ତାତିଲେ ମହିଳା

ସିଂହପୁର,୧୨।୧୦(ଅନଙ୍ଗ ଉଦୟ ବେଉରିଆ): ପୋଲିସ ପ୍ରଶାସନର ସ୍ଥାଣୁତା ଏବଂ ଅସାଧୁ ନୀତି ଯୋଗୁ ଗ୍ରାମାଞ୍ଚଳରେ ଚୋରା ମଦ କାରବାର କାୟାବିସ୍ତାର କରିବାରେ ଲାଗିଛି। ଫଳରେ ମହିଳାମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଏହିପରି ଘଟଣା ଦେଖିବାକୁ ମିଳିଛି ବିଂଝାରପୁର ଥାନା ଅନ୍ତର୍ଗତ ଜରି ଫାଣ୍ଡି ଅଧୀନ ଜରି ଅଢ଼େଇ ସାହି ଗ୍ରାମରେ ।

ଗ୍ରାମର ୪ରୁ ୫ଜଣ ଚୋରା ମଦ ବେପାରୀ ବିପୁଳ ପରିମାଣରେ ମଦ ଆଣି ଗାଁରେ ବିକ୍ରି କରୁଛନ୍ତି । ଫଳରେ ଯୁବଗୋଷ୍ଠୀ ମଦ୍ୟପାନ କରି ପଥଭ୍ରଷ୍ଟ ହେବା ସହ ଅଞ୍ଚଳରେ ଆପରାଧିକ କାର୍ଯ୍ୟ କରୁଛନ୍ତି। ଏନେଇ ଗାଁରେ ଅଶାନ୍ତି ପରିବେଶ ସହ ଭୟର ବାତାବରଣ ସୃଷ୍ଟି ହେଉଛି।

ଏପରିକି ମଦ ପିଇ ବହୁ ପରିବାର ସର୍ବସ୍ବାନ୍ତ ହେଉଛନ୍ତି । ମହିଳାମାନେ ସନ୍ଧ୍ୟା ହେଲେ ରାସ୍ତାରେ ଚାଲିବାକୁ ଅସୁରକ୍ଷିତ ମଣୁଛନ୍ତି । ଏହି ସମ୍ପର୍କର ସ୍ଥାନୀୟ ଲୋକେ ପୋଲିସ ପ୍ରସାସନ ନିକଟରେ ଅଭିଯୋଗ କରୁଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଫଳରେ ବେପାରୀମାନେ ବେଧଡ଼କ ମଦ ବିକ୍ରି କରୁଛନ୍ତି। ଏହାର ପ୍ରତିବାଦରେ ସ୍ଥାନୀୟ ଅଞ୍ଚଳର ଶତାଧିକ ମହିଳା ହନୁମାନ ଛକ ନିକଟ ମଦ ବେପାରୀଙ୍କ ଘର ସମ୍ମୁଖରେ ହରତାଳ କରିଥିଲେ। ତୁରନ୍ତ ଗାଁରେ ମଦ ବିକ୍ରି ବନ୍ଦ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଦାବି କରିଥିଲେ। ଦାବି ପୂରଣ ନ ହେଲେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ମହିଳାମାନେ ଚେତାବନୀ ଦେଇଛନ୍ତି। ଏଥିପ୍ରତି ଜିଲା ଆରକ୍ଷୀ ଅଧିକ୍ଷକ ଦୃଷ୍ଟି ଦେଇ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ମହିଳାଙ୍କ ସହ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri