‘ମହିଳାଙ୍କ ଆଦର୍ଶ ନନ୍ଦିନୀ’

ଭୁବନେଶ୍ୱର,୫।୮(ବ୍ୟୁରୋ): ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୧୫ତମ ଶ୍ରାଦ୍ଧ ଦିବସ ବୁଧବାର ପାଳିତ ହୋଇଯାଇଛି। ଏହି ଅବସରରେ ଉତ୍କଳ ସମ୍ମିଳନୀ ପକ୍ଷରୁ ବରପୁତ୍ରୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଉତ୍କଳ ସମ୍ମିଳନୀ ମଞ୍ଚେଶ୍ୱର ଶିଳ୍ପାଞ୍ଚଳ ଶାଖା ସଭାପତି ଅଧିବକ୍ତା ଦିଲୀପ ଦାଶଶର୍ମା ସଭାପତିତ୍ୱ କରି ନନ୍ଦିନୀ ଦେବୀ ଏକାଧାରରେ ଜଣେ ନାରୀ ନେତ୍ରୀ, ଲେଖିକା ଓ ସାମ୍ବାଦିକା ବୋଲି କହିବା ସହ ତାଙ୍କ ପ୍ରତିମୂର୍ତ୍ତି ଥିବା ଛକର ନାମ ‘ନନ୍ଦିନୀ ଦେବୀ ଛକ’ ଭାବେ ନାମିତ କରାଯିବାକୁ ଅନୁରୋଧ କରିଥିଲେ। ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଯୋଗଦେଇ ନନ୍ଦିନୀ ଶତପଥୀଙ୍କ ଜୀବନାଦର୍ଶ ଉପରେ ଆଲୋକପାତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉପଦେଷ୍ଟା ଡ. ଦ୍ୱାରିକା ନାଥ ମହାନ୍ତି, ଉପସଭାପତି ଶୀତଳ ଚନ୍ଦ୍ର ମହାନ୍ତି, ଯୁଗ୍ମସମ୍ପାଦକ ସିଦ୍ଧାର୍ଥ ଶଙ୍କର ଗଡ଼ନାୟକ ପ୍ରମୁଖ ଉପସ୍ଥିତ ରହି ବରପୁତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।
ସେହିପରି ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ସେଠାରେ ସ୍ମୃତିଚାରଣ ସଭା ଅନୁଷ୍ଠିତ ହୋଇଥିଲା। ଅଭିଯାନର ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ଶତପଥୀ ଯୋଗଦେଇ ମହିଳାଙ୍କ ସର୍ବକାଳୀନ ଆଦର୍ଶ ଭାବେ ନନ୍ଦିନୀ ଶତପଥୀ ପ୍ରେରଣାର ସ୍ରୋତ ପାଲଟିଛନ୍ତି ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନିତ ଅତିଥି ଭାବେ ବିଧାୟକ ଅନନ୍ତ ନାରାୟଣ ଜେନା, ସଂସ୍କୃତି ଅନୁସଚିବ ଲକ୍ଷ୍ମୀଧର ବେହେରା ଉପସ୍ଥିତ ରହି ମାଲ୍ୟାର୍ପଣ କରିବା ସହ ନନ୍ଦିନୀଙ୍କ ବହୁମୁଖୀ ବ୍ୟକ୍ତିତ୍ୱର ସ୍ମୃତିଚାରଣ କରିଥିଲେ। ଏହି ଅବସରରେ ଅଭିଯାନ ପକ୍ଷରୁ ପାଲା ସଂସ୍କୃତିର ସାଧକ ତଥା ଗାୟକ ଆହ୍ଲାଦ ସୁରେନ୍ଦ୍ର ଛୋଟରାୟଙ୍କୁ ନନ୍ଦିନୀ ଶତପଥୀ ସ୍ମୃତି ସମ୍ମାନରେ ସମ୍ମାନିତ କରାଯାଇଥିଲା। ସଙ୍ଗଠନର ସଂଯୋଜକ ନାରାୟଣ ଓଝା, ବରିଷ୍ଠ ସଦସ୍ୟ ଅଧ୍ୟାପକ ରମେଶ ଚନ୍ଦ୍ର ପାତାଳସିଂହ, ଅସିତ୍‌ ଦାସ, ସିତାଂଶୁ ଶେଖର ମହାରଣା ପ୍ରମୁଖ ଉପସ୍ଥିତ ଥିଲେ।
ବିଜେଡି ସାଂସ୍କୃତିକ ସମନ୍ବ୍ବୟ ସାମ୍ମୁଖ୍ୟ ପକ୍ଷରୁ ଉକ୍ତ ସ୍ଥାନରେ ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧବାର୍ଷିକୀ ପାଳନ କରାଯାଇଛି। ସାମ୍ମୁଖ୍ୟର ଆବାହକ ରବିନାରାୟଣ ନନ୍ଦ, ରାଜ୍ୟ ସଂଯୋଜକ ପ୍ରବୀର ମହାନ୍ତି, ରାଜ୍ୟ କମିଟି ସଦସ୍ୟ ଡ. ଜୀବନ ଦୀକ୍ଷିତ, ଦେବରାଜ ସେନାପତି, ଜିଲା କର୍ମକର୍ତ୍ତା ସତ୍ୟବ୍ରତ ଜେନା, ମନୋରଞ୍ଜନ ନାୟକ, ବୈକୁଣ୍ଠ ଭୋଇ, ଦେବଯାନୀ ଦାସ ଏବଂ ବାବା ପଞ୍ଚଦେବ ପ୍ରମୁଖ ନନ୍ଦିନୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଓଡ଼ିଶାର ଜଣେ ଅଗ୍ରଣୀ ନାରୀନେତ୍ରୀ ଭାବେ ସେ ମୁଖ୍ୟମନ୍ତ୍ରୀ ପଦ ମଣ୍ଡନ କରି ରାଜ୍ୟର ବହୁବିଧ ଉନ୍ନତି କରିପାରିଥିବାରୁ ତଥା ତାଙ୍କର କଳା, ସାହିତ୍ୟ ଓ ସଂସ୍କୃତି ପ୍ରତି ସ୍ବତନ୍ତ୍ର ଅବଦାନ ନିମନ୍ତେ ସେ ଉତ୍କଳୀୟ ଜନମାନସରେ ଚିରସ୍ମରଣୀୟ ହୋଇ ରହିଛନ୍ତି ବୋଲି ଉପସ୍ଥିତ ଅତିଥିମାନେ ମତବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri