଚାରି କାନ୍ଥରୁ ବାହାରି ବ୍ୟବସାୟଠାରୁ ଆରମ୍ଭକରି ବିକାଶର ବିଭିନ୍ନ କ୍ଷେତ୍ରରେ ନିଷ୍ପତ୍ତି ନେଉଛନ୍ତି। ମହିଳାଙ୍କ ଏହି ନିଷ୍ପତ୍ତି ନେବାର କ୍ଷମତା ହେଉଛି ପ୍ରକୃତ ରୂପାନ୍ତର। ଆଗାମୀ ଦିନରେ ସେମାନେ ଆହୁରି ବଡ଼ ବଡ଼ ନିଷ୍ପତ୍ତି ନେବାସହ ଓଡ଼ିଶାର ରୂପାନ୍ତରରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିବେ। ୭୦ ଲକ୍ଷ ମହିଳାଙ୍କ ଏହି ବିରାଟ ଅନୁଷ୍ଠାନ ବର୍ତ୍ତମାନ ଓଡ଼ିଶା ବିକାଶର ନୂଆ ଇତିହାସ ଲେଖୁଛି। ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ଜିଲାସ୍ତରୀୟ ଫେଡେରେଶନକୁ ଏକ କୋଟି ଟଙ୍କା ଓ ବ୍ଲକ ଫେଡେରେଶନକୁ ୫୦ ଲକ୍ଷ ଟଙ୍କାର ରିଭଲଭିଂ ଫଣ୍ଡ ଆଦି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ମହିଳାଙ୍କୁ ଉଦ୍ୟୋଗୀ ଭାବେ ଦେଖିବା। ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କାର ଋଣ ଓ ୧୨୦୦ କୋଟି ଟଙ୍କାର ସୁଧ ରିହାତି ବ୍ୟବସ୍ଥା କରାଯାଇଛି ବୋଲି ସେ କହିଛନ୍ତି। ଏହି ଅବସରରେ ଯାଜପୁରର ଜିଲାସ୍ତରୀୟ ଫେଡେରେଶନ ଭବନକୁ ଭିଡିଓ କନଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି।
ମିଶନ ଶକ୍ତି ବିଭାଗ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ଏହି ସାମାଜିକ ଓ ଆର୍ଥିକ ସଶକ୍ତୀକରଣ କାର୍ଯ୍ୟକ୍ରମ ଆଜି ଏକ ବୈପ୍ଳବିକ ଆନ୍ଦୋଳନରେ ପରିଣତ ହୋଇଛି। ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ପାଇବାର ଯେଉଁ ବ୍ୟବସ୍ଥା ମୁଖ୍ୟମନ୍ତ୍ରୀ କରିଛନ୍ତି ତାହା ମହିଳାଙ୍କ ପାଇଁ ବହୁତ ଉପଯୋଗୀ ସାବ୍ୟସ୍ତ ହେବ। କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇ ମିଶନ ଶକ୍ତି ବିଭାଗ କମିଶନର-ତଥା-ଶାସନ ସଚିବ ସୁଜାତା କାର୍ତ୍ତିକେୟନ କହିଛନ୍ତି, ଆଗରୁ ସୁଧ ରିହାତି ପାଇବା ପାଇଁ ମହିଳାମାନେ ବ୍ୟାଙ୍କକୁ ବାରମ୍ବାର ଯାଉଥିଲେ। ଏବେ ସେ ଅବସ୍ଥା ଆଉ ନାହିଁ। ୫-ଟିରେ ଟେକ୍ନୋଲୋଜି ବ୍ୟବସ୍ଥା କରାଯାଇ ଖୁବଶୀଘ୍ର ସୁଧ ରିହାତି ହିସାବ କରି ମହିଳାଙ୍କ ଆକାଉଣ୍ଟକୁ ସିଧାସଳଖ ପଠାଇ ଦିଆଯାଉଛି। ସେମାନଙ୍କ ପାଇଁ ଯେଉଁ ରିଭଲଭିଂ ଫଣ୍ଡ କରାଯାଇଛି, ତାହା ଏକ ମିନି ବ୍ୟାଙ୍କରେ ପରିଣତ ହେବ। ସେମାନେ କେବଳ ପାରମ୍ପରିକ ବ୍ୟବସାୟ ନୁହେଁ, ବିଭିନ୍ନ ଆଧୁନିକ ବ୍ୟାବସାୟ ଯଥା – ଫେଶନ ଡିଜାଇନ, କୃଷି ଉଦ୍ୟୋଗ, ବିଉଟି ଓ ୱେଲନେସ୍‌ ଆଦି ବ୍ୟବସାୟ ଯେପରି କରିପାରିବେ, ସେଥିପାଇଁ ମଧ୍ୟ ବ୍ୟବସ୍ଥା କରାଯାଉଛି। ଓଡ଼ିଶା ଜୀବିକା ମିଶନର ସିଇଓ ମାନସୀ ନିମ୍ଭାଲ ଧନ୍ୟବାଦ ଅର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ବିଭାଗର ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ର, ଗୀତା ବସ୍ତିଆ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫-ଟି ସଚିବ ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri