Posted inଖେଳ

ମହିଳା ଆଇସିସି ଦିନିକିଆ ର଼୍ୟାଙ୍କିଙ୍ଗ୍‌: ଟପ୍‌ ୨୦ରେ ପୁନମ ରାଉତ

ଦୁବାଇ,୧୭।୩(ପି.ଟି.): ଦକ୍ଷିଣ ଆଫ୍ରିକା ବିପକ୍ଷ ଘରୋଇ ଦିନିକିଆ ସିରିଜରେ ଦମ୍‌ଦାର ପ୍ରଦର୍ଶନ କରି ଭାରତୀୟ ମହିଳା କ୍ରିକେଟର ପୁନମ ରାଉତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଦିନିକିଆ ର଼୍ୟାଙ୍କିଙ୍ଗ୍‌ର ଶ୍ରେଷ୍ଠ ୨୦ରେ ସ୍ଥାନ ପାଇଛନ୍ତି। ମଙ୍ଗଳବାର ପ୍ରକାଶିତ ର଼୍ୟାଙ୍କିଙ୍ଗ୍‌ରେ ପୁନମ ବ୍ୟାଟିଂ ତାଲିକାରେ ଉନ୍ନତି କରିଛନ୍ତି। ପୂର୍ବରୁ ସେ କ୍ୟାରିୟର ଶ୍ରେଷ୍ଠ ୧୩ତମ ସ୍ଥାନ ଅଧିକାର କରିଥିଲେ। ତେବେ ଏବେ ସେ ୮ଟି ସ୍ଥାନ ଉପରକୁ ଉଠି ୧୮ତମ ସ୍ଥାନ ଅଧିକାର କରିଛନ୍ତି। ଗତ ୩ଟି ମ୍ୟାଚ୍‌ରେ ସେ ଅପରାଜିତ ୬୨, ୭୭ ଓ ଅପରାଜିତ ୧୦୪ ରନର ଶତକୀୟ ପାଳି ଖେଳିଛନ୍ତି।
ଓପନର ସ୍ମୃତି ମାନ୍ଧନା ପୂର୍ବପରି ୭ମ ସ୍ଥାନରେ ରହି ଶ୍ରେଷ୍ଠ ଭାରତୀୟ ବ୍ୟାଟ୍ସଓମ୍ୟାନ ବିବେଚିତ ହୋଇଛନ୍ତି। ଅଧିନାୟିକା ମିଥାଲି ରାଜ ୯ମ ସ୍ଥାନରେ ରହିଛନ୍ତି। ଉପଅଧିନାୟିକା ହରମନପ୍ରୀତ କୌର ଦୁଇଟି ସ୍ଥାନ ଉପରକୁ ଉଠି ୧୫ତମ ସ୍ଥାନରେ ରହିଛନ୍ତି। ସେହିପରି ବୋଲିଂ ତାଲିକାରେ ହରମନପ୍ରୀତ ୩ଟି ସ୍ଥାନ ଉପରକୁ ଉଠି ୪୯ତମ ସ୍ଥାନ ଅଧିକାର କରିଛନ୍ତି।
ବାମହାତୀ ସ୍ପିନର ରାଜେଶ୍ୱରୀ ଗାଏକ୍ୱାଡ ୪ଟି ସ୍ଥାନ ଉପରକୁ ଉଠି ୧୮ତମ ସ୍ଥାନରେ ରହିଛନ୍ତି। ସେ ଗତ ୩ଟି ମ୍ୟାଚ୍‌ରେ ୫ଟି ଉଇକେଟ ହାସଲ କରିଛନ୍ତି। ସେହିପରି ବ୍ୟାଟିଂ ତାଲିକାରେ ସେ ୫ଟି ସ୍ଥାନ ଉପରକୁ ଉଠି ୭୧ତମ ସ୍ଥାନରେ ରହିଛନ୍ତି। ସୁଷମା ବର୍ମା ବ୍ୟାଟିଂ ତାଲିକାରେ ୩ଟି ସ୍ଥାନ ଉପରକୁ ଉଠି ୮୧ତମ, ମାନସୀ ଜୋଶୀ ବୋଲିଂ ତାଲିକାରେ ୫ଟି ସ୍ଥାନ ଉପରକୁ ଉଠି ୬୪ତମ ସ୍ଥାନ ଅଧିକାର କରିଛନ୍ତି।
ଦକ୍ଷିଣ ଆଫ୍ରିକା ଓପନର ଲିଜେଲ ଲି ୭ଟି ସ୍ଥାନ ଉପରକୁ ଉଠି ବ୍ୟାଟିଂ ତାଲିକାର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ଗତ ସପ୍ତାହରେ ୩ଟି ମ୍ୟାଚ୍‌ରେ ସେ ୪, ଅପରାଜିତ ୧୩୨ ଓ ୬୯ ରନ ସଂଗ୍ରହ କରିଛନ୍ତି। ଏହା ପୂର୍ବ ସପ୍ତାହରେ ସେ ଭାରତ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ୮୩ ରନର ଇନିଂସ ଖେଳି ୧୧ଟି ସ୍ଥାନ ଉପରକୁ ଉଠିଥିଲେ। ଏକମାତ୍ର ଦକ୍ଷିଣ ଆଫ୍ରିକା ବ୍ୟାଟ୍ସଓମ୍ୟାନ ଭାବେ ଲି ବ୍ୟାଟିଂ ତାଲିକାର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ସେହିପରି ଲଉରା ଗୁଡାଲ ୨୭ଟି ସ୍ଥାନ ଉପରକୁ ଉଠି ବ୍ୟାଟିଂ ତାଲିକାର ୪୮ତମ ସ୍ଥାନ ଅଧିକାର କରିଛନ୍ତି। ଅଫ୍‌ ସ୍ପିନର ନଣ୍ଡୁମିସୋ ଶାଙ୍ଗାସ ୧୮ଟି ସ୍ଥାନ ଉପରକୁ ଉଠି ୬୮ତମ ସ୍ଥାନରେ ରହିଛନ୍ତି। ଆୟାବୋଙ୍ଗା ଖାକା ଗୋଟିଏ ସ୍ଥାନ ଉପରକୁ ଉଠି ବୋଲିଂ ତାଲିକାର ୯ମ ଓ ୨ଟି ସ୍ଥାନ ଉପରକୁ ଉଠି ବ୍ୟାଟିଂ ତାଲିକାର ଟପ୍‌ ୧୦୦ରେ ସ୍ଥାନ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦ୍ରୁତ ଶତକ ହାସଲ କରିଥିବା ଅଭିଷେକ ଶର୍ମାଙ୍କ ଭାଇରାଲ ସେଲିବ୍ରଶନର ଅସଲ କାରଣ ଆସିଲା ସାମ୍ନାକୁ, ବ୍ୟାଟର ନିଜେ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତୀୟ T20 ଦଳର ଓପନିଂ ବ୍ୟାଟର ଅଭିଷେକ ଶର୍ମା ଗୁରୁବାର ଅରୁଣ ଜେଟଲୀ ଷ୍ଟାଡିୟମରେ ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଅନ୍ତିମ T20 ମ୍ୟାଚରେ ଦମଦାର…

ଏସୀୟ କ୍ରୀଡ଼ା: ଜାପାନକୁ ହରାଇ ସେମିରେ ପହଞ୍ଚିଲା ଭାରତ

କୋରୋଗି,୧୮।୯: ଜାପାନର ନିଶିନ ସ୍ଥିତ କୋରୋଗି ସ୍ପୋର୍ଟସ ପାର୍କରେ ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଶେଫାଲି ଏବଂ ରିଚାଙ୍କ ଦମଦାର ପ୍ରଦର୍ଶନ ବଳରେ ଭାରତୀୟ ଦଳ ଜାପାନକୁ…

ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଇତିହାସ ରଚିଲେ ଅଭିଷେକ ଶର୍ମା; ଦ୍ରୁତତମ ଶତକର ରେକର୍ଡ ସ୍ଥାପନ କଲେ

ନୂଆଦିଲ୍ଲୀ,୧୭।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଅଭିଷେକ ଶର୍ମା ମାତ୍ର ୩୦ଟି ବଲରେ ଶତକ ହାସଲ କରିଛନ୍ତି। ଏହି ସଫଳତା ସହିତ ସେ ଭାରତ…

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?