Posted inଖେଳ

ମହିଳା ଦିନିକିଆ ସିରିଜ: ଦକ୍ଷିଣ ଆଫ୍ରିକାଠାରୁ ଭାରତ ହାରିଲା

ଲକ୍ଷ୍ନୌ,୧୮।୩: ଭାରତ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଦିନିକିଆରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ମହିଳା ଦଳ ୫ ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦକ୍ଷିଣ ଆଫ୍ରିକା ୪-୧ରେ ସିରିଜ ହାତେଇ ନେଇଛି। ଦକ୍ଷିଣ ଆଫ୍ରିକାର ଲିଜେଲ ଲି ପ୍ଲେୟର ଅଫ୍‌ ଦି ସିରିଜ ଓ ଆନେକ ବୋସ୍କ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ଦୀର୍ଘ ୧୨ ମାସ ପରେ ଭାରତ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିଥିବା ବେଳେ ଆରମ୍ଭରୁ ପରାଜୟର ସ୍ବାଦ ଚାଖିଛି। ଆସନ୍ତାବର୍ଷ ଦିନିକିଆ ବିଶ୍ୱକପ୍‌ ଆୟୋଜନ ହେବାକୁ ଯାଉଥିବା ବେଳେ ଏହି ସିରିଜ ପରାଜୟ ଭାରତୀୟ ଟିମ୍‌ ମ୍ୟାନେଜମେଣ୍ଟ ପାଇଁ ଚିନ୍ତା ସୃଷ୍ଟି କରିଛି।
ବୁଧବାର ସ୍ଥାନୀୟ ଅଟଳ ବିହାରୀ ବାଜପେୟୀ ଏକନା କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ଏହି ଲୋ ସ୍କୋରିଂ ମ୍ୟାଚ୍‌ରେ ଟସ୍‌ ଜିତି ଦକ୍ଷିଣ ଆଫ୍ରିକା ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଭାରତ ଅଧିନାୟିକା ମିଥାଲି ରାଜଙ୍କ ୭୯ରନର ଅପରାଜିତ ଅର୍ଦ୍ଧଶତକୀୟ ପାଳି ବଳରେ ୪୯.୩ ଓଭରରେ ମାତ୍ର ୧୮୮ ରନକରି ଅଲଆଉଟ ହୋଇଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ୪୮.୨ ଓଭରରେ ୫ ଉଇକେଟ ହରାଇ ୧୮୯ ରନ କରି ବିଜୟୀ ହୋଇଥିଲା।
୧୮୯ ରନ ଟାର୍ଗେଟ୍‌ର ପିଛା କରି ଦକ୍ଷିଣ ଆଫ୍ରିକା ଟପ୍‌ ଅର୍ଡର ଫେଲ୍‌ ମାରିଥିଲା। ତେବେ ମିଡ୍‌ଲ ଅର୍ଡର ବ୍ୟାଟ୍ସଓମ୍ୟାନ ଆଶାନୁରୂପ ପ୍ରଦର୍ଶନ କରି ଦଳକୁ ଜିତାଇଥିଲେ। ଓପନର ତଥା ଅଧିନାୟିକା ସୁନ ଲୁସ୍‌ ୧୦, ଲଉରା ଉଲଭର୍ଡଟ କୌଣସି ରନ୍‌ ନ କରି, ଲାରା ଗୁଡାଲ ୧ ରନକରି ଆଉଟ ହୋଇଥିଲେ। ୨୭ ରନରେ ଦକ୍ଷିଣ ଆଫ୍ରିକା ୩ଟି ଉଇକେଟ ହରାଇଥିଲା। ତେବେ ମିଗ୍‌ନନ ଡୁ ପ୍ରିଜ ୫୭, ଆନେକ ବୋସ୍କ ୫୮ ରନର ଅର୍ଦ୍ଧଶତକୀୟ ପାଳି ଖେଳି ସ୍ଥିତି ସମ୍ଭାଳିଥିଲେ। ମାରିଜନେ କାପ୍ପ ୩୬ ଓ ନାଡନ ଡି କ୍ଲର୍କ ୧୯ ରନକରି ଅପରାଜିତ ରହିବା ସହ ଦଳକୁ ଜିତାଇଥିଲେ। ବୋଲିଂରେ ଭାରତ ପାଇଁ ସ୍ପିନର ରାଜେଶ୍ୱରୀ ଗାଏକ୍ୱାଡ ୩, ଦୟାଲନ ହେମଲଥା ଓ ଚାଲୁରୁ ପ୍ରତ୍ୟୁଷା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପକ୍ଷରୁ ମିଥାଲି ଅପରାଜିତ ୭୯, ହରମନପ୍ରୀତ କୌର ୩୦ ରନ କରିଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ନିମ୍ନକ୍ରମର ୬ଜଣ ବ୍ୟାଟ୍ସଓମ୍ୟାନ ଦୁଇଅଙ୍କ ଛୁଇଁ ପାରି ନ ଥିଲେ। ଓପନର ପ୍ରିୟା ପୁନିଆ ୧୮, ସ୍ମୃତି ମାନ୍ଧନା ୧୮, ପୁନମ ରାଉତ ୧୦ ରନକରି ଆଉଟ ହୋଇଥିଲେ। ଦକ୍ଷିଣ ଆଫ୍ରିକା ପାଇଁ ବୋଲିଂରେ ନାଡିନ୍‌ ଡି କ୍ଲର୍କ ସର୍ବାଧିକ ୩, ନୋନଡୁମିସୋ ଶଙ୍ଗାଜ ଓ ଟୁମି ଶେଖୁଖୁନ୍‌ ୨ଟି ଲେଖାଏ, ମାରିଜନେ କାପ୍ପ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଭାରତୀୟ ମହିଳା ଦଳ ୪୯.୩ ଓଭରରେ ୧୮୮, ଅଲଆଉଟ
(ମିଥାଲି- ୭୯*, ହରମନପ୍ରୀତ- ୩୦, କ୍ଲର୍କ- ୩/ ୩୫, ସେଖୁଖୁନ୍‌- ୨/୨୬, ଶଙ୍ଗାଜ- ୨/୪୩)।
ଦକ୍ଷିଣ ଆଫ୍ରିକା ମହିଳା ଦଳ ୪୮.୨ ଓଭରରେ ୧୮୯/୫
(ବୋସ୍କ- ୫୮, ମିଗନନ- ୫୭, ମାରିଜନେ କାପ୍ପ- ୩୬*, ରାଜେଶ୍ୱରୀ- ୩/୧୩) ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri