Posted inଖେଳ

ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ମହିଳା ହକି ଦଳ

ନୂଆଦିଲ୍ଲୀ, ୧୧ା୪: ଭାରତୀୟ ମହିଳା ହକି ଦଳ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ। ଦଳ ସେଠାରେ ଏପ୍ରିଲ ୨୬ରୁ ମେ ୪ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଏକ ସିରିଜ ଖେଳିବ। ଅଷ୍ଟ୍ରେଲିଆ ‘ଏ’ ବିପକ୍ଷରେ ଦୁଇଟି ମ୍ୟାଚ ଖେଳି ଭାରତ ଏହାର ଅଭିଯାନ ଆରମ୍ଭ କରିବ। ପରେ ସେମାନେ ଅଷ୍ଟ୍ରେଲିଆ ସିନିୟର ଦଳ ସହ ୩ଟି ମ୍ୟାଚ ଖେଳିବେ। ଟୁର୍‌ ବେଳେ ଅଷ୍ଟ୍ରେଲିଆ ‘ଏ’ ବିପକ୍ଷରେ ପଛକୁ ପଛ ମ୍ୟାଚ ଏପ୍ରିଲ ୨୬ ଓ ୨୭ରେ ଖେଳାଯିବ।

ପରେ ବିଶ୍ୱ ୫ ନମ୍ବର ଦଳ ଅଷ୍ଟ୍ରେଲିଆ ସିନିୟର ଦଳ ସହିତ ତିନୋଟି ମ୍ୟାଚ ମେ ୧, ୩ ଓ ୪ରେ ଖେଳାଯିବ। ଏହି ସମସ୍ତ ମ୍ୟାଚ ପର୍ଥ ହକି ଷ୍ଟାଡିୟମରେ ଖେଳାଯିବ। ଆସନ୍ତା ଜୁନ୍‌ରେ ଏଫ୍‌ଆଇଏଚ୍‌ ପ୍ରୋ-ଲିଗ୍‌ ୨୦୨୪-୨୫ ଲାଗି ପ୍ରସ୍ତୁତି କ୍ଷେତ୍ରରେ ଏହି ଟୁର୍‌ ଗୁରୁତ୍ୱପୂର୍ଣ୍ଣ ବୋଲି ବିଚାର କରାଯାଉଛି। ନବମ ର଼୍ୟାଙ୍କିଙ୍ଗପ୍ରାପ୍ତ ଭାରତ ଏହି ସିରିଜ ପୂର୍ବରୁ ଭୁବନେଶ୍ୱରରେ ବିଶ୍ୱର ନମ୍ବର-୧ ନେଦରଲାଣ୍ଡ୍ସ ବିପକ୍ଷ ମ୍ୟାଚ ୨-୨ ଡ୍ର ରଖିବା ସହ ରୋମାଞ୍ଚକ ଶୁଟ୍‌ ଆଉଟ୍‌ରେ ବୋନସ ପଏଣ୍ଟ ଅର୍ଜନ କରିଥିବାରୁ ଏହାର ମନୋବଳ ଉଚ୍ଚା ରହିଛି। ଏଫ୍‌ଆଇଏଚ୍‌ ପ୍ରୋ-ଲିଗ୍‌ ୨୦୨୩-୨୪ରେ ଅଷ୍ଟ୍ରେଲିଆ ସହ ଗତ ଥର ଭେଟରେ ଭାରତ ୧-୦ରେ ବିଜୟ ଲାଭ କରିଥିଲା।

ତେବେ ୨୦୧୩ ପରେ ଦୁଇ ଦଳ ମଧ୍ୟରେ ଖେଳାଯାଇଥିବା ୧୬ଟି ମ୍ୟାଚ ମଧ୍ୟରୁ ୧୦ଟି ଅଷ୍ଟ୍ରେଲିଆ ବିଜୟ ଲାଭ କରିଛି। ଭାରତ ତିନୋଟିରେ ବିଜୟ ଲାଭ କରିଥିବାବେଳେ ଅନ୍ୟ ତିନୋଟି ଡ୍ର ରଖିପାରିଛି। ଭାରତର ମୁଖ୍ୟ କୋଚ୍‌ ହରେନ୍ଦ୍ର ସିଂ କହିଛନ୍ତି, ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ରେ ୟୁରୋପିଆନ ଲେଗ୍‌ ପାଇଁ ପ୍ରସ୍ତୁତି ସକାଶେ ଏହି ଟୁର୍‌ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଅଷ୍ଟ୍ରେଲିଆ ଭଳି ଶକ୍ତିଶାଳୀ ଦଳ ବିପକ୍ଷରେ ଖେଳିବା ଦ୍ୱାରା ଆମେ ଆମର ଶକ୍ତିସାମର୍ଥ୍ୟ କଳିପାରିବୁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?