Posted inଖେଳ

ମହିଳା ଟି୨୦ କ୍ରିକେଟ: ଇଂଲଣ୍ଡଠାରୁ ୩୮ ରନରେ ହାରିଲା ଭାରତ

ମୁମ୍ବାଇ, ୬।୧୨: ଶେଫାଳି ବର୍ମାଙ୍କ ଅର୍ଦ୍ଧଶତକ ସତ୍ତ୍ୱେ ଭାରତ ବୁଧବାର ଏଠାରେ ଅନୁଷ୍ଠିତ ପ୍ରଥମ ମହିଳା ଟି୨୦ କ୍ରିକେଟ ମ୍ୟାଚରେ ଇଂଲଣ୍ଡଠାରୁ ୩୮ ରନରେ ହାରି ଯାଇଛି। ଇଂଲଣ୍ଡ ୨୦ ଓଭରରେ ୬ ଉଇକେଟ ହରାଇ ୧୯୭ ରନ କରିଥିବାବେଳେ ଭାରତ ୨୦ ଓଭରରେ ୬ ଉଇକେଟ ହରାଇ ୧୫୯ ରନ କରିବାକୁ ସକ୍ଷମ ହୋଇଥିଲା।

ଭାରତ ପକ୍ଷରୁ ଶେଫାଳି ସର୍ବାଧିକ ୫୨ ଓ ଅଧିନାୟିକା ହରମନପ୍ରୀତ କୌର ୨୬ ରନ କରିଥିଲେ। ଇଂଲଣ୍ଡ ବୋଲରଙ୍କ ମଧ୍ୟରେ ସୋଫି ଏକଲେଷ୍ଟୋନ ୩ଟି ଏବଂ ନାଟ୍‌ ସ୍କିଭର-ବ୍ରଣ୍ଟ, ଫ୍ରେୟା କେମ୍ପ ଓ ସାରା ଗ୍ଲେନ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ବିଜୟ ଫଳରେ ଇଂଲଣ୍ଡ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀଲାଭ କରିଛି।

ଟସ୍‌ ଜିତି ଇଂଲଣ୍ଡ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ଭାରତର ରେଣୁକା ସିଂ ଚମତ୍କାର ବୋଲିଂ କରି ଇନିଂସର ପ୍ରଥମ ଓଭରରେ ଇଂଲଣ୍ଡକୁ ଡବଲ ଝଟ୍‌କା ଦେଇଥିଲେ। ତେବେ ଡାନି ଓ୍ବାଟ୍ଟ ଓ ନାଟ୍‌ ସ୍କିଭର-ବ୍ରଣ୍ଟ ଦ୍ରୁତ ହାରରେ ରନ ସଂଗ୍ରହ କରି ତୃତୀୟ ଉଇକେଟରେ ୮୭ ବଲ୍‌ରୁ ୧୩୮ ରନର ଭାଗୀଦାରି ଗଢ଼ିବାରୁ ଇଂଲଣ୍ଡ ବଡ଼ ସ୍କୋର ଆଡ଼କୁ ମୁହାଁଇଥିଲା। ଓ୍ବାଟ୍ଟ ୪୭ ବଲ୍‌ରୁ ୭୫ (୮ ଚୌକା, ୨ ଛକା) ଓ ବ୍ରଣ୍ଟ ୫୩ ବଲ୍‌ରୁ ୭୭ (୧୩ ଚୌକା) ରନ କରି ଇଂଲଣ୍ଡ ଇନିଂସ ଗଢ଼ିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ।

ଶେଷ ଭାଗରେ ଆମି ଜୋନ୍ସ ୯ ବଲ୍‌ରୁ ୨୩ (୩ ଚୌକା, ୧ ଛକା) ରନର ମୂଲ୍ୟବାନ ଇନିଂସ ଖେଳିଥିଲେ। ଭାରତ ପକ୍ଷରୁ ରେଣୁକା ସିଂ ୩ଟି, ଶ୍ରେୟଙ୍କା ପାଟିଲ ୨ଟି ଓ ସାଇକା ଇଶାକ ଗୋଟିଏ ଉଇକେଟ ନେଇଥିଲେ। ଏହି ମ୍ୟାଚରେ ଭାରତର ସାଇକା ଇଶାକ ଓ ଶ୍ରେୟଙ୍କା ପାଟିଲ ଟି୨୦ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିଲେ। ଉଭୟ ଖେଳାଳି ଡେବ୍ୟୁ ମ୍ୟାଚରେ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri