ବିଜେଡି ସରକାରଙ୍କ ଉପରେ ବର୍ଷିଲେ ଭାଜପା ମହିଳା ନେତ୍ରୀ

ପାଟଣା,୪।୩(ବୀର କିଶୋରଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟରେ ସୋମବାର ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ନାରୀ ଶକ୍ତି ବନ୍ଦନ ଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଅବସରରେ ପାଟଣା ମୁଖ୍ୟାଳୟ ଆନନ୍ଦେଶ୍ୱର ଶିବ ମନ୍ଦିରରୁ ଏକ ପଦଯାତ୍ରା ବାହାରି ବଜାର ପରିକ୍ରମା କରାଯାଇଥିଲା। ଏହି ଶୋଭାଯାତ୍ରା ବ୍ଲକ ପର୍ଯ୍ୟନ୍ତ ଯାଇଥିଲା। ବ୍ଲକ ସମ୍ମୁଖରେ ଭାଜପା ନେତ୍ରୀ ଓ ନେତାମାନେ ଏକ ସଭାରେ ବିଜେଡି ସରକାର ବିରୋଧରେ ବର୍ଷିଛନ୍ତି। କେନ୍ଦ୍ର ସରକାର ମହିଳାଙ୍କୁ ସଶକ୍ତି କରଣ କରିବା ପାଇଁ କରିଥିବା ଯୋଜନା, ସହ ରାଶନ କାର୍ଡରେ ଉପଲବ୍ଧ ସୁବିଧା ସୁଯୋଗକୁ କିଭଳି ରାଜ୍ୟ ସରକାର ହଡ଼ପ କରୁଛନ୍ତି ସେ ସମ୍ପର୍କିତ ସ୍ଲୋଗାନ, ନବୀନ ସରକାର ବିରୋଧୀ ବିଭିନ୍ନ ସ୍ଲୋଗାନ ଦିଆଯାଇଥିଲା। ଏଥିରେ ନିର୍ବାଚନମଣ୍ଡଳୀ ଓ ଜିଲାର ଆଗଧାଡିର ସମସ୍ତ ମହିଳା ନେତ୍ରୀଙ୍କ ସହ ତୁଙ୍ଗ ନେତା ସାମିଲ ହୋଇଥିଲେ। ଏଥିରେ ରାଜ୍ୟ ଆଦିବାସୀ ମୋର୍ଚ୍ଚା ଉପସଭାପତି ମମିତା ନାଏକ, ରାଜ୍ୟ ଏସସି ମହିଳା ନେତ୍ରୀ ବିଜୟଲକ୍ଷ୍ମି ପାତ୍ର, ଜିଲା ଭାଜପା ମହିଳା ମୋର୍ଚ୍ଚା ସଭାପତି ମମତା ସିଂ ପ୍ରମୁଖଙ୍କ ନେତୃତ୍ୱରେ ୫ଶହରୁ ଊଦ୍ଧର୍‌ବ ମହିଳା କାର୍ଯ୍ୟକର୍ତ୍ତା ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri