ଆଜି ଆସିବେ ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷା

ବ୍ରହ୍ମପୁର,୨।୧୦(ନରସିଂହ ସାହୁ): ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ ମଣ୍ଡଳୀ ମଧ୍ୟରୁ ୨୦୨୪ ନିର୍ବାଚନରେ ୧୧ ଆସନରେ ଭାଜପା ପ୍ରାର୍ଥୀମାନେ ନିର୍ବାଚିତ ହୋଇଛନ୍ତି। ଫଳରେ ଦଳ ଏହି ଜିଲାକୁ ଅଧିକ ଗୁରୁତ୍ୱ ଦେଇଛି। ବୁଧବାର ବ୍ରହ୍ମପୁରରେ ଦଳ ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ଗାନ୍ଧୀ ଜୟନ୍ତୀ ପାଳନ କାର୍ଯ୍ୟକ୍ରମରେ ଭାଜପା ମହିଳା ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷା ଭି. ଶ୍ରୀନିଭାସନ ଯୋଗଦେବେ। ଏଥିପାଇଁ ଗାନ୍ଧୀନଗର ଛକରେ ସ୍ଥାପିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସ୍ଥଳରେ ଏକ ସ୍ବତନ୍ତ୍ର ସମାବେଶର ଆୟୋଜନ ହୋଇଛି। ତାଙ୍କ ସହ ରାଜ୍ୟମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ଐଶ୍ୱର୍ଯ୍ୟା ବିଶ୍ୱାଳ ଉପସ୍ଥିତ ରହିବେ। ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷା ଦକ୍ଷିଣ ଓଡ଼ିଶାର ୮ ଜିଲାର ମହିଳା ସଙ୍ଗଠନର କାର୍ଯ୍ୟକର୍ତ୍ତାଙ୍କ ସମାବେଶରେ ଯୋଗଦେବେ। ଏଠାରେ ସେ ନୂତନ ସଦସ୍ୟତା ଅଭିଯାନର ସମୀକ୍ଷା କରିବେ। ସ୍ବଚ୍ଛ କାର୍ଯ୍ୟକ୍ରମ ସମ୍ପର୍କରେ ଜିଲାର ନେତ୍ରୀମାନଙ୍କ ସହିତ ଆଲୋଚନା କରିବେ। ମଧ୍ୟାହ୍ନରେ ଆଙ୍କୁଲିର ଏକ ମନ୍ଦିର ନିକଟରେ ଏସ୍‌ଏଚଜି କର୍ମକର୍ତ୍ତାଙ୍କୁ ଭେଟିବା ସହ ଶିଳ୍ପାଞ୍ଚଳରେ ବୟନିକା କେନ୍ଦ୍ର ପରିଦର୍ଶନ କରିବେ। ରାଷ୍ଟ୍ରୀୟ ଅଧ୍ୟକ୍ଷା ଭି. ଶ୍ରୀନିଭାସନ ବ୍ରହ୍ମପୁର କାର୍ଯ୍ୟକ୍ରମ ସାରି ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ତାରାତାରଣୀଙ୍କୁ ଦର୍ଶନ କରିବେ ବୋଲି ଭାଜପା ମିଡିଆ ସେଣ୍ଟର ପକ୍ଷରୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କ ମୃତ୍ୟୁ

ଢାକା,୮।୨: ବାଂଲାଦେଶରେ ହିନ୍ଦୁ ମୃତ୍ୟୁ ମାମଲା ନିରନ୍ତର ରିପୋର୍ଟ ହେଉଛି। ଏହି ସମ୍ପର୍କରେ, ରବିବାର, ଫେବୃଆରୀ ୮ରେ ଏକ ପ୍ରମୁଖ ଖବର ପ୍ରକାଶିତ ହୋଇଛି। ରିପୋର୍ଟ ଅନୁଯାୟୀ,…

ମେଡିକାଲରୁ ଡେଇଁ ପଳାଇଲେ ଅଫିମ ଚାଷୀ : ବିଧାୟକ ଦେଲେ ପୋଲିସ ଦୋଷ 

ଟେନସା,୮।୨(ସମୀର କୁମାର ପାୀ): ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କାଲଟା ପଞ୍ଚାୟତ ନିକଟ ପୁଣ୍ଢି ପୋଖରୀ ଅଞ୍ଚଳରେ ଶନିବାର ଅଫିମ ଚାଷ ନେଇ ଚଢ଼ାଉ କରାଯାଇଥିଲା।…

ବିଶ୍ୱଜିତ କଂଗ୍ରେସରେ ଯୋଗ ଦେବା ପରେ ଅସନ୍ତୋଷ ଝାଡ଼ିଲେ ସୋଫିଆ, କହିଲେ ଆମକୁ…

ଭୁବନେଶ୍ୱର,୮ା୨: କଂଗ୍ରେସରେ କଟକର ବିଜେଡି ନେତା ବିଶ୍ୱଜିତ ମହାନ୍ତି ଯୋଗଦେବା ପ୍ରସଙ୍ଗରେ ସୋଫିଆ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଅବଗତ କରାଯାଇନାହିଁ। କଟକର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri