Posted inଖେଳ

ମହିଳା ଟି୨୦ ର଼୍ୟାଙ୍କିଙ୍ଗ୍‌: ପ୍ରଥମ ସ୍ଥାନ ବଜାୟ ରଖିଲେ ଶେଫାଳି

ଦୁବାଇ, ୨ା୬ (ପି.ଟି.)-ଭାରତର ସ୍ବଳ୍ପ ବୟସ୍କା ପ୍ରତିଭାସମ୍ପନ୍ନ ଖେଳାଳି ଶେଫାଳି ବର୍ମା ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ ବ୍ୟାଟ୍ସଓମ୍ୟାନ ତାଲିକାରେ ତାଙ୍କ ପ୍ରଥମ ସ୍ଥାନ ବଜାୟ ରଖିଛନ୍ତି। ସ୍କଟଲାଣ୍ଡର ପ୍ରଥମ ମହିଳା କ୍ରିକେଟର ଭାବେ କ୍ୟାଥରିନ୍‌ ବ୍ରାଇସ୍‌ ଟପ୍‌ ୧୦ରେ ପ୍ରବେଶ କରିଛନ୍ତି। ଶେଫାଳି ୭୭୬ ର଼୍ୟାଙ୍କିଙ୍ଗ ପଏଣ୍ଟ ସହ ଅଷ୍ଟ୍ରେଲିଆର ବେଥ୍‌ ମୁନି (୭୪୪) ଓ ମେଗ୍‌ ଲାନିଙ୍ଗ (୭୦୯)ଙ୍କୁ ପଛରେ ପକାଇ ଶୀର୍ଷରେ ରହିଛନ୍ତି। ଭାରତର ଟି୨୦ ଉପ-ଅଧିନାୟିକା ସ୍ମୃତି ମନ୍ଧାନା ର଼୍ୟାଙ୍କିଙ୍ଗ ତାଲିକାର ଚତୁର୍ଥରେ ରହିଥିବାବେଳେ ଟପ୍‌ ଟେନ୍‌ରେ ତୃତୀୟ ଭାରତୀୟ ଭାବେ ଜେମିମା ରୋଡ୍ରିଗୁଏଜ୍‌ ୯ମ ସ୍ଥାନ ଅଧିକାର କରିଛନ୍ତି। ମଙ୍ଗଳବାର ପ୍ରକାଶପାଇଥିବା ର଼୍ୟାଙ୍କିଙ୍ଗ ତାଲିକାରେ ସ୍କଟଲାଣ୍ଡ ଅଲରାଉଣ୍ଡର ବ୍ରାଇସ୍‌ ଟପ୍‌ ଟେନ୍‌ରେ ପ୍ରବେଶ କରିବା ସବୁଠାରୁ ଉଲ୍ଲେଖନୀୟ ବିଷୟ। ଆୟର୍ଲାଣ୍ଡ ବିପକ୍ଷ ୪ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜରେ ତାଙ୍କ ଦଳ ୧-୩ରେ ପରାସ୍ତ ହୋଇଥିଲେ ମଧ୍ୟ ସେ ତାଙ୍କ ଦଳର ଅଗ୍ରଣୀ ସ୍କୋରର ଥିଲେ। ବୋଲର ତାଲିକାର ଟପ୍‌ ଟେନ୍‌ରେ ଭାରତର ଦୁଇଜଣ ସ୍ଥାନ ପାଇଛନ୍ତି। ଦୀପ୍ତି ଶର୍ମା ୬ଷ୍ଠ ଏବଂ ରାଧା ଯାଦବ ୭ମ ସ୍ଥାନରେ ରହିଛନ୍ତି। ଦୀପ୍ତିଙ୍କ ର଼୍ୟାଙ୍କିଙ୍ଗ ପଏଣ୍ଟ ୭୦୫ ରହିଥିବାବେଳେ ରାଧାଙ୍କର ୭୦୨ ରହିଛି। ବୋଲର ତାଲିକାର ଶୀର୍ଷରେ ରହିଛନ୍ତି ଇଂଲଣ୍ଡର ବାମହାତୀ ସ୍ପିନର ସୋଫି ଏକ୍‌ଲେଷ୍ଟୋନ୍‌।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କେତେ ସମ୍ପତ୍ତିର ମାଲିକ ଲିଓନେଲ ମେସି? ଜାଣନ୍ତୁ ବିରାଟ-ରୋହିତଙ୍କ ତୁଳନାରେ ସେ କେତେ ଧନୀ

ନୂଆଦିଲ୍ଲୀ,୧।୯: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରେ ଗଣାଯାଉଥିବା ଆର୍ଜେଣ୍ଟିନାର ଲିଓନେଲ ମେସି ସୋମବାର (ଅଗଷ୍ଟ 31) ଅନ୍ତର୍ଜାତୀୟ ଫୁଟବଲରୁ ଅବସର ଘୋଷଣା କରିଛନ୍ତି। ମେସି ସୋସିଆଲ…

ବିପଦରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ପଦବୀ? BCCI ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ

ନୂଆଦିଲ୍ଲୀ,୧।୯: ଅଜିତ ଆଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଭାବରେ ରହିବେ କି ନାହିଁ ସେ ବିଷୟରେ BCCI ଖୁବ ଶୀଘ୍ର ଏକ ବଡ଼ ନିଷ୍ପତ୍ତି ନେବାକୁ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାକୁ ଯାଉଥିଲେ ବୈଭବ, ହେଲେ…

ନୂଆଦିଲ୍ଲୀ,୩୧।୮: ଦୁଲୀପ ଟ୍ରଫି ସେମିଫାଇନାଲରେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ପୁଣିଥରେ ଚର୍ଚ୍ଚା ସୃଷ୍ଟି କରିଛନ୍ତି। ଇଷ୍ଟ ଜୋନ ପକ୍ଷରୁ ସେଣ୍ଟ୍ରାଲ ଜୋନ ବିପକ୍ଷରେ…

ଧୋନୀ ମାଗୁଛନ୍ତି ୨୫% ଅଂଶଧନ! ଏମିତି ଜବାବ ଦେଲା CSK

ନୂଆଦିଲ୍ଲୀ,୩୧।୮: ଏମଏସ ଧୋନୀ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଥିବା ସମ୍ପର୍କକୁ ଆଇପିଏଲର ସବୁଠାରୁ ସ୍ବତନ୍ତ୍ର ସମ୍ପର୍କ ମଧ୍ୟରୁ ଗୋଟିଏ ବୋଲି ବିବେଚନା କରାଯାଏ। ଧୋନୀଙ୍କ…

ବୈଭବଙ୍କ ବଡ଼ କାରନାମା: ନାଁରେ କଲେ ଏମିତି ରେକର୍ଡ ଯାହା ଇତିହାସରେ କେହି କରିନଥିଲେ!

ନୂଆଦିଲ୍ଲୀ, ୩୧।୮: ମାତ୍ର ୧୫ ବର୍ଷ ବୟସରେ ଭାରତୀୟ କ୍ରିକେଟରେ ଲଗାତାର ରେକର୍ଡ କରି ଚାଲିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏବେ ଦୁଲୀପ ଟ୍ରଫି ୨୦୨୬ର ସେମିଫାଇନାଲରେ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri