Posted inଜାତୀୟ

୨୦୨୯ ସୁଦ୍ଧା ମହିଳାଙ୍କୁ ସଂରକ୍ଷଣ

ନୂଆଦିଲ୍ଲୀ,୨୦।୯ : ନୂଆ ପାର୍ଲାମେଣ୍ଟ ହାଉସ୍‌ର ପ୍ରଥମ ଲୋକ ସଭାରେ ଆଗତ ହୋଇଥିବା ଏହି ବିଲ୍‌କୁ ପ୍ରଧାନମନ୍ତ୍ରୀ ଏକ ‘ଐତିହାସିକ ପଦକ୍ଷେପ’ ଭାବେ ଅଭିହିତ କରିଛନ୍ତି। ୧ ଦଶନ୍ଧି ପୂର୍ବରୁ ପାର୍ଲାମେଣ୍ଟର ନିମ୍ନ ସଦନରେ ମହିଳା ସଂରକ୍ଷଣ ବିଲ୍‌ ଆଗତ ହୋଇଥିଲା। ସେହି ୧୦୮ତମ ସମ୍ବିଧାନ ସଂଶୋଧନ ବିଲ୍‌ ୨୦୧୦ରେ ରାଜ୍ୟ ସଭାରେ ଗୃହୀତ ହୋଇଥିଲା। ତେବେ ପଞ୍ଚଦଶ ଲୋକ ସଭା (୨୦୦୯-୨୦୧୪) ଭଙ୍ଗ ହେବା ସହ ଉକ୍ତ ବିଲ୍‌ ରଦ୍ଦ ହୋଇଯାଇଥିଲା। ସୂତ୍ରରୁ ଜଣାପଡ଼ିଛି ଯେ, ନୂଆ ବିଲ୍‌ ୨୦୧୦ରେ ଉପା ଅମଳରେ ଆଗତ ବିଧେୟକ ସଦୃଶ। କିନ୍ତୁ ୨୦୨୬ରେ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଶେଷ ହେବା ପରେ ଏହା କାର୍ଯ୍ୟକାରୀ ହେବ। ଅର୍ଥାତ୍‌ ୨୦୨୯ ସୁଦ୍ଧା ଆଇନ ଲାଗୁ ହେବ। ମହିଳାଙ୍କୁ କେବଳ ଲୋକ ସଭା ଓ ବିଧାନସଭାଗୁଡ଼ିକରେ ୩୩% ସଂରକ୍ଷଣ ମିଳିବ। ଅନ୍ୟ ଅର୍ଥରେ ବୁଝିବାକୁ ଗଲେ, ଉକ୍ତ ବିଲ୍‌ ଗୃହୀତ ହୋଇ ଆଇନରେ ପରିଣତ ହେଲେ ଲୋକ ସଭାର ୫୪୩ ଆସନ ମଧ୍ୟରୁ ୧୮୧ ଏବଂ ସାରା ଦେଶର ବିଧାନସଭାଗୁଡ଼ିକରେ ଥିବା ୪,୧୨୯ ଆସନରୁ ୧,୩୭୦ କେବଳ ମହିଳାଙ୍କ ପାଇଁ ସଂରକ୍ଷିତ ରହିବ। ରାଜ୍ୟ ସଭା କିମ୍ବା ବିଧାନ ପରିଷଦଗୁଡ଼ିକରେ ସେମାନେ ସଂରକ୍ଷଣ ସୁବିଧା ପାଇବେ ନାହିଁ। ମହିଳା ସଂରକ୍ଷଣ ବିଲ୍‌ ଆଇନରେ ପରିଣତ ହେଲେ ୧୫ ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ। ତେବେ ପରବର୍ତ୍ତୀ ସମୟରେ ଆବଶ୍ୟକତାକୁ ଦେଖି ଏହି ଅବଧି ବୃଦ୍ଧି କରାଯାଇପାରେ। ମୋଦି ସରକାରଙ୍କ ସଂରକ୍ଷଣ ବିଲ୍‌ରୁ ଆଙ୍ଗ୍ଲୋ-ଇଣ୍ଡିଆନ୍‌ ସମୁଦାୟ ପାଇଁ ସଂରକ୍ଷଣ ସୁବିଧା ଥିବା ୨ଟି ଅନୁଚ୍ଛେଦର ସଂଶୋଧନ ଜରିଆରେ ଏହାକୁ ବାଦ୍‌ ଦିଆଯାଇଛି। କିନ୍ତୁ ୨୦୨୦ର ଚିଠାରେ ତଫସିଲଭୁକ୍ତ ଜାତି (ଏସ୍‌ଟି) ଏବଂ ତଫସିଲଭୁକ୍ତ ଜନଜାତି (ଏସ୍‌ଟି) ବର୍ଗଙ୍କ ପାଇଁ ଉଦ୍ଦିଷ୍ଟ ସଂରକ୍ଷଣ ବଳବତ୍ତର ରହିବ। ଅନ୍ୟ ପଛୁଆ ବର୍ଗ (ଓବିସି)ଙ୍କ ପାଇଁ ଏଥିରେ କୌଣସି ଅତିରିକ୍ତ ସଂରକ୍ଷଣ ବ୍ୟବସ୍ଥା କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?