ମହିଳାଙ୍କ ସୁରକ୍ଷା ପ୍ରସଙ୍ଗ: ୭, ୮ରେ ଭାଜପା କରିବ ସାଧାରଣ ସଭା

ଭୁବନେଶ୍ବର,୪ା୯(ବ୍ୟୁରୋ):୨୩ ବର୍ଷର ନିରୁଙ୍କଶ ଶାସନରେ ମଧ୍ୟ ଓଡିଶାର ମହିଳାମାନେ ନ୍ୟାୟ ପାଇବା ସ୍ବପ୍ନ ପାଲଟିଛି। ଏନ୍‌ସିଆର୍‌ବି ରିପୋର୍ଟ-୨୦୨୧ରେ ଏହା ସ୍ପଷ୍ଟ ଉଲ୍ଳେଖ ରହିଛି। ରାଜ୍ୟରେ ମହିଳା ବିରୋଧୀ ହିଂସା, ମହିଳା ଅପହରଣ, ମହିଳା ଅସଦାଚରଣ, ବଳାତ୍କାର, ନାବାଳିକା ଯୈାନ ନିଯ୍ୟାତନା, ମହିଳା ଉପତ୍ୀଡନ ପୂର୍ବ ବର୍ଷ ଅପେକ୍ଷା ବୃଦ୍ଧି ପାଇବା ଅତ୍ୟନ୍ତ ଚିନ୍ତା ଓ ଲଜ୍ଜାଜନକ ବୋଲି ମହିଳାମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ସ୍ମୃତି ପଟ୍ଟନାୟକ କହିଛନ୍ତି। ସେହିପରି ମହିଳାମୋର୍ଚ୍ଚା ସଭାନେତ୍ରୀ ପଟ୍ଟନାୟକଙ୍କ ତତ୍ୱାବଧାନରେ ୭ ଓ ୮ ତାରିଖ ଦିନ ମହିଳା ଯାତ୍ରା ଏବଂ ସାଧାରଣ ସଭା କରାଯିବ। ପରବର୍ତୀ ପର୍ଯ୍ୟାୟରେ ମଣ୍ଡଳସ୍ତରରେ ଦସ୍ତଖତ ଅଭିଯାନ କରିବାର ନିଷ୍ପତି ହୋଇଥିବା ସ୍ମୃତି କହିଛନ୍ତି।
ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍ମୃତି କହିଛନ୍ତି, ନାରୀ ସଶକ୍ତିକରଣର କଥା କହି ମିଛ ବାହାସ୍ପୋଟ ମାରୁଥିବା ରାଜ୍ୟ ସରକାର ମହିଳାଙ୍କୁ ସୁରକ୍ଷା ଦେବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି। ଏନେଇ ଭାଜପା ମହିଳା ମୋର୍ଚ୍ଚା ଆଗାମୀ ଦିନରେ ଏହି ବିରୋଧରେ ଆନ୍ଦୋଳନ ପର୍ଯ୍ୟାୟକ୍ରମେ କରାଯିବ। ରାଜ୍ୟ ସରକାରଙ୍କ ତୃଟିପୂର୍ଣ୍ଣ ବ୍ୟବସ୍ଥା ଓ ପକ୍ଷପାତିତା କାରଣରୁ ଲୋକେ ଆଇନ ବ୍ୟବସ୍ଥା ଉପରୁ ଆସ୍ଥା ହରାଇଲେଣି। ଓଡ଼ିଶାରେ ମହିଳା ଅସୁରକ୍ଷିତ ଥିବାରୁ ଭାଜପା ଦୁଇଦିନ ଧରି ସଭା କରି ଏନସିଆରବି ରିପୋର୍ଟ ତର୍ଜମା କବାର ନିଷ୍ପତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri