ବଜେଟ୍‌ରେ ମହିଳା ସଶକ୍ତୀକରଣକୁ ସର୍ବାଧିକ ଗୁରୁତ୍ୱ

ଭୁବନେଶ୍ବର, ୧୮ା୨(ବ୍ୟୁରୋ): ମୋଦି ସରକାର ଶାସନ କ୍ଷମତାକୁ ଆସିବା ପରେ ପ୍ରତ୍ୟେକ ବର୍ଷ କେନ୍ଦ୍ରୀୟ ବଜେଟକୁ ଅଧିକରୁ ଅଧିକ ଜନପ୍ରିୟ କରିବାରେ ଲାଗିଛନ୍ତି। ଚଳିତ ବର୍ଷ ଆଗତ ହୋଇଥିବା ‘ଅମୃତ କାଳ’ ବଜେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହିଳା ସଶକ୍ତୀକରଣକୁ ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି ା କେନ୍ଦ୍ର ବଜେଟ ଆଲୋଚନା ପାଇଁ ଓଡିଶା ଆସିଥିବା ସୀତାରାମନ ଶୁକ୍ରବାର ଅପରାହ୍ନରେ ରାଜ୍ୟ କାର୍ଯ୍ୟଳୟକୁ ଆସିଥିଲେ ା ଉପସ୍ଥିତ ଶତାଧିକ ମହିଳାମାନେ ପାରମ୍ପରିକ ଭାବେ ହୁଳହୁଳି ଓ ପୁଷ୍ପ ମାଲ୍ୟ ଦେଇ ତାଙ୍କୁ ସ୍ବାଗତ ଜଣାଇଛନ୍ତି। ଅମୃତକାଳ ବଜେଟ ଉପସ୍ଥାପନା କରିଥିବାରୁ ରାଜ୍ୟ ଭାଜପା ପକ୍ଷରୁ ତାଙ୍କୁ ଧନ୍ୟବାଦ ଜ୍ଞାପନ କରାଯାଇଛି। ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଏମ୍‌ପି ଅପରାଜିତା ଷଡଙ୍ଗୀ, ରାଜ୍ୟ ଉପସଭାନେତ୍ରୀ ପ୍ରଭାତୀ ପରିଡା, ରାଜ୍ୟ ସାଧାରଣ ସମ୍ପାଦକ ଲେଖାଶ୍ରୀ ସାମନ୍ତସିଂହାର, ପୃଥ୍ବୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ ପ୍ରମୁଖ ପୁଷ୍ପମାଲ୍ୟ ଦେଇ ସମ୍ବର୍ଦ୍ଧନା ଦେଇଛନ୍ତି। ବଜେଟ ସମ୍ପର୍କରେ ମତ ଦେଇ ସୀତାରାମନ କହିଛନ୍ତି, ସ୍ବୟଂ ସହାୟକ ଗୋଷ୍ଠୀ ଜରିଆରେ ମହିଳା ସଶକ୍ତୀକରଣ ପାଇଁ ମୋଦି ସରକାର ପ୍ରତିଶ୍ରୁତିବଦ୍ଧ ା ମହିଳାମାନଙ୍କ ଉପତ୍ାଦିତ ସାମଗ୍ରୀଗୁଡ଼ିକୁ ଦେଶବିଦେଶର ବଜାରରେ ପହଞ୍ଚାଇବା ସହିତ ସେମାନଙ୍କୁ ସବୁ ପ୍ରକାର ଆର୍ଥିକ ସହାୟତା ପ୍ରଦାନର ବ୍ୟବସ୍ଥା କରାଯାଇଛି। ଏପରିକି ଡିଜିଟାଲ ବଜାରରେ ମଧ୍ୟ ତାଙ୍କ ଦ୍ୱାରା ପ୍ରସ୍ତୁତ ଦ୍ରବ୍ୟକୁ ସାଧାରଣ ଲୋକଙ୍କ ପାଖରେ ପହଞ୍ଚାଇବାର ବ୍ୟବସ୍ଥା କରାଯାଇଛି। ସେହିପରି ପ୍ରଥମ ଥର ପାଇଁ ମହିଳା ସମ୍ମାନ ସଞ୍ଚୟ ପତ୍ର ଜରିଆରେ ମହିଳାମାନଙ୍କୁ ୨ ବର୍ଷିଆ ଡିପୋଜିଟରେ ସର୍ବାଧିକ ୭.୫ ପ୍ରତିଶତ ସୁଧ ପ୍ରଦାନ କରିବାର ବ୍ୟବସ୍ଥା କରାଯାଇଛି ବୋଲି ସୀତାରାମନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

ଶିକ୍ଷୟିତ୍ରୀରୁ ରାଜନୀତି: ଏବେ ବିିଧାୟକ ପଦ ପାଇଁ ଲଢିବେ

ଶିକ୍ଷକତାରୁ ଅବସର ଗ୍ରହଣ କରି ରାଜନୀତିରେ ପାଦ ଥାପିଛନ୍ତି ରଞ୍ଜିତା ମାର୍ଣ୍ଡିା ଦୀର୍ଘ ୩୦ବର୍ଷ ହେଲା ସ୍ବାମୀଙ୍କୁ ରାଜନୀତି କ୍ଷେତ୍ରରେ ସେ ସହଯୋଗ କରି ଆସିିଛନ୍ତି।...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri