ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା ପ୍ରଧାନ ଅଧ୍ୟକ୍ଷତା କରିଥିଲେ । ଏଥିରେ ଦାରିଙ୍ଗବାଡି ବ୍ଲକର ୧୬ଟି ପଞ୍ଚାୟତର ୧୭୫ଜଣ କର୍ମକର୍ତ୍ତାଙ୍କ ସହ ସଦସ୍ୟା ଯୋଗଦେଇଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ ଯୋଗଦେଇ ମହିଳାଙ୍କ ସମସ୍ୟା ଓ ତାର ସମାଧାନ ପାଇଁ ଆଲୋଚନାରେ ବିଭିନ୍ନ ପରାମର୍ଶ ଦେଇ ମହାସଙ୍ଘକୁ ମାର୍ଗଦର୍ଶନ କରିଥିଲେ ।

ଏବେ ଦାରିଙ୍ଗବାଡି ଥାନା ଅଞ୍ଚଳର ସମସ୍ତ ପଞ୍ଚାୟତ ଅଞ୍ଚଳରେ ବିଶେଷ କରି ସୋନପୁର, ଗ୍ରୀନବାଡି, ଦାରିଙ୍ଗବାଡି, ଶ୍ରାନିକେତା, ସିମନବାଡି, କିରିକୁଟି, ପ୍ଳିହେରୀ ଆଦି ପଞ୍ଚାୟତ ଗୁଡିକରେ ଚୋରାମଦ କାରବାର ବୃଦ୍ଧି ପାଇଛି । ଦିନକୁ ଦିନ ଅଞ୍ଚଳରେ ଏଥିପାଇଁ ମହିଳା ହିଂସା ବୃଦ୍ଧି ପାଇବା ସହ ଅନେକ ପରିବାର ସର୍ବସ୍ୱ ହରାଉଛନ୍ତି । ଏନେଇ ସୋନପୁର ପଞ୍ଚାୟତବାସୀ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣୀ ବେଳେ ଲିଖିତ ଅଭିଯୋଗ କରିଥିବା ଘଟଣା ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା ।

ଅଞ୍ଚଳକୁ ନିଶାମୁକ୍ତ ବିଶେଷ କରି ଚୋରାମଦ କାରବାର ଓ ଗଞ୍ଜେଇ ଚୋରାଚାଲାଣ ଓ ଚାଷକୁ ତୀବ୍ର ବିରୋଧ କରାଯିବାକୁ ମହିଳା ସଙ୍ଘ ଅଣ୍ଟା ଭିଡ଼ିବ ଆସନ୍ତା ମାର୍ଚ୍ଚ ୮ ବିଶ୍ୱ ମହିଳା ଦିବସରେ ନାରୀ ମହାସଙ୍ଘ ପକ୍ଷରୁ ସଭା, ଶୋଭାଯାତ୍ରା ଓ ବିକ୍ଷୋଭ କରାଯିବାକୁ ନିଷ୍ପତି ଗ୍ରହଣ କରିଥିବା ନାରୀ ମହାସଙ୍ଘର ସଭାନେତ୍ରୀ ଲୁସିମା ପ୍ରଧାନ କହିଛନ୍ତି । ତାଙ୍କୁ ନିଶା ନୁହଁ ଲୋକଙ୍କ ମୌଳିକ ସୁବିଧା ଯୋଗାଇଦେବାକୁ ସେହିଦିନ ରାଜରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ସେ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri