ନ୍ୟାୟ ଦାବିରେ ମହିଳାଙ୍କ ଧାରଣା

ଆନନ୍ଦପୁର,୮।୨(ସ୍ବ.ପ୍ର.): ନ୍ୟାୟ ପାଇଁ ଜଣେ ମହିଳା ମଙ୍ଗଳବାର ଆନନ୍ଦପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଥିଲେ। ପ୍ରଶାନ୍ତି ନାୟକ ନାମ୍ନୀ ଉକ୍ତ ମହିଳା ଜଣକ ଉପଜିଲାପାଳଙ୍କ ପେସକାରଙ୍କ ସ୍ତ୍ରୀ ବୋଲି ଜଣାପଡ଼ିଛି। ବିବାହ ପରେ ସ୍ବାମୀଙ୍କଠାରୁ ନିର୍ଯାତନାର ଶିକାର ହେଉଥିବା ନେଇ ସେ ଅଭିଯୋଗ କରୁଥିବାବେଳେ ତାଙ୍କୁ ନ୍ୟାୟ ମିଳୁ ନ ଥିବା କହିଛନ୍ତି।
ପ୍ରଶାନ୍ତିଙ୍କ ଅଭିଯୋଗ ଅନୁଯାୟୀ,୨୦୨୧ରେ ତାଙ୍କ ସ୍ବାମୀ ମାଡ଼ ମାରି ଘରୁ ତଡ଼ି ଦେଇଥିଲେ। ଫଳରେ ସେ ତାଙ୍କର ୧୪ ବର୍ଷର ପୁଅ ସହିତ ହାଟଡିହି ବ୍ଲକ ସୋସୋ ଗ୍ରାମରେ ଥିବା ତାଙ୍କ ବାପ ଘରେ ରହିଆସୁଛନ୍ତି। ପୁଅ ଅଷ୍ଟମ ଶ୍ରେଣୀରେ ପଢୁଥିବାବେଳେ ତାଙ୍କୁ ଶିକ୍ଷାଦାନରେ କୌଣସି ଆର୍ଥିକ ସହାୟତା ମିଳୁ ନାହିଁ। ଏଭଳି ଘଟଣା ସମ୍ପର୍କରେ ପୂର୍ବରୁ ସେ ସୋସୋ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ ମାମଲା(ନଂ.୬୪/୨୨) ରୁଜୁ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନ ଥିବା ପ୍ରଶାନ୍ତି ଅଭିଯୋଗ କରିବା ସହ ନ୍ୟାୟ ପାଇଁ ସେ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିବା ପ୍ରକାଶ କରିଛନ୍ତି। ଖୁବ୍‌ ଶୀଘ୍ର ଏହି ବିବାଦୀୟ ପରିସ୍ଥିତିର ସମାଧାନ ପାଇଁ ଉପଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରତିଶ୍ରୁତି ମିଳିବା ପରେ ସେ ଧାରଣାରୁ ଉଠିଥିଲେ। ଏ ସଂକ୍ରାନ୍ତରେ ଉପଜିଲାପାଳ ଅନୀଲ କୁମାର ସେଠୀଙ୍କୁ ପଚାରିବାରୁ ଚଳିିତ ମାସ ୧୫ ତାରିଖରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି॥


Enter your email to get our daily news in your inbox.

All Right Reserved By Dharitri.Com

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

ଡାକକୋଟା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ପିଏମ୍ ଶ୍ରୀ ଉତ୍ସବ’ ପାଳିତ

ଥୁଆମୂଳ ରାମପୁର,୨୨।୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ଡାକକୋଟା ସ୍ଥିତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ‘ପିଏମ୍ ଶ୍ରୀ...

ପରିମଳ କର୍ମଚାରୀଙ୍କ ଅନର୍ଦ୍ଦିିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ

କବିସୂର୍ଯ୍ୟନଗର,୨୨ା୧୨(କୃପାସିନ୍ଧୁ ସ୍ୱାଇଁ): ୧୦ ମାସର ବକେୟା ଦରମା ପ୍ରଦାନ ଓ ଛଟେଇ ନିଷ୍ପତ୍ତି ପ୍ରତ୍ୟାହାର ଦାବିନେଇ କବିସୂର୍ଯନଗର ଏନ୍‌ଏସିର ପରିମଳ କର୍ମଚାରୀମାନେ ଅନର୍ଦ୍ଦିିଷ୍ଟ କାଳ ପାଇଁ...

Asia Cup ବିଜୟୀ ଦଳକୁ ସ୍ୱତନ୍ତ୍ର ପୁରସ୍କାର ଘୋଷଣା କଲେ ଶାହବାଜ

କରାଚୀ,୨୨ା୧୨: ଦୁବାଇରେ ୧୯ବର୍ଷରୁ କମ୍‌ Asia Cup ବିଜୟୀ ପାକିସ୍ତାନ ଦଳର ସଦସ୍ୟମାନଙ୍କ ଲାଗି ଦେଶର ପ୍ରଧାନମନ୍ତ୍ରୀ ଶାହବାଜ ଶରିଫ ୧୦ ନିୟୁତ ପାକିସ୍ତାନୀ ଟଙ୍କା...

ଦୁର୍ବ୍ୟବହାର ପ୍ରତିବାଦରେ ଡାକ୍ତର, କର୍ମଚାରୀଙ୍କ ଧାରଣା

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡ଼ିକାଲ ଅଫିସର ଓ ଡାକ୍ତରଙ୍କୁ କେତେଜଣ ବ୍ୟକ୍ତି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ପ୍ରତିବାଦରେ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri