Posted inଫୁରସତ

ସମାଜର ବିକାଶ ପାଇଁ ମହିଳା ସମାନତା ଅପରିହାର୍ଯ୍ୟ

ନାରୀ ଏବଂ ପୁରୁଷ ସମାଜର ବିକାଶ ପାଇଁ ବିଶେଷ ଗୁରୁତ୍ୱବହନ କରିଥାନ୍ତି। ଦୁହିଁଙ୍କ ସମାନତାର ପ୍ରଭାବ ପରିବାରଠାରୁ ଆରମ୍ଭକରି ସମଗ୍ର ପୃଥିବୀର ବିକାଶଧାରାକୁ ପ୍ରତିଫଳିତ କରିଥାଏ। ଭାରତ ସମେତ ପୃଥିବୀର ବହୁ ପ୍ରାଚୀନ ସମାଜ ନାରୀ ପୁରୁଷ ସମାନତାର ଗୁରୁତ୍ୱକୁ ଉପଲବ୍ଧି କରି ଏ ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କହିଥିଲେ। ମହିଳା ସମାନତା ବିନା କୌଣସି ପରିବାର, ସମାଜ, ଦେଶ ଅବା ପୃଥିବୀର ବିକାଶ ସ୍ବପ୍ନ ଦେଖିବା ଅସମ୍ଭବ। ତେଣୁ ମହିଳାଙ୍କୁ ସମାନ ଅଧିକାର ଜରୁରୀ। ଏହି ଚିନ୍ତାଧାରା ବିଶ୍ୱବ୍ୟାପୀ ହେଲେ ପ୍ରତି ସମାଜର ବିକାଶ ହୋଇ ପାରିବ।
ମର୍ମରେ ଆମେରିକାରେ ମହିଳା ସମାନତା ଦିବସ ପ୍ରତିବର୍ଷ ୨୬ ଅଗଷ୍ଟରେ ପାଳନ କରାଯାଇଥାଏ । ମହିଳା ସମାନତା ଦିବସର ଏହିଦିନ ଦୀର୍ଘଦିନର ସଂଘର୍ଷ ପରେ ୧୯୨୦ରେ ଆମେରିକାର ମହିଳାମାନଙ୍କୁ ଭୋଟ ଅଧିକାର ପ୍ରଦାନ କରିବାର ନିଷ୍ପତ୍ତିକୁ ସ୍ମରଣ କରାଯାଇଥାଏ । ଆମେରିକାରେ ପୂର୍ବରୁ ମହିଳାଙ୍କୁ ଭୋଟଦାନ କରିବାର ଅଧିକାର ପ୍ରଦାନ କରାଯାଇ ନ ଥିଲା। ୧୯୨୦ରେ ଆମେରିକାର ୧୯ତମ ସମ୍ବିଧାନ ସଂଶୋଧନରେ ମହିଳାମାନଙ୍କୁ ସମାନ ମତଦାନ ଦେବା ପାଇଁ ଏକ ସଂଶୋଧନ କରାଯାଇଥିଲା । ୧୯୨୦ ଦଶକ ମଧ୍ୟଭାଗରେ, ଆମେରିକାର ୫୦ଟି ରାଜ୍ୟ ମଧ୍ୟରୁ ୩୫ ମହିଳାଙ୍କୁ ଭୋଟ ଦେବା ଅଧିକାର ପାଇଁ ଆଇନ ସପକ୍ଷରେ ଭୋଟ ଦେଇଥିଲେ। ତତ୍କାଳୀନ ବୈଦେଶିକ ସଚିବ ବେନ୍‌ବ୍ରିଜ୍‌ କୋଲ୍ବେ ଆମେରିକୀୟ ମହିଳାମାନଙ୍କୁ ଭୋଟ ଦେବାର ସାମ୍ବିଧାନିକ ଅଧିକାର ପ୍ରଦାନ କରିବା ଲାଗି ଘୋଷଣାନାମାରେ ଦସ୍ତଖତ କରିଥିଲେ।
ଐତିହାସିକ ଦିନଟିକୁ ସ୍ମରଣୀୟ କରିବା ପାଇଁ ଅଗଷ୍ଟ ୨୬ରେ ମହିଳା ସମାନତା ଦିବସ ପାଳନ ପାଇଁ ୧୯୭୦ ଏବଂ ୧୯୭୧ରେ ଏକ ପ୍ରସ୍ତାବ ଅଣାଯାଇଥିଲା। ପରେ ୧୯୭୩ରେ ଏହାକୁ ନ୍ୟୁୟର୍କ କଂଗ୍ରେସ ପକ୍ଷରୁ ମହିଳା ସମାନତା ଦିବସ ପାଳନ ପାଇଁ ସଂକଳ୍ପ ଗ୍ରହଣ କରାଯାଇଥିଲା। ୧୯୭୨ ରେ ରାଷ୍ଟ୍ରପତି ରିଚାର୍ଡ ନିକ୍ସନ୍‌ ଘୋଷଣାନାମା ୪୧୪୭ ଜାରି କରିଥିଲେ, ଯାହା ଅଗଷ୍ଟ ୨୬କୁ ମହିଳା ସମାନତା ଦିବସ ଭାବରେ ପାଳନ କରିବା ଲାଗି ଉଦ୍ଦିଷ୍ଟ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?