ମହିଳା ସଂରକ୍ଷଣକୁ ଜୋର୍‌

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ପାର୍ଲାମେଣ୍ଟ ଓ ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେବା ପାଇଁ ବିଜୁ ଜନତା ଦଳ (ବିଜେଡି) ସ୍ବରକୁ ଆହୁରି ଜୋର୍‌ଦାର କରିବ। ଲୋକ ସଭା, ରାଜ୍ୟ ସଭା ଏବଂ ବିଧାନସଭାର ପ୍ରତି ଅଧିବେଶନରେ ବିଜେଡି ମହିଳା ସଂରକ୍ଷଣ ବିଷୟ ଜାତୀୟ ଦଳଙ୍କୁ ମନେପକାଇ ଦେବ। ପ୍ରତ୍ୟେକ ପ୍ଲାଟଫର୍ମରେ ଏ ବିଷୟ ଉଠାଯିବ। ମହିଳାମାନଙ୍କୁ ସେମାନଙ୍କ ହକ୍‌ ମିଳିବା ପର୍ଯ୍ୟନ୍ତ ଦଳ ଉଭୟ ରାଜ୍ୟ ଓ ଜାତୀୟ ସ୍ତରରେ ଲଢେଇ ଜାରି ରଖିବ। ଶନିବାର ରାଜ୍ୟ ମୁଖ୍ୟାଳୟଠାରେ ଅନୁଷ୍ଠିତ ବିଜେଡିର ୨୪ତମ ପ୍ରତିଷ୍ଠା ଦିବସରେ ମୁଖ୍ୟଅତିଥି ଭାବେ ଯୋଗଦେଇ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନିର୍ବାଚନ ଆସିଗଲେ ଜାତୀୟ ଦଳଗୁଡିକ ସେମାନଙ୍କ ଇସ୍ତାହାରରେ ମହିଳା ସଂରକ୍ଷଣ ବିଷୟରେ ବଡ଼ବଡ଼ କଥା କହୁଛନ୍ତି। କିନ୍ତୁ ନିର୍ବାଚନ ସରିଗଲେ ଆରାମରେ ସେକଥା ଭୁଲି ଯାଉଛନ୍ତି। ଆମେ କେବେ ଆମ ଜନସଂଖ୍ୟାର ଅଧାଲୋକଙ୍କୁ ସେମାନଙ୍କ ଅଧିକାରରୁ ବଞ୍ଚିତ କରିପାରିବୁ ନାହିଁ। ମହିଳାମାନେ ଦେଶର ରାଜନୈତିକ କ୍ଷେତ୍ରରେ ସେମାନଙ୍କର ନ୍ୟାଯ୍ୟ ଅଧିକାର ପାଇବାକୁ ହକ୍‌ଦାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମହିଳା ସଶକ୍ତୀକରଣ ହେଉଛି ମୋର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ। ମା’ ଆଗେଇଲେ ଦେଶ ଆଗେଇବ, ସମାଜ ଆଗେଇବ। ବିଜୁବାବୁଙ୍କ ପଂକ୍ତିକୁ ଉଦ୍ଧାର କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଜୁବାବୁ କହୁଥିଲେ, ”ମୁଁ ନିଶ୍ଚିତ ଯେ ଦକ୍ଷତାର ସହ ଘର ଚଳାଉଥିବା ମା’ ଓ ଭଉଣୀମାନେ ପଞ୍ଚାୟତ ସମିତି ଓ ଜିଲାପରିଷଦକୁ ସମାନ ଦକ୍ଷତାରେ ଚଲାଇ ପାରିବେ।“ ମା’ମାନେ ହେଉଛନ୍ତି ସମାଜ ଚକର ଅଖ। ସେମାନଙ୍କ ବିନା ପ୍ରଗତିର ରଥ ଗଡ଼ିବ ନାହିଁ। ଭାରତର ସବୁ ମହିଳାଙ୍କ ନିକଟରେ ଏହି ଆହ୍ବାନ ପହଞ୍ଚାଇବୁ। ଗାଁ ଗାଁରେ ଘରେ ଘରେ ମା’ମାନଙ୍କୁ ସଚେତନ କରାଇବୁ ଓ ଏହାକୁ ଏକ ଆନ୍ଦୋଳନର ରୂପ ଦେବୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

୧୯୯୨ରେ ବିଜୁବାବୁ ମହିଳାଙ୍କ ପାଇଁ ପଞ୍ଚାୟତ, ପୌର ପରିଷଦ ଏବଂ ସରକାରୀ ଚାକିରିରେ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ କରି ସାରା ଦେଶରେ ଇତିହାସ ସୃଷ୍ଟି କରିଥିଲେ। ବିଜୁବାବୁଙ୍କ ଆଦର୍ଶରେ ଚାଲିଥିବା ଆମ ସରକାର ପଞ୍ଚାୟତ ଓ ପୌର ପରିଷଦରେ ମା’ମାନଙ୍କ ପାଇଁ ୫୦ ପ୍ରତିଶତ ସଂରକ୍ଷଣ କରିଛନ୍ତି। କେବଳ ସେତିକି ନୁହେଁ, ବିଜୁ ଜନତା ଦଳ ପାର୍ଲାମେଣ୍ଟ ଓ ବିଧାନସଭାରେ ମହିଳାମାନଙ୍କୁ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ ଦେବାକୁ ଲଢେଇ କରୁଛି। ଆମେ କଥାରେ ନୁହେଁ, କାମରେ ବିଶ୍ୱାସ କରୁ। ବିଜେଡି ଦେଶର ଏକମାତ୍ର ଦଳ, ଯିଏ କି ୨୦୧୯ ସାଧାରଣ ନିର୍ବାଚନରେ ୩୩ ପ୍ରତିଶତ ମହିଳାଙ୍କୁ ଟିକେଟ ଦେଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସମାଜରେ ନାରୀର ଗୁରୁତ୍ୱ କେତେ ତାହା ଆମ ଲକ୍ଷ୍ମୀ ପୁରାଣ ହିଁ କହିଥାଏ। ନିଜେ ମହାପ୍ରଭୁ ମଧ୍ୟ ଏହା ସ୍ବୀକାର କରିଛନ୍ତି। ଓଡ଼ିଶାରେ ୮୦ ଲକ୍ଷ ମହିଳା ମିଶନ ଶକ୍ତି ଆନ୍ଦୋଳନରେ ସାମିଲ ହେଲେଣି। ସେମାନେ ବିଭିନ୍ନ କ୍ଷେତ୍ରରେ ଯେପରି ଦକ୍ଷତାର ସହ ସେମାନଙ୍କ ଦାୟିତ୍ୱ ତୁଲାଉଛନ୍ତି ନ ଦେଖିଲେ ବିଶ୍ୱାସ କରିହେବ ନାହିଁ। ମହିଳାମାନେ ସଶକ୍ତ ହେଲେ ଦେଶ ସଶକ୍ତ ହେବ। କୌଣସି ଘର, ସମାଜ, ରାଜ୍ୟ କିମ୍ବା ଦେଶ ମହିଳା ସଶକ୍ତ ବିନା ଆଗକୁ ଯାଇପାରିବ ନାହିଁ। ଯଦି ଆମକୁ ଆଗୁଆ ଦେଶଗୁଡ଼ିକ ସହ ପ୍ରତିଦ୍ୱନ୍ଦ୍ୱିତା କରିବାର ଅଛି ତେବେ ମା’ମାନଙ୍କୁ ସେମାନଙ୍କର ହକ୍‌ ଦେବାକୁ ହେବ। ଏ ଦିଗରେ ବିଜେଡି ସବୁ ବେଳେ ଆଗରେ ରହିଛି ଏବଂ ରହିବ।

ବିଜୁବାବୁଙ୍କ ଆଦର୍ଶକୁ ନେଇ ଗଠିତ ସାଢ଼େ ୪ କୋଟି ଓଡ଼ିଆଙ୍କ ପ୍ରିୟ ଦଳ ବିଜେଡି ଓଡ଼ିଶାବାସୀଙ୍କ ବିଶ୍ୱାସ ଓ ଲକ୍ଷ ଲକ୍ଷ କର୍ମୀ ଭଉଣୀଭାଇଙ୍କ ପରିଶ୍ରମ ଯୋଗୁ ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି। ମା’ମାନେ ହେଉଛନ୍ତି ଏହି ସାମାଜିକ ଆନ୍ଦୋଳନର ଆତ୍ମା। ଏକ ସଶକ୍ତ ମହିଳା ସମାଜ ହିଁ ଏକ ସଶକ୍ତ ଓଡ଼ିଶା ଗଠନ କରି ପାରିବ। ଏହି ସାମାଜିକ ଆନ୍ଦୋଳନରେ ସାମିଲ ହେବା ପାଇଁ ନବୀନ ମହିଳାମାନଙ୍କୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?