ତାଲିବାନ୍‌ ସପକ୍ଷରେ ମହିଳାଙ୍କ ରାଲି

କାବୁଲ, ୧୨।୯(ଆଇଏଏନ୍‌ଏସ୍‌): ଆଫଗାନିସ୍ତାନରେ ତାଲିବାନ ଶାସନକୁ ବିରୋଧ କରି ବିକ୍ଷୋଭରେ ସାମିଲ ହେଉଥିବା ମହିଳାମାନଙ୍କ ମାଡ଼ ମରାଯିବା ସହ ହତ୍ୟା ଧମକ ଦିଆଯାଉଛି। ସେମାନଙ୍କ ବିକ୍ଷୋଭ ଉପରେ ଖବର ସଂଗ୍ରହ ପାଇଁ ଯାଇଥିବା ଖବରଦାତାଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ତାଲିବାନର ମହିଳା ବିରୋଧୀ ମନୋଭାବ ଓ ସରକାରରେ ମହିଳାଙ୍କୁ ସାମିଲ ନ କରିବା ନେଇ କିଛିଦିନ ହେଲା ବିକ୍ଷୋଭ କରାଯାଉଥିବାବେଳେ ଶନିବାର କେତେଜଣ ବୁର୍ଖାପିନ୍ଧା ମହିଳା ତାଲିବାନ ସପକ୍ଷରେ ରାଲି ବାହାର କରିଥିଲେ। ପ୍ରାୟ ୩୦୦ ମହିଳା କାବୁଲ ରାସ୍ତାରେ ଶୋଭାଯାତ୍ରା ବାହାର କରିଥିଲେ। ସେମାନେ କାବୁଲ ୟୁନିଭର୍ସିଟି ନିକଟରେ ଧାରଣାରେ ବସି ତାଲିବାନ ନେତୃତ୍ୱ ବିଶେଷ କରି ଲିଙ୍ଗଗତ ଅସମାନତା ପ୍ରତି ସେମାନଙ୍କ ସମର୍ଥନ ଜଣାଇଥିଲେ। ସେମାନେ ତାଲିବାନ ପତାକା ଧରିବା ସହ ପାଶ୍ଚାତ୍ୟ ଦେଶକୁ ସମାଲୋଚନା କରିଥିଲେ। ପୂର୍ବ ସରକାରରେ ମହିଳାମାନଙ୍କୁ ବ୍ୟବହାର କରାଯାଉଥିଲା ଓ ସେମାନଙ୍କର କୌଣସି ସ୍ବାଧୀନତା ନ ଥିଲା ବୋଲି ବିକ୍ଷୋଭକାରୀ କହିଛନ୍ତି। ଏହି ତାଲିବାନ ସପକ୍ଷ ରାଲିକୁ କଡ଼ା ସୁରକ୍ଷା ଯୋଗାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଯୁଦ୍ଧ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲା ଇସ୍ରାଏଲ, ନେତାନ୍ୟାହୁ କରିବେ ଏମିତି କାମ, ଇରାନ କାବା

ନୂଆଦିଲ୍ଲୀ,୧।୪: ଇରାନ ବିରୁଦ୍ଧରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ନୂତନ ଏବଂ ପ୍ରମୁଖ ରଣନୈତିକ ପଦକ୍ଷେପର ସଙ୍କେତ ଦେଇଛନ୍ତି। ନେତାନ୍ୟାହୁ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri