Posted inଖେଳ

ଆଜି ଭାରତ-ଇଂଲଣ୍ଡ ମୁକାବିଲା

ଜିକ୍ୱେବର୍ହା, ୧୮ା୨(ପି.ଟି.): ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଭାରତ ଶନିବାର ବିଶ୍ୱର ଦୁଇ ନମ୍ବର ଦଳ ଇଂଲଣ୍ଡକୁ ଭେଟିବ। ହରମନପ୍ରୀତ କୌରଙ୍କ ଦଳ ପୂର୍ବରୁ ପାକିସ୍ତାନକୁ ୭ ଉଇକେଟ ଏବଂ ଓ୍ବେଷ୍ଟଇଣ୍ଡିଜକୁ ୬ ଉଇକେଟରେ ପରାସ୍ତ କରିଛି। ଦୁଇଟି ବିଜୟ ଯୋଗୁ ସେମିଫାଇନାଲରେ ପ୍ରବେଶ ପାଇଁ ଭାରତ ଦୃଢ ସ୍ଥିତିରେ ରହିଛି। ଉଭୟ ମ୍ୟାଚରେ ସ୍ବଳ୍ପ ବୟସ୍କା ପ୍ରତିଭା ରିଚା ଘୋଷଙ୍କ ପ୍ରଦର୍ଶନ ଉଲ୍ଲେଖନୀୟ ରହିଛି। ଇଂଲଣ୍ଡ ବିପକ୍ଷ ମ୍ୟାଚ ଜିତିବାକୁ ହେଲେ ଟପ୍‌ ଅର୍ଡରଙ୍କୁ ଭଲ ପ୍ରଦର୍ଶନ କରିବାକୁ ପଡ଼ିବ। ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ବିଜୟୀ ଅଧିନାୟିକା ଶେଫାଳି ବର୍ମା ଟୁର୍ନାମେଣ୍ଟରେ ଏପର୍ଯ୍ୟନ୍ତ ଆଶାନୁରୂପ ପ୍ରଦର୍ଶନ କରିପାରି ନାହାନ୍ତି। ମ୍ୟାଚର ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତରେ ସେ ତାଙ୍କ ଉଇକେଟ ହରାଇ ବସୁଛନ୍ତି। ଆଙ୍ଗୁଠି ଇଞ୍ଜୁରିରୁ ମୁକ୍ତି ପାଇବା ପରେ ଦଳକୁ ପ୍ରତ୍ୟାବର୍ତ୍ତନ କରିଥିବା ସ୍ମୃତି ମନ୍ଧାନା ଭଲ ବ୍ୟାଟିଂ କରିପାରୁଥିବା ମନେ ହେଉଛନ୍ତି। ଜେମିମା ରୋଡ୍ରିଗୁଏଜ୍‌ କ୍ରମାଗତ ଭଲ ପ୍ରଦର୍ଶନ କରିଆସୁଛନ୍ତି। ଅଧିନାୟିକା କୌରଙ୍କର ମଧ୍ୟ ଅବଦାନ ରହିଛି। ହେଲେ ସେ ପ୍ରତିଯୋଗିତାରେ ଏପର୍ଯ୍ୟ ବଡ଼ ସ୍କୋର କରିପାରି ନାହାନ୍ତି। ତାଙ୍କର ସର୍ବାଧିକ ୩୩ ରନ ରହିଛି। ଇଂଲଣ୍ଡର ସ୍ପିନର ତ୍ରୟ ଚାର୍ଲି ଡିନ୍‌, ସୋଫି ଏକ୍ଲେଷ୍ଟୋନ୍‌ ଓ ସାରା ଗ୍ଲେନଙ୍କ ବୋଲିଂକୁ ଠିକଣା ରୂପେ ସାମ୍ନା କରିବାକୁ ହେବ। ନୂଆ ବଲ୍‌ରେ ପୂଜା ବସ୍ତ୍ରକାର-ରେଣୁକା ସିଂ ଯୋଡ଼ି ବୋଲିଂ ପ୍ରଭାବୀ ମନେ ହେଉଛି। ଡେଥ୍‌ ଓଭର ବୋଲିଂ ପାଇଁ ଦୀପ୍ତି ଶର୍ମା ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ନିର୍ଭରଯୋଗ୍ୟ ସାବ୍ୟସ୍ତ ହୋଇଛନ୍ତି। ଭାରତୀୟ ଦଳର ଫିଲ୍ଡରେ ଦୁର୍ବଳ ଥିବା ପରିଲକ୍ଷିତ ହେଉଛି। ଏଥିରେ ସୁଧାର ଆଣି ନ ପାରିଲେ ଇଂଲଣ୍ଡ ଏହାର ସୁଯୋଗ ନେଇପାରେ। ଅନ୍ୟତମ ଟାଇଟଲ ଦାବିଦାର ଇଂଲଣ୍ଡ ଭାରତ ଭଳି ଦୁଇଟି ବିଜୟ ସହ ଟୁର୍ନାମେଣ୍ଟରେ ଏପର୍ଯ୍ୟନ୍ତ ଅପରାଜେୟ ରହିଛି। ହେଲେ ଭାରତର ପଏଣ୍ଟ ସଂଖ୍ୟା ବର୍ତ୍ତମାନ +୦.୫୯୦ ରହିଥିବା ବେଳେ ହିଥର ନାଇଟ୍‌ ଓ ତାଙ୍କ ଦଳ +୨.୪୯୭ ପଏଣ୍ଟ ସହ ନେଟ୍‌ ରନ୍‌ ରେଟ୍‌ରେ ଅଗ୍ରଣୀ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri