Posted inଖେଳ

ଭାରତ-ପାକିସ୍ତାନ ମୁକାବିଲା ୭ରେ

କୁଆଲାଲମ୍ପୁର, ୨୧।୯(ପି.ଟି.): ଆସନ୍ତା ମାସରେ ବାଂଲାଦେଶର ସିଲ୍‌ହେଟ୍‌ଠାରେ ମହିଳା ଟି୨୦ ଏସିଆ କପ୍‌ ଆରମ୍ଭ ହେବ। ଏଥିରେ ଭାରତ ଓ ପାକିସ୍ତାନ ମୁକାବିଲା ଅକ୍ଟୋବର ୭ରେ ହେବ ବୋଲି ଏସିଆନ କ୍ରିକେଟ କାଉନ୍‌ସିଲ ସଭାପତି ଜୟ ଶାହା ମଙ୍ଗଳବାର ଘୋଷଣା କରିଛନ୍ତି। ୭ଟି ଦଳକୁନେଇ ହେବାକୁଥିବା ଏହି ୧୫ ଦିନିଆ ଟୁର୍ନାମେଣ୍ଟ ଅକ୍ଟୋବର ୧ରୁ ଆରମ୍ଭ ହେବ। ଏହା ରାଉଣ୍ଡ ରବିନ ଫର୍ମାଟରେ ଖେଳାଯିବ। ଶ୍ରେଷ୍ଠ ୪ ଦଳ ସେମିଫାଇନାଲ ପାଇଁ ଯୋଗ୍ୟତା ଅର୍ଜନ କରିବେ। ଟୁର୍ନାମେଣ୍ଟରେ ଭାଗ ନେଉଥିବା ଦଳଗୁଡ଼ିକ ହେଲା ଭାରତ, ପାକିସ୍ତାନ, ଆୟୋଜକ ବାଂଲାଦେଶ, ଶ୍ରୀଲଙ୍କା, ୟୁଏଇ, ଥାଇଲାଣ୍ଡ ଓ ମାଲେସିଆ। ତାଲିବାନ ଶାସନ କ୍ଷମତାକୁ ଆସିବାପରେ ଆଫଗାନିସ୍ତାନର ମହିଳା ଦଳ ନାହିଁ। ଭାରତ ପ୍ରଥମ ଦିବସରେ ଶ୍ରୀଲଙ୍କା ବିପକ୍ଷରେ ଖେଳି ଏହାର ଅଭିଯାନ ଆରମ୍ଭ କରିବ। ପାକିସ୍ତାନକୁ ଭେଟିବା ପୂର୍ବରୁ ଭାରତ ଏହାର ମାଲେସିଆ (ଅକ୍ଟୋବର ୩) ଓ ୟୁଏଇ (ଅକ୍ଟୋବର ୪) ସହିତ ମୁକାବିଲା କରିବ। ଭାରତ ଅକ୍ଟୋବର ୮ରେ ଆୟୋଜକ ବାଂଲାଦେଶ ଏବଂ ଅକ୍ଟୋବର ୧୦ରେ ଥାଇଲାଣ୍ଡ ବିପକ୍ଷରେ ଖେଳିବ। ହରମନପ୍ରୀତ୍‌ କୌରଙ୍କ ନେତୃତ୍ୱାଧୀନ ଦଳ ୧୦ ଦିନରେ ୬ ଲିଗ୍‌ ମ୍ୟାଚ ଖେଳିବ। ସେମିଫାଇନାଲ ଅକ୍ଟୋବର ୧୧ କିମ୍ବା ୧୩ ରେ ଖେଳାଯିବ। ଫାଇନାଲ ଅକ୍ଟୋବର ୧୫ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

ଜିଲାର ବିକାଶ ଉପରେ ମନ୍ତ୍ରୀଙ୍କ ଫୋକସ୍‌

ଛତ୍ରପୁର,୧୮ା୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସାମାଜିକ ଭିତିଭୂମିର ଉନ୍ନତି ପାଇଁ ସରକାରୀସ୍ତରରେ ବିଭିନ୍ନ ଯୋଜନାକୁ ତ୍ୱରାନ୍ବିତ କରାଯାଉଛି । ସ୍ବାସ୍ଥ୍ୟ ସେବା, ଶିକ୍ଷା ଏବଂ ପାନୀୟ ଜଳ…

ଶୁଖିଲା ପଡ଼ିଲାଣି ନଈ, ନାଳ: ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ନିର୍ମାଣ କରାଯାଉ

କେସିଙ୍ଗା,୧୮ା୪(ତୁମେଶ୍ୱର ସାହୁ)- ଗ୍ରୀଷ୍ମତାତିକୁ ଦୃଷ୍ଟିରେ ରଖି କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ରରେ ଗୃହପାଳିତ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ମୋଦି, କହିଲେ ବିରୋଧୀ ନାରୀଙ୍କ ଆତ୍ମସମ୍ମାନକୁ…

ନୂଆଦିଲ୍ଲୀ,୧୮ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାତିରେ ଦେଶକୁ ସମ୍ବୋଧିତ କରିଛନ୍ତି। ନାରୀଶକ୍ତିକୁ କିପରି ରୋକାଯାଉଛି ଦେଶବାସୀ ଦେଖିଲେ ବୋଲି ପ୍ରଧାନମନ୍ତ୍ରୀ ସମ୍ବୋଧିତ କରି କହିଛନ୍ତି। ଏପରିକି…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri